Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ଡିସେମ୍ବର ୮ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

8/12/2020 at 7:25 AM

ମେଷ – ପାରିବାରିକ ପରିସ୍ଥିତି  ନିଶ୍ଚୟ ଭଲ ରହିବ । ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ । ପରିବହନ ତଥା ବାଣିଜ୍ୟ ବ୍ୟବସାୟରୁ  ସନ୍ତୋଷଜନକ ସୁଫଳ ପାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବୃଷ – କର୍ମକ୍ଷେତ୍ରରେ ସହକର୍ମୀଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ । ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ, ଯାହା କି ଆପଣଙ୍କ ସକାଶେ ହିତକାର ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ – ଆର୍ଥିକ ଦିଗରୁ ଉପକୃତ ହେବେ ଏବଂ ବକେୟା ମଧ୍ୟ ପାଇପାରନ୍ତି । କର୍ମକ୍ଷେତ୍ରରେ ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ । ଅନ୍ୟମନସ୍କତାର ସୁଯୋଗ ନେଇ ବନ୍ଧୁ ଅସୁବିଧାରେ ପକାଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ । 

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କର୍କଟ – ସ୍ୱାସ୍ଥ୍ୟ ପ୍ରାୟତଃ ଭଲ ରହିବା ସଙ୍ଗକୁ କଳ୍ପନା ବିଳାସୀ ହୋଇପାରନ୍ତି । ପାରିବାରିକ କ୍ଷେତ୍ରରେ ଦୀର୍ଘଦିନର ଆଶା ଫଳବତୀ ହେବ । ଘରେ ନ ଥିବା ସମୟରେ କୌଣସି ଶୁଭ ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୁଖୀ ହେବେ ।

ସିଂହ – କର୍ମକ୍ଷେତ୍ରରେ ଧୀରପାଣି ପଥର କାଟେ ନୀତିରେ କାମ କରି ଅଭିଳଷିତ ଜିନିଷ ହାସଲ କରିବେ । ସାମାଜିକ ସ୍ତରରେ ମଧ୍ୟ ସମ୍ମାନ ଲାଭ କରିବାର ଯୋଗ ରହିଛି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।

କର୍ମଜୀବି- ଅର୍ଥ ମିଳିବ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।

ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ଧାର୍ମିକ ହେବେ ।

କନ୍ୟା – ଲକ୍ଷ୍ୟ  ହାସଲ କରିବା ପରିପ୍ରେକ୍ଷୀରେ ମିଠା କଥା କହି ବନ୍ଧୁକୁ ଆପଣାର କରିବେ । ଅନ୍ୟମାନଙ୍କ ମତକୁ ଅଗ୍ରାଧିକାର ଦେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ସତର୍କତାର ଦିନ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ତୁଳା – ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍ ମାର୍ଗ ଅନୁସରଣ କଲେ ଅସୁବିଧାର ସମ୍ମୁଖୀନ ହେବେ । କର୍ମକ୍ଷେତ୍ରରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ରଙ୍ଗ ୯ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବିଛା – ଅନୁରାଧା ନକ୍ଷତ୍ର ଆଗାମୀ ସମୟର କାର୍ଯ୍ୟ ସକାଶେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି । ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସମସ୍ୟାକୁ ବଢାଇ ପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ଧନୁ – ଅଧିକାଂଶ ସମୟ ମାନସିକ ଅବସାଦ ବୃଦ୍ଧି ପାଇବା ଯୋଗୁଁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ସ୍ୱାସ୍ଥ୍ୟ ସମସ୍ୟା ମଧ୍ୟ ମାନସିକ ଅସୁସ୍ଥତାର ଅନ୍ୟ ଏକ କାରଣ ହୋଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମକର – ପରିବାରରେ ଭୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ । ଆକସ୍ମିକ ଭାବେ ଭ୍ରମଣ ସୁଯୋଗ ଲାଭ କରିବେ ଏବଂ ଅଧିକାଂଶ ସମୟ ଆଳାପ ଆଲୋଚନାରେ କଟାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

କର୍ମଜୀବି- ଅର୍ଥ ମିଳିବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

କୁମ୍ଭ  – ପରିବାରର ଆବଶ୍ୟକତା ପୁରଣ କରିବା ସକାଶେ ଧାର ଉଧାର କରିବାକୁ ପଡିପାରେ । ଶିକ୍ଷାରେ ସଫଳତା ଲାଭ କରିବେ ଏବଂ ପ୍ରଶଂସିତ ମଧ୍ୟ ହୋଇପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।

ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ – କର୍ମକ୍ଷେତ୍ରରେ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ । ଉତ୍ତରଭାଦ୍ରବ ସକାଶେ ଈର୍ଷାପରାୟଣ ବିରୋଧୀ ପକ୍ଷ ସକ୍ରିୟ ହୋଇ ଉଠିପାରନ୍ତି । ଶୁଣା କଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ପରକୁ ଆପଣାର କରିବେ ।

   Related Posts