ଅକ୍ଟୋବର ୩୧ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | October 31, 2020 IST

ମେଷ – ଶନି ଦୃଷ୍ଟି ଚନ୍ଦ୍ରଙ୍କ ଯୋଗୁ ବିଭିନ୍ନ ପ୍ରକାର ସମସ୍ୟା ନେଇ ମାନସିକ ଦ୍ୱନ୍ଦ୍ୱ ଲାଗିରହିବ । ଘରକଥା ହେଉ କିମ୍ବା କର୍ମକ୍ଷେତ୍ର ସବୁ କାମ ଗୋଳିଆ ରହିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୧ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ବୃଷ – ନୀଚସ୍ଥ ଶୁକ୍ରଙ୍କ ଯୋଗୁ ସବୁ ଠିକ୍ ଥିବ, କିନ୍ତୁ ଶେଷ ସମୟରେ ବିଗିଡି ଯାଇପାରେ । ସାଙ୍ଗସାଥୀ କିମ୍ବା ବନ୍ଧୁ ହୁଅନ୍ତୁ, କହିବେ ବହୁତ କିନ୍ତୁ କାମ କଲା ବେଳକୁ ସେମାନଙ୍କ ଦେଖା ମିଳି ନ ପାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୪ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଧାର୍ମିକ ହେବେ ।

ମିଥୁନ – ଆଜିର ଚନ୍ଦ୍ର ଓ ବୁଧଙ୍କ ଷଡାଷ୍ଟକ ସ୍ଥିତିଜନିତ ପ୍ରତ୍ୟେକ କାମ ଯୁକ୍ତିତର୍କ ମଧ୍ୟରେ ସମାହିତ ହେବ । ଅଧିକାଂଶ ସମୟରେ ଭୁଲ୍ ବୁଝାମଣାରୁ ଟିକିଏ ଟିକିଏ କଥାରେ କଳହ ଲାଗିପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କର୍କଟ – ଗୁରୁ ନକ୍ଷତ୍ରସ୍ଥ ଚନ୍ଦ୍ର ଆଜି ଅନେକ କାଳ୍ପନିକ ଆଶା ଓ କାମନାକୁ ମନ ଭିତ ରେ ଉଜ୍ଜୀବିତ କରିବେ । ବିଭିନ୍ନ କ୍ଷେତ୍ରରୁ ଅର୍ଥ ପାଇବେ, କିନ୍ତୁ ମାନସିକ ଶାନ୍ତି ହରାଇବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ – କର୍ମସ୍ଥ ରାହୁଙ୍କ ହେତୁ କୌଶଳରେ କାମ ହାସଲ କରିବା ସହ ପ୍ରତିଦ୍ୱନ୍ଦ୍ୱିତାରେ ବିଜୟୀ ହେବେ । ପରିସ୍ଥିତି ଓ ରହୁଥିବା ପରିବେଶରେ ଗଡବଡ ସୃଷ୍ଟି ହେବା ଆଶଙ୍କା ରହିଛି । ଶୁଭ ରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୬ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

କନ୍ୟା – ଆଜି ଯାହାକୁ ଯାହା କହିବେ ପ୍ରତ୍ୟେକ କାମରେ ସଫଳତା ଅବଶ୍ୟମ୍ଭାବୀ । ଶୁକ୍ର ଧନାଧିପ ରାଶିସ୍ଥ ହେତୁ ଦୀର୍ଘଚେଷ୍ଟା ପରେ ଆଜି ଋଣସୂତ୍ରରେ ହିଁ ଅର୍ଥଲାଭ କରିବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୮ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

ତୁଳା – ପାପଗ୍ରହ ମଧ୍ୟସ୍ଥ ବୃହସ୍ପତି ହେତୁ ଆକସ୍ମିକ ଭାବେ ଦୀର୍ଘ ଦିନର ସମ୍ପର୍କ ସୂତ୍ର ଛିନ୍ନ ହେବା ସୂଚନା ରହିଛି । ଆର୍ଥିକ ଅଭିବୃଦ୍ଧି ନିମିତ୍ତ ତତ୍ପରତା ପ୍ରକାଶ କରିବେ । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୫ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବିଛା – ତୃତୀୟସ୍ଥ ଶନିଙ୍କ ଯୋଗୁ ଝଗଡା ସାଙ୍ଗକୁ ପରିବାରରେ ଅଶାନ୍ତି ସୃଷ୍ଟି ହୋଇପାରେ । ବିବାଦୀୟ ପରିସ୍ଥିତିର ମୁକାବିଲା କରି ଆପଣ ବିଜୟୀ ହେବେ । ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ଧନୁ – ଅନ୍ୟମାନଙ୍କ ସକାଶେ ଉଦାର ମନୋଭାବ ପୋଷଣ କଲେ ବି ସେମାନଙ୍କ ଚିନ୍ତାଧାରା ବଦଳାଇବା ସମ୍ଭବପର ନୁହେଁ । ଲୋକ ସମ୍ପର୍କ ବୃଦ୍ଧି ପାଇବ । ଶୁଭ ରଙ୍ଗ ଗାଢ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ମକର – କର୍ମକ୍ଷେତ୍ରରେ ବନ୍ଧୁ କିମ୍ବା ସହକର୍ମୀମାନଙ୍କ ସହ ତିକ୍ତତା ଦେଖା ଦେଇପାରେ । ଚନ୍ଦ୍ରଙ୍କ ପ୍ରଭାବରୁ ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ଜେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୨ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

କୁମ୍ଭ – ଦ୍ୱୀତୀୟସ୍ଥ ମଙ୍ଗଳ ଯୋଗୁ ନିଜ ଲୋକମାନଙ୍କ କାର୍ଯ୍ୟକଳାପ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି । ଭାଇଙ୍କ ସ୍ୱାସ୍ଥ୍ୟ ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡିପାରେ । ଶୁଭ ରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
କର୍ମଜୀବି-ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

ମୀନ – ଚନ୍ଦ୍ରମଙ୍ଗଳ ସଂଯୋଗରୁ ଦୀର୍ଘଦିନର ଅଭିଳାଷ ପୂରଣ ହେବା ସାଙ୍ଗକୁ ଆର୍ଥିକ ଉନ୍ନତିର ମାର୍ଗ ସୁଗମ ହୋଇଯିବ । ସତ୍ ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ୟୋଗା କରନ୍ତୁ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.