ଡିସେମ୍ବର ୨୩ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | December 23, 2020 IST

ମେଷ – ଆଜି ନିକଟ ସମ୍ପର୍କୀୟଙ୍କ ଅସହଯୋଗ ବାଧକ ସାଜିପାରେ କିନ୍ତୁ କାର୍ଯ୍ୟଟି ଯଥାବିଧି ନିର୍ଦ୍ଦିଷ୍ଟ ସମୟରେ ସମ୍ପନ୍ନ ହେବ । ବନ୍ଧୁଙ୍କ ଦ୍ୱାରା ପ୍ରଭାବିତ ହୋଇ ଅର୍ଥ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ଞ୍ଜ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ବୃଷ – ଅପରାହ୍ନରେ ମନକୁ ସୁହାଇଲା ଭଳି ଦ୍ରବ୍ୟଲାଭ ହେତୁ ମନ ଖୁସି ରହିବ । ରୋହିଣୀ ନକ୍ଷତ୍ର ସକାଶେ ଜଣେ ଆଦୃତି ଲାଭ କରିବେ । ଅସାବଧାନତାକୁ କୋଣସି ମୂଲ୍ୟବାନ ଦ୍ରବ୍ୟ ନଷ୍ଟ ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ – ଆଜି ପ୍ରତ୍ୟେକ କ୍ଷେତ୍ରରେ ଉତ୍ତେଜନାମୂଳକ କଥା ଯୋଗୁ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଠିକ୍ ହେବ ନାହିଁ । କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

କର୍କଟ – ଆଜି ଆଶା ଅଣୁଯାୟୀ କାର୍ଯ୍ୟ ପଦ୍ଦତିର ତାଳମେଳ ରହିବ ନାହିଁ । ଫଳ ସ୍ୱରୂପ କୌଣସି କାମ ଲାଭପ୍ରଦ ହେବ ନାହିଁ । ଭ୍ରମଣ କାଳରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ – ଗତକାଲିର ବିବାସୀୟ ଘଟଣା ବିଷୟରେ ଚିନ୍ତା କରି ମନରେ ସରସତା ରହି ନ ପାରେ । ମଘା ନକ୍ଷତ୍ରର ହଠାତ୍ ସକାଳୁ ଶୁଭ ଖବର ସଙ୍ଗକୁ ଅର୍ଥ ଲାଭ ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

କନ୍ୟା – ଆଜି କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରିପାରିବେ ନାହିଁ । କିନ୍ତୁ ଆଜି ଯାହା ପାଇବା ଆଶା ରଖିଛନ୍ତି, ତାହା ଲଢେଇ କରି ନିଶ୍ଚୟ ପାଇବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

ତୁଳା – ସ୍ୱାସ୍ଥ୍ୟ ପ୍ରାୟତଃ ଭଲ ରହିବ ଏବଂ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାର୍ଯ୍ୟ କରିବେ । ଏକାନ୍ତ ବ୍ୟକ୍ତିଗତ କାର୍ଯ୍ୟରେ ସହକର୍ମୀଙ୍କ ହସ୍ତକ୍ଷେପ ପ୍ରତିବନ୍ଧକ ସାଜିବାର ଆଶଙ୍କା ରହିଛି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବିଛା – ଆଜି ବାକ୍ ପଟୁତାରେ ବନ୍ଧୁଙ୍କ ଆକର୍ଷିତ କରିବେ । ଫଳରେ ବନ୍ଧୁସଙ୍ଗରେ ଶ୍ରଦ୍ଧା ଓ ସମ୍ମାନ ହାସଲ କରିବାରେ ମଉକା ମିଳିବ । ଉପକାର କରିଥିବା ବ୍ୟକ୍ତି ଠାରୁ ପ୍ରତିଦାନ ପାଇବା ଦୁର୍ଲଭ ହୋଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧାର୍ମିକ ହେବେ ।

ଧନୁ – ଆଜି ଘରର ପରିସ୍ଥିତି ଆପଣଙ୍କ ସକାଶେ ଚିନ୍ତାର କାରଣ ହୋଇପାରେ । ବନ୍ଧୁଙ୍କ ସଦ୍ ଭାବ ଓ ସହକର୍ମୀଙ୍କ ସହ-ଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ୱିତ କରିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମକର – ପ୍ରତିଘାତ ମଧ୍ୟ ଦେଇ ଆଜିର ଜୀବନଯାତ୍ରା ଅତିବାହିତ ହେବ । କର୍ମକ୍ଷେତ୍ରରେ ମଧୁର କଥା କହି ବନ୍ଧୁଙ୍କୁ ଆପ୍ୟାୟିତ କରିବେ । ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି ଘଟିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କୁମ୍ଭ – ବାକ୍‌ଚାତୁରି ବଳରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ । ଶୁକ୍ରଙ୍କ ଅନୁକମ୍ପାରୁ ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇ କାମ ହାସଲ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ମୀନ – ପ୍ରତିକୂଳ ପରିବେଶ କୁପ୍ରଭାବରୁ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିବୁଲିବେ । ବ୍ୟବସାୟ ଓ କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଇ ମନସ୍ତାପ କରିବେ ।ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.