Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ଅକ୍ଟୋବର ୨୭ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

27/10/2020 at 7:15 AM

ମେଷ – ଆଜି ହସଖୁସୀରେ ସମୟ ଅତିବାହିତ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ । ଯାତ୍ରା ସମୟରେ କାହାର କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।

ବୃଷ – ଯାତ୍ରା କାଳରେ ଅଜଣା ଅଶୁଣା ଲୋକମାନଙ୍କୁ ମନେଇବାରେ ସଫଳ ହେବେ, ଯାହା କି ଆଗାମି ସମୟ ପାଇଁ କାମରେ ଆସିବ । ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।

ମିଥୁନ – ଅର୍ଥନୈତିକ ପ୍ରଗତି ସହ ସାମାଜିକ ପ୍ରତିଷ୍ଠା ମନୋବଳ ବୃଦ୍ଧିରେ ସହାୟକ ହେବ । କିନ୍ତୁ ଦାମ୍ପତ୍ୟ ଜୀବନରେ ତିକ୍ତତା ସୃଷ୍ଟି ହେବାରୁ ମାନସିକ ସ୍ଥିତି ଠିକ୍ ରହିବ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।

କର୍କଟ – ସାମୟିକ ଭୁଲ୍ ବୁଝାମଣା କରନରୁ ପରିବାରରେ ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ । ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ସିଂହ – କୌଣସି ବନ୍ଧୁ ରାଗ ଶୁଝାଇବାକୁ ଯାଇ କଅଁଳ ଭାଷାରେ କଥା କହି ଠିକଣା ସମୟରେ ପ୍ରତିଶୋଧ ନେବେ । ସ୍ତ୍ରୀ କିମ୍ବା ସ୍ୱାମୀଙ୍କ ସହମତିରେ କାମ କଲେ ଉପକୃତ ହେବେ । ଶୁଭ ଅଙ୍କ କଫି । ଶୁଭ ଅଙ୍କ ୭ ।

କନ୍ୟା – ବ୍ୟୟାଧିପ ରାଶିରେ ଥିବାରୁ ପ୍ରତାରିତ ହୋଇ ଅଭିଳଷିତ ଜିନିଷ ପାଇବା କଷ୍ଟକର ହୋଇପାରେ । ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।

ତୁଳା – ସହକର୍ମୀଙ୍କ ସହାୟତାରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ । କିନ୍ତୁ ସାୟାହ୍ନେ ଶାରୀରିକ ପୀଡା ଯୋଗୁ ମନ ବିଚଳିତ ହୋଇପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।

ବିଛା – ଦିନସାରା ଦୃଢ ମନୋବଳ ନେଇ କାମ କରିବେ ଓ ଆର୍ଥିକ ପରିସ୍ଥିତିରେ ସୁଧାର ଆଣିବାରେ ସମର୍ଥ ହେବେ । ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।

ଧନୁ – ଆକସ୍ମିକ ଭାବରେ ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିବେ, ତଥାପି ଶେଷ ସମୟରେ ତାହା ସ୍ଥଗିତ ରଖିବାକୁ ବାଧ୍ୟ ହେବେ । ସନ୍ତାନଙ୍କ ସ୍ୱାସ୍ଥ୍ୟ ଓ ସ୍ୱଭାବ ଯୋଗୁ ବିଚଳିତ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।

ମକର – ସତର୍କତା ଅଭାବରୁ ଚୋରି, ପକେଟମାର ଅଥବା ଅସାବଧାନତା କାରଣରୁ ଧନହାନିର ସୂଚନା ରହିଛି । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

କୁମ୍ଭ – ଆଜିର ଜୀବନଚର୍ଯ୍ୟା ମଧ୍ୟରେ ଅତୀତକୁ ଧରି ବସିଲେ ବର୍ତ୍ତମାନକୁ ହରାଇବାକୁ ପଡିବ । ତୀର୍ଥସ୍ଥଳରେ କିମ୍ବା ପ୍ରବାସରେ ବନ୍ଧୁମାନଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

ମୀନ – ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ବହୁତ ଭଲ ରହିବ ଏବଂ ଆଜି ଯାହା ଓ ଯେମିତି ଚାହୁଁଛନ୍ତି ତାହା ଅବଶ୍ୟ ପାଇପାରିବେ । ଆଜିର ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।

   Related Posts