Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୮ କୋଭିଡ୍ ପଜିଟିଭ୍‌, ୩୩୪୬୬୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୨୨ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||
  • ଘଟଗାଁ : ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
  • ||
  • ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍
  • ||
  • ଆଜିଠୁ ପୁଣି ଟିକାକରଣ, ଭାକ୍‌ସିନ୍‌ ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ
  • ||

ନଭେମ୍ବର ୨୬ ତାରିଖ, ଗୁରୁବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

26/11/2020 at 7:11 AM

ମେଷ – ଗୁରୁବାର ପ୍ରତ୍ୟେକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ । ବନ୍ଧୁଙ୍କ ଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।

ବୃଷ – ଯେକୌଣସି ପରିସ୍ଥିତିରେ ମଧ୍ୟ ମନବଳ ଖୁବ୍ ଟାଣ ରହିବ ଏବଂ କାର୍ଯ୍ୟ ହାସଲରେ ସମର୍ଥ ହେବେ। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।

ମିଥୁନ – ବନ୍ଧୁଙ୍କ ସମ୍ମୁଖରେ ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିପାରନ୍ତି । ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଏବଂ ଆନୁଷ୍ଠାନିକ ସାହାର୍ଯ୍ୟ ମଧ୍ୟ ପାଇବେ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତ ହୋଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

କର୍କଟ – ବନ୍ଧୁଙ୍କ ସାହାର୍ଯ୍ୟ ଓ ସହ-ଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବେ । କର୍ମକ୍ଷେତ୍ରରେ ପରିଶ୍ରମ ଅଧିକ ହେଲେ ମଧ୍ୟ ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିବାରେ ସମର୍ଥ ହେବେ । ଶୁଭ ରଙ୍ଗ ନାରଙ୍ଗୀ। ଶୁଭ ଅଙ୍କ ୨ ।

ସିଂହ – ସ୍ତ୍ରୀଙ୍କ ସାହାର୍ଯ୍ୟରୁ ମନୋବଳ ବୃଦ୍ଧି ପାଇବ ଏବଂ ସାମାଜିକ ସ୍ତରରେ ମଧ୍ୟ ସମ୍ମାନ ଲାଭ କରିପାରନ୍ତି। ପରିସ୍ଥିତିରେ ପଡି ଅପ୍ରିୟ କଥା କହି ବିରୋଧୀ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।

କନ୍ୟା – ଅତି ନିକଟତର ବନ୍ଧୁଙ୍କ ସହ ଆପଣଙ୍କର ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ ଦେଖିପାରନ୍ତି । ନିଜ ନିଜର ସୁବିଧାକୁ ଆଖି ଆଗରେ ରଖି ମିତ୍ରମାନେ ଶତ୍ରୁତା ଆଚରଣ କରିବେ ।  ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।

ତୁଳା – ଆଜି ପରିସ୍ଥିତିରେ ପଡି ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡିପାରେ । ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୁଲ ମାର୍ଗର ଅନୁସରଣ କରି ପସ୍ତେଇବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।

ବିଛା – ଭୁଲ୍ ବୁଝାମଣାରୁ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁଁ ମନ ଉଦାସ ରହିବ । ଆଗାମୀ ସମୟରେ ହେବାକୁ ଥିବା ମାଙ୍ଗଳିକ କାର୍ଯ୍ୟ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।

ଧନୁ – ପାରିବାରିକ ସମସ୍ୟାର ଆପୋଷ ଆଲୋଚନା ଦ୍ୱାରା ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ମାନସିକ ଚାପଜନିତ ଅବସାଦ ଯୋଗୁଁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।

ମକର – ପ୍ରତ୍ୟେକ କ୍ଷେତ୍ରରେ ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ପାରିବାରିକ କ୍ଷେତ୍ରରେ ଭୁଲ୍ ବୁଝାମଣାରୁ ଅଶାନ୍ତିର ପରିବେଶ ସୃଷ୍ଟି ହେବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୪ ।

କୁମ୍ଭ  – ଦୀର୍ଘ ଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ । ସାମାଜିକ ସ୍ତରରେ ନୀଚ ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି । ପରିବହନରେ ଶିଥିଳତା କାରଣରୁ ମନ ଭଲ ରହି ନ ପାରେ। ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।

ମୀନ – କର୍ମକ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟ ନେଇ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । କେତେକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ମନ ଅସ୍ଥିର ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

   Related Posts