ଜାନୁଆରୀ ୧ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | January 01, 2021 IST

ମେଷ – ଦ୍ୱିଜା ନକ୍ଷତ୍ର ପରିବାର ସକାଶେ ଅଳ୍ପ ଖର୍ଚ୍ଚରେ ଆବଶ୍ୟକତା ପୂରଣ କରିନେବେ । ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖୀ ହେବେ ।

ବୃଷ – ପାପଯୁକ୍ତ ଚନ୍ଦ୍ର ହେତୁ ଆଜି ମାନସିକ ସ୍ୱାସ୍ଥ୍ୟ ଭଲ ରହି ନ ପାରେ । ଅଭାବ ନ ଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ମିଥୁନ – ହିତେଶୁଙ୍କ ସାହାର୍ଯ୍ୟରୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ରାଶି ପ୍ରତି ବୁଧଙ୍କ ଦୃଷ୍ଟିରୁ ବହୁତ ଦିନଧରି ଭାଙ୍ଗି ପଡିଥିବା ସ୍ୱାସ୍ଥ୍ୟରେ ଉନ୍ନତି ଘଟିପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ – ପରିସ୍ଥିତିରେ ପଡି କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରିବେ । ସାମାଜିକ ସ୍ତରରେ ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ମରୀଚିକା ପଛରେ ଦୌଡିବାକୁ ପଡିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ସିଂହ – ମୂଳା ନକ୍ଷତ୍ରସ୍ଥ ରବି ଯୋଗୁ କାମର ଚାପ ବୃଦ୍ଧି ପାଇବ । ବନ୍ଧୁମାନଙ୍କ ସାହାର୍ଯ୍ୟରେ ନିକଟ ଅତୀତରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ସମ୍ଭାଳି ନେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା – ମାନସିକ ସ୍ଥିତି ଭଲ ରହିବନି । ବନ୍ଧୁଙ୍କ ବ୍ୟବହାରରେ ଅସନ୍ତୁଷ୍ଟ ହୋଇ ଆଲୋଚନା କାଳରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ହେବ । କର୍ମକ୍ଷେତ୍ରରେ ଶେଷ ସମୟରେ ସୁଯୋଗ ହରାଇ ବ୍ୟଥିତ ହୋଇପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ତୁଳା – ଆଜି ସକାଳୁ ପରିବାର ମଧ୍ୟରେ ସାଧାରଣ କଥାରୁ କଳହ ସୃଷ୍ଟି ହୋଇପାରେ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ତ୍ୟାଗ କଲେ କେତେକାଂଶରେ ଉପକୃତ ହୋଇପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବିଛା – କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ବଦଳି ଯାଇଥିଲେ ମଧ୍ୟ ବନ୍ଧୁଙ୍କ ପୂର୍ବର ଅନୁରାଗ ରହିବ ନାହିଁ । ସଭାସମିତିରେ ଅଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧାର୍ମିକ ହେବେ ।

ଧନୁ – ନୀଚ ରାଶିସ୍ଥ ବୃହସ୍ପତିଙ୍କ କୁପ୍ରଭାବରୁ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ । ପ୍ରତିକ୍ରିୟାଶୀଳ ହେଲେ ପ୍ରିୟଜନଙ୍କ ସହ ସମ୍ପକଙ ହାନି ଯୋଗୁ ଚିନ୍ତିତ ହେବାକୁ ପଡିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମକର – ଭାବିଚିନ୍ତି କାମ ନ କଲେ ଅନୁତାପ କରିବାକୁ ପଡିପାରେ । ବନ୍ଧୁଙ୍କ ପରାମର୍ଶକୁ ନିର୍ବିବାଦରେ ଗ୍ରହଣ ନ କଲେ ବିବାଦକୁ ଠେଲି ହୋଇଯିବେ । ପ୍ରତ୍ୟେକ କ୍ଷେତ୍ରରେ ନୀରବଦ୍ରଷ୍ଟା ଭଳି କାମ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖୀ ହେବେ ।

କୁମ୍ଭ – ସ୍ୱାସ୍ଥ୍ୟ ପ୍ରତି ଅବହେଳା କଲେ ଅନୁତାପ କରିବାକୁ ପଡିପାରେ । କାହା କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ । ଶତଭିକ୍ଷାର ଅଫିସରେ ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ଅବଶ୍ୟ ସଫଳତା ହାସଲ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ମୀନ – ଆଜି ଲକ୍ଷ୍ୟ ପୂରଣ ହେବ, ମାତ୍ର ବନ୍ଧୁ କଥାରେ ପ୍ରଭାବିତ ହୋଇ ଭୁଲ୍ କରିପାରନ୍ତି । ଉତ୍ତରଭାଦ୍ରବ ନକ୍ଷତ୍ର କୌଣସି କ୍ଷେତ୍ରରେ ଆଜି ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.