ନଭେମ୍ବର ୨୫ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | November 25, 2020 IST

ମେଷ – କର୍ମକ୍ଷେତ୍ରରେ ଯୁକ୍ତିଯୁକ୍ତି ଓ ଅପ୍ରିୟ ଓଚ୍ଛଳଥା କହିବା ଦ୍ୱାରା ସାମୟିକ ସମସ୍ୟା ସୃଷ୍ଟି ହେବ । ଘରକୁ ବନ୍ଧୁ ଆସିପାରନ୍ତି । ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ । ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

ଚାଷୀ- ଉତ୍ତମ ଫଳ ପାଇବେ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ଆଜି ବିଭିନ୍ନ ଦିଗରୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ । ତଥାପି ପାରିବାରିକ ଅଶାନ୍ତି କାରଣରୁ ମାନସିକ ଉଦ୍‌ବେଗ ବଢିପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ସୁଖୀ ହେବେ ।

ମିଥୁନ – ମାନସିକ ସ୍ଥିତି ଭଲ ରହିଲେ ମଧ୍ୟ ଶାରୀରିକ ସୁସ୍ଥତା ରହି ନ ପାରେ । କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ  ବଢିବ । ମନକଥା ମନରେ ରଖି ନ ପାରି ବନ୍ଧୁଙ୍କ ନିକଟରେ ପ୍ରକାଶ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୬ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ – ଭାବପ୍ରବଣତାରେ ଭାସିଯାଇ ଗୁରୁତ୍ୱପୂର୍ଣ୍ଣ କଥାଟିକୁ ପାସୋରି ଦେଇପାରନ୍ତି । ନିର୍ମାଣ, ଯୋଗାଯୋଗ, ପ୍ରେସ୍‌, ପବ୍ଳିକେଶନ, ଆଲୋଚନା ଓ ସଭାସମିତି ସୁରୁଖୁରୁରେ ସମ୍ପନ୍ନ ହେବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ସିଂହ – ସ୍ୱାସ୍ଥ୍ୟ ସମସ୍ୟା କ୍ରମଶଃ ଦୁଶ୍ଚିନ୍ତାର କାରଣ ହୋଇପାରେ । କୌଣସି ଚୁକ୍ତିଭିତିକ କାମରେ ପ୍ରଥମେ ମୌଖିକ ଆଲୋଚନା କରିବା ଭଲ ହେବ । କେତେକ ଆକସ୍ମିକ ସୁଯୋଗ ହାତଛଡା ହୋଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ଧାର୍ମିକ ହେବେ ।

କନ୍ୟା – ନିଜ ସନ୍ଦେହୀ ମନୋଭାବ ହେତୁ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ଦେଖା ଦେବ । ପାରିବାରିକ କ୍ଷେତ୍ରରେ ଅନ୍ୟମନସ୍କ ରହି ନୀରବତା ଅବଲମ୍ବନ କରିବା ଦୁଶ୍ଚିନ୍ତାର କାରଣ ହୋଇପାରେ ।  ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ତୁଳା – ଅଫିସର ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ କରି ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ । କୌଣସି ବିବାଦୀୟ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କର୍ମ କ୍ଷେତ୍ରରେ  ଉନ୍ନତି ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବିଛା – ସବୁ ଦିଗକୁ ନଜର ଦେଇ ଆଗକୁ ପାଦ ନ ବଢାଇଲେ ଅନୁତାପ କରିବାକୁ ପଡିପାରେ । ଯାହାକୁ ନିଜର ମନେ କରୁଛନ୍ତି, ସେହିମାନେ ହିଁ ଆପଣଙ୍କ ପ୍ରଶଂସା ଓ ପ୍ରତିଷ୍ଠାକୁ ସହିପାରିବେ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

ଧନୁ – ଯେତେ ପ୍ରକାର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍ ସାମ୍ନା କରିବା ପାଇଁ ଚେହ୍‌ଟା କରିବେ । ବ୍ୟବସାୟ, ପରିବହନ, ପ୍ରକାଶ, ନିର୍ମାଣ, ସଭାସମିତି ଓ  ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

ମକର – ଆକସ୍ମିକ ଭାବେ ବନ୍ଧୁଙ୍କ ବ୍ୟବହାରରେ ବିଷମତା ପରିଲକ୍ଷିତ ହେବ । ଆଶାନୁଯାୟୀ ଅର୍ଥ ସାହାର୍ଯ୍ୟ ପାଇବା ଆଶାରେ ବିନୟପୂର୍ଣ୍ଣ କଥା କହି ସଫଳତା ହାସଲ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସୁଖଭାରା ଦିନଟି ।

କୁମ୍ଭ  – ଗୁରୁତ୍ୱପୂର୍ଣ୍ଣ କାମ ହାସଲ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି । ଚୁକ୍ତିପତ୍ର, ସଂଗଠନ ତଥା ଆଲୋଚନା କ୍ଷେତ୍ରରେ ଜଣେ ବ୍ୟକ୍ତି ଅସୁବିଧାରେ ପକାଇବାର ସୂଚନା ରହିଛି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- କରତ୍‌କର୍ମା ହେବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ଧାର୍ମିକ ହେବେ ।

ମୀନ – ଆଜିର କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍ ହେବ ନାହିଁ । ଶୁଣାକଥାକୁ ବିଶ୍ୱାସ କରି କୌଣସି କାମ କଲେ ଅସୁବିଧାର ସମ୍ମୁଖୀନ ହେବେ । ବେଖାତିର ମନୋଭାବ ଯୋଗୁ ଚିନ୍ତିତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ପରକୁ ଆପଣାର କରିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.