ଡିସେମ୍ବର ୬ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | December 06, 2020 IST

ମେଷ – ରବିବାର ଦୀର୍ଘ ସମୟ ଧରି ପାରିବାରିକ ଅସ୍ଥିରତା ଯୋଗୁ କୌଣସି କାମରେ ମନ ଲାଗିବ ନାହିଁ । କର୍ମକ୍ଷେତ୍ରରେ ପୂର୍ବ ଯୋଜନା ଅନୁଯାୟୀ ପରିସ୍ଥିତିକୁ ସାମ୍ନା କଲେ ଉପକୃତ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ଧାର୍ମିକ ହେବେ ।

ବୃଷ – କୌଣସି କ୍ଷେତ୍ରରେ ପ୍ରତିବାଦ କଲେ ଅପଦସ୍ଥ  ହେବେ ଓ ବିଫଳତା ଯୋଗୁ ମନସ୍ତାପ କରିବେ । ଦୂରଯାତ୍ରା ସକାଶେ ବ୍ୟବସାୟିକ କ୍ଷେତ୍ର ପାଇଁ ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମିଥୁନ – ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟା ସମାଧାନ କରିବା ସକାଶେ ମାନସିକ ସ୍ତରରେ ପ୍ରସ୍ତୁତ ହୋଇପାରନ୍ତି । ଦାୟିତ୍ୱ ବଢିବାରୁ ମାନସିକ ସ୍ତରରେ ପ୍ରସ୍ତୁତ ହୋଇପାରନ୍ତି । ଦାୟିତ୍ୱ ବଢିବାରୁ ମାନସିକ ଚାପ ବଢିବ । ଶୁଭ ରଙ୍ଗ ଲାଲ୍। ଶୁଭ ଅଙ୍କ ୭ । 

ଚାଷୀ- ଉତ୍ତମ ଫଳ ପାଇବେ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କର୍କଟ – କର୍ମକ୍ଷେତ୍ରରେ ସମ୍ମାନ, ସଦିଚ୍ଛା ସହ ଗସ୍ତ କାର୍ଯ୍ୟକ୍ରମ ବଢିପାରେ । ଅନ୍ୟମାନଙ୍କ କଥା ଶୁଣି କୌଣସି କାମ କଲେ ଅସୁବିଧାରେ ପଡିବେ । ବ୍ୟବସାୟ କ୍ଷେତ୍ରରେ ଆଶାନୁରୂପ ସଫଳତା ପାଇବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖୀ ହେବେ ।

ସିଂହ – ସମ୍ପୂର୍ଣ୍ଣ ଭାବରେ ସମସ୍ୟା ମୁକ୍ତ ନ ହେଲେ ମଧ୍ୟ କେତେକାଂଶରେ ହାଲୁକା ମନେ କରିବେ । କ୍ରୀଡା, ସଂଗୀତ, ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଧାର୍ମିକ ହେବେ ।

କନ୍ୟା – ବିଳମ୍ବିତ ସମୟରେ କାର୍ଯ୍ୟ ହାସଲ ହେତୁ ବ୍ୟସ୍ତତା ବୃଦ୍ଧି କରିପାରନ୍ତି । ଆର୍ଥିକ ସମସ୍ୟା ସୁଧାରିବା ସକାଶେ ଋଣ ସୂତ୍ରରେ ଅର୍ଥ ଲାଭ କେିବେ । କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ତୁଳା – କୌଣସି ପୁରୁଣା କଥାକୁ ମନେପକାଇ ଭାବବିହ୍ୱଳ ହୋଇପାରନ୍ତି । ଅଭାବ ନ ଥିଲେ ମଧ୍ୟ ପରିସ୍ଥିତିବଶତଃ କୌଣସି ଜିନିଷ ସହଜଲଭ୍ୟ ନ ହୋଇପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ରଙ୍ଗ ୯ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ବିଛା – କଥା ଓ କାମର ତାଳମେଳ ନ ରହିବା ଆପଣଙ୍କ ସକାଶେ ଦୁଶ୍ଚିନ୍ତାର ମାତ୍ରାକୁ ବଢାଇ ଦେବ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ପଦକ୍ଷେପ ଗ୍ରହଣ କରି କୃତକାର୍ଯ୍ୟ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ମଧୁରଭାଷୀ ହେବେ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

ଧନୁ – ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟର ଦୋଷତ୍ରୁଟି ଖୋଜି ବୁଲିଲେ କାର୍ଯ୍ୟହାନୀ ସଙ୍ଗକୁ ଶତ୍ରୁତା ବଢିଯିବ । କୌଣସି ଜିନିଷ ଅଭାବକୁ କେନ୍ଦ୍ର କରି ଉନ୍ନୟନ କାମ ବାଧାପ୍ରାପ୍ତ ହୋଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ଭାଗ୍ୟଶାଳୀ ହେବେ ।

ମକର – କୌଣସି କାମରେ ବାରମ୍ବାର ପ୍ରତିବନ୍ଧକ ଘଟିବା କାରଣରୁ ଦୁଃଖିତ ହୋଇପାରନ୍ତି । ଆଜିର ଯାତ୍ରା, ବାଣିଜ୍ୟ,ହାତକୁ ନେଇଥିବା କାମ, କଚେରି ମାମଲାରେ ସଫଳତା ମିଳିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

କର୍ମଜୀବି- କରତ୍‌କର୍ମା ହେବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ସୁଖୀ ହେବେ ।

କୁମ୍ଭ  – ଆଜି ଯାହା ଚାହୁଁଛନ୍ତି ତାହା ପାଇବାରେ କୌଣସି ଅସୁବିଧା ରହିବ ନାହିଁ । ଅନ୍ୟମାନେ ପରୋକ୍ଷ ଭାବରେ ତାହା କରାଇ ନ ଦେବାକୁ ଚେଷ୍ଟା କରିପାରନ୍ତି । ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ତତ୍ପରତା ବଢିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

କର୍ମଜୀବି- ଜଳଯାତ୍ରା ମନା ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ- ସ୍ୱାଭିମାନୀ ହେବେ ।

ମୀନ – ପ୍ରତ୍ୟେକ କାମ ନିର୍ଦ୍ଦିଷ୍ଟ ସମୟରେ କରି ନ ପାରିବା କାରଣରୁ ମାନସିକ ସ୍ତରରେ ଗ୍ଳାନି ଅନୁଭବ କରିପାରନ୍ତି । କୌଣସି ଗୋଟିଏ ସମସ୍ୟା ସମାଧାନ କରିବା ବେଳକୁ ଅନ୍ୟ ଏକ ସମସ୍ୟା ଆସିପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ସ୍ୱାଭିମାନୀ ହେବେ ।

କର୍ମଜୀବି- କର୍ମଚଞ୍ଚଳ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.