Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ନଭେମ୍ବର ୨୧ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

21/11/2020 at 7:24 AM

ମେଷ – ଆସନ୍ତାକାଲି ଆପଣଙ୍କର ବିଳାସବ୍ୟସନରେ କଟିବ । ପ୍ରତ୍ୟୁଷ ଯାତ୍ରାରେ ବନ୍ଧୁମିଳନ ସହ ନଳ୍ପଚ୍ଛନ ଦର୍ଶନୀୟ ସ୍ଥାନ ପରିଦର୍ଶନର ସୁଯୋଗ ପାଇବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୭ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ଦିନଟିରେ ମନୋରଞ୍ଜନ, ଭ୍ରମଣରେ ମାତି ଗୃହ କାମରେ ଅବହେଳା କରିପାରନ୍ତି । ଯେଉଁ ଲୋକଟି ବିଷୟରେ ଚିନ୍ତା କରୁଛନ୍ତି ସେହି ଲୋକଟି ହଠାତ୍ ଆପଣଙ୍କ ପାଖରୁ ଆସିଯିବ । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୪ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଚା      ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ – କର୍ମକ୍ଷେତ୍ରରେ ବିବାଦର ଅବସାନ ଘଟିବ । ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିପାରିଲେ କିଛି ସମୟ ପରେ ସଫଳତା ମିଳିବ । ଆର୍ଥିକ ଦିଗଟି ଭଲ ରହିଲେ ମଧ୍ୟ ଦୈନ୍ୟତା ପ୍ରକାଶ କରି ସମାଲୋଚିତ ହୋଇପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୧ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଧାର୍ମିକ ହେବେ ।

କର୍କଟ – ସମସ୍ୟା କମିବା ସହିତ ଚେଷ୍ଟା କରୁଥିବା କାମରୁ ପ୍ରତିରୋଧ ଦୂରେଇଯିବ । ଅନ୍ୟମାନଙ୍କ ଘରୋଇ ବ୍ୟାପାରରେ ମୁଣ୍ଡ ପୂରାଇ ଟେନ୍‌ସନକୁ ନିମନ୍ତ୍ରଣ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ଚୌର ଭୟ ଅଛି ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ – ଯାତ୍ରା ସମୟରେ କୌଣସି ଲୋକକୁ ସାହାର୍ଯ୍ୟ କରିବାକୁ ଯାଇ ନିଜେ ଅସୁବିଧା ସମ୍ମୁଖୀନ ହୋଇପାରନ୍ତି । କୌଣସି ଘଟଣାକୁ ବାରମ୍ବାର ଚିନ୍ତା କରି ମାନସିକ ଭାରସାମ୍ୟ ହରାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କନ୍ୟା – ପ୍ରତ୍ୟେକ କାମକୁ ଭାବିଚିନ୍ତି ନ କଲେ ହେବା ବଦଳରେ ଓଲଟା ଫଳ ମିଳିବ । ପର କଥାରେ ମନ ଦେଇ ନିଜ କାମକୁ ଅବହେଳା କରିପାରନ୍ତି । ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରୁ ସୁଫଳ ପାଇବେ ।  ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୨ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ତୁଳା – ଧୀରେ ଧୀରେ ଅବସ୍ଥା ସ୍ୱାଭାବିକ ଦିଗକୁ ଗତି କରିବା ଫଳରେ ମାନସିକ ଅସ୍ଥିରତା ଦୂର ହେବ । କଚେରି ମାମଲାରେ ମନ୍ଥର ଉଦ୍ ବେଗର କାରଣ ହୋଇପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ବିଛା – ବିଭିନ୍ନ ସମସ୍ୟା ମଧ୍ୟରେ ମାନସିକ ସ୍ଥିରତା ରହିବ ନାହିଁ । କୋନସି ଆପତ୍ତିଜନକ କାମରେ ନିଜକୁ ସାମିଲ କରି ବିଚଳିତ ହୋଇପାରନ୍ତି । ପଡିଶାଙ୍କ ସହ ମନାନ୍ତରର ସମାଧାନ ହୋଇଯିବ । ଶୁଭ ରଙ୍ଗ କଫି। ଶୁଭ ଅଙ୍କ ୮ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ଧନୁ – କର୍ମକ୍ଷେତ୍ରରେ କ୍ରମଶଃ ସମସ୍ୟା ସୁଧୁରିଯିବା କାରଣରୁ ମନ ହାଲୁକା ଲାଗିବ । ସନ୍ତାନଙ୍କ ଶିକ୍ଷା, ଗବେଷଣା, ଦୂରଯାତ୍ରା, ବ୍ୟୟବହୁଳ ହୋଇପାରେ । ଅସାବଧାନତା ହେତୁ ଧନହାନିର ପୂର୍ଣ୍ଣ ସମ୍ଭାବନା ରହିଛି । ଶୁଭ ରଙ୍ଗ ଗାଢ ନୀଳ। ଶୁଭ ଅଙ୍କ ୪ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମକର – ଆକସ୍ମିକ ଭାବରେ ବନ୍ଧୁମାନଙ୍କ ନିକଟରୁ ଅଶୁଭ ଖବର ପାଇ ବିଚଳିତ ହୋଇପାରନ୍ତି । ଉଚ୍ଚ ଶିକ୍ଷା, ଆଲୋଚନା, ଗଠନମୂଳକ କାମ, ଲେଖାପଢା କ୍ଷେତ୍ରରୁ ସୁଫଳ ମିଳିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କୁମ୍ଭ  –  ଅଧିକାଂଶ ସମୟ ଘରେ ଅଶାନ୍ତି ଓ କାମଗୁଡିକ ଠିକ୍ ଭାବେ ନ ହେବାରୁ ମନ ଭଲ ରହିବ ନାହିଁ । ସ୍ୱାସ୍ଥ୍ୟବସ୍ଥା କ୍ରମଶଃ ଭଲ ଦିଗକୁ ଗତି କରିବାରୁ ଆଶ୍ୱସ୍ତି ଲାଭ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୁଖୀ ହେବେ ।

ମୀନ – ସ୍ୱାସ୍ଥ୍ୟରେ ଉନ୍ନତି,ନୂତନ ଯୋଜନାରେ ଅଗ୍ରଗତି, ଆନୁଷ୍ଠାନିକ ସାହାଯ୍ୟ ଲାଭ ପରିସ୍ଥିତିକୁ ପ୍ରତିବନ୍ଧକ ମୁକ୍ତ କରାଇବ । ସତ୍‌-ସଙ୍ଗ ଓ ଧର୍ମ , ସାହିତ୍ୟ ଚର୍ଚ୍ଚା ଦିଗକୁ ମନ ବଳାଇବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

   Related Posts