ଡିସେମ୍ବର ୨୬ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | December 26, 2020 IST

ମେଷ – ଆଜି କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତି ସାମ୍‌ନା କରିବାକୁ ପଡିପାରେ । ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ବୃଷ – ଆପଣଙ୍କ ବ୍ୟସ୍ତତାକୁ ହୃଦୟଙ୍ଗମ କରି କୌଣସି ବନ୍ଧୁ କିମ୍ବା ସହକର୍ମୀ ସହ-ଯୋଗର ହାତ ବଢାଇବେ । ଅଫିସରେ କାର୍ଯ୍ୟ ବ୍ୟସ୍ତତା ଯୋଗୁ କେତେକ କାମ ଠିକ୍ ସମୟରେ କରିପାରିବେ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ – ଆଜି ନିଜ ସଂସ୍ପର୍ଶରେ ଆସୁଥିବା କୌଣସି ବ୍ୟକ୍ତିଙ୍କୁ ଅପ୍ରିୟ ସତ୍ୟ କହିବା ଦ୍ୱାରା ତିକ୍ତତା ସୃଷ୍ଟି ହେବ । ସକାଳୁ କର୍ମାରମ୍ବ ପାଇଁ ପରିବାରରୁ ସହ-ଯୋଗ ପାଇବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ସୁଖୀ ହେବେ ।

କର୍କଟ – ମନ କଥା ମନରେ ରଖି କାମ ନ କଲେ କଳହର ସମ୍ମୁଖୀନ ହେବାକୁ ପଡିବ । ସଭାସମିତିରେ ଜଣେ ପ୍ରତିଷ୍ଠାବାନ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଆତ୍ମବିଭୋର ହୋଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ସିଂହ – ବିଭିନ୍ନ ଯୋଜନା କରିବେ ସିନା ପାଦେ ମାତ୍ର ଆଗକୁ ଯାଇ ପାରିବେ ନାହିଁ । ଋଣ ଭାରରେ ଅତିଷ୍ଠ ହେବେ, କିନ୍ତୁ ପରିଶୋଧ କରିବାର ରାସ୍ତା ଖୋଜି ପାଇବେ ନାହିଁ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୪ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କନ୍ୟା – ଆଜି କିଛି ପାଇବାକୁ ହେଲେ କିଛି ଦେବାକୁ ଚେଷ୍ଟା କରନ୍ତୁ, ଅନ୍ୟଥା ନିରାଶରେ ଘୂରି ବୁଲିବାକୁ ପଡିବ । ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ତୁଳା – ବିଭିନ୍ନ ପ୍ରକାରର ଚିନ୍ତା ଓ କଳ୍ପନା କରି ମାନସିକ ଭାରସାମ୍ୟ ହରାଇବେ । ପ୍ରତିଶ୍ରୁତି ଦେଇଥିବା ବନ୍ଧୁଙ୍କୁ ହଁ କରିପାରିବେନି କିମ୍ବା ନାହିଁ କରିପାରିବେନି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

ବିଛା – ଦୀର୍ଘ ଦିନ ଧରି ଅଟକି ରହିଥିବା କାମ ଜଣେ ବନ୍ଧୁଙ୍କ ସହାୟତାରେ ହୋଇଯିବ । ପରିବହନ, ଶିଳ୍ପ ଓ ବ୍ୟବସାୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯତ୍ନ କରି ସଫଳତା ପାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ଧନୁ – କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମ କ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ । ପିଲାମାନଙ୍କ ଶିକ୍ଷା ଓ ଅନ୍ୟାନ୍ୟ କୃତିତ୍ୱରେ ଆନନ୍ଦିତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- କରତ୍‌କର୍ମା ହେବେ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ମିତ୍ର ସୁଖ ପାଇବେ ।

ମକର – ହଠାତ୍ କୌଣସି ଖବର ପାଇ ବିଚଳିତ ହେବେ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀ ସହ-ଯୋଗ ଲୋଡିପାରନ୍ତି। ଘରେ ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଧାର୍ମିକ ହେବେ ।

କୁମ୍ଭ  – ପ୍ରତ୍ୟେକ କାମ ଓ କଥାରେ ସଂଯମତା ରକ୍ଷା ନ କଲେ କଳହ ସୃଷ୍ଟି ହେବ । ପାରିବାରିକ ସମସ୍ୟାର ସମାଧାନ ସକାଶେ ନିଜର ବନ୍ଧୁମାନଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ମୀନ – କର୍ମ କ୍ଷେତ୍ରରେ ଉଚ୍ଚ ଅଫିସରଙ୍କ ସହ ସମ୍ପର୍କହାନି ଚିନ୍ତାର କାରଣ ହେବ । ପିଲାମାନଙ୍କ ସ୍ୱାସ୍ଥ୍ୟହାନି କାରଣରୁ ମନ ଅସ୍ଥିର ରହିବ । ଧାରକରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଧାର୍ମିକ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.