ଜାନୁଆରୀ ୨ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | January 02, 2021 IST

ମେଷ – ଆଜି କେନ୍ଦ୍ରସ୍ଥାନରେ ଗୁରୁ ଓ ଶନିଙ୍କ ପ୍ରଭବରୁ ସବୁ କାମ ସହଜରେ ସାଧନ ହେବ । ଗତକାଲିର ଟେନ୍‌ସନ କିଛି ମାତ୍ରାରେ କମିଯିବ ଏବଂ ଅଫିସ୍ ରେ ବନ୍ଧୁ ମିଳନରୁ ଉତ୍ସାହିତ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ବୃଷ – ଆପଣ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ । ବନ୍ଧୁଙ୍କ ସମ୍ମୁଖରେ ମନର ଦୁଃଖ ଲୁଚାଇ ହସି ହସି କଥା  କହିବା ପାଇଁ ବାଧ୍ୟ ହେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ – ଆଜି ଆର୍ଥିକ ଅଭିବୃଦ୍ଧି ଘଟିଲେ ମଧ୍ୟ କେତେକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ପରିଲକ୍ଷିତ ହେବ । ପ୍ରତିଟି କ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟା ମଧ୍ୟ ଦେଇ ଚଳିବାକୁ ପଡିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କର୍କଟ – ବାରମ୍ବାର ସ୍ଥାନ ପରିବର୍ତ୍ତନ ଓ ଭ୍ରମଣଜନିତ ପରିଶ୍ରମ ଲାଗି ସ୍ୱାସ୍ଥ୍ୟହାନି ଘଟିପାରେ । ଆଲୋଚନା ସମୟରେ ସାଧାରନ କଥାରେ ବନ୍ଧୁ ମୁହଁ ଫେରାଇ ନେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ସିଂହ – ଆଜିର ବୁଧାଦିତ୍ୟ ଯୋଗ ଆପଣଙ୍କ ସ୍ଥିର ନିଷ୍ପତ୍ତି ନେବାରେ ସହାୟକ ହୋଇପାରିବ । ଆର୍ଥିକ ସ୍ୱଚ୍ଛଳତା କାରଣରୁ ମାନସିକ ସ୍ଥିରତା ଆସିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କନ୍ୟା – ସମସ୍ୟା ନିୟନ୍ତ୍ରଣାଧୀନ ରହିଥିଲେ ମଧ୍ୟ କେତେକ କାରଣରୁ ମନରେ ସରସତା ରହିବ ନାହିଁ । ନିକଟସ୍ଥ ବନ୍ଧୁମାନେ ସହ-ଯୋଗ କରିବାର ପ୍ରତିଶ୍ରୁତି ଦେବେ କିନ୍ତୁ ତାହା କଥାରେ ହିଁ ସୀମିତ ରହିଯାଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ମଧୁରଭାଷୀ ହେବେ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ତୁଳା – ପାରିବାରିକ ପରିସ୍ଥିତି ପୂର୍ବପରି ରହିବ ଏବଂ ପିଲାଙ୍କ ସହ ଖୁସିଗପ ମଉକା ଜୁଟିବ । ସଭାସମିତିରେ ଯୋଗ ଦେଲେ କିମ୍ବା ସହମତିରେ କାମ କଲେ ଲକ୍ଷ୍ୟ ହାସଲ କରିପାରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

ବିଛା – ବାକ୍ ସଂଯମତା ନ ରଖିଲେ ସବୁ ପ୍ରକାରର ସୁବିଧା ଥାଇ ମଧ୍ୟ ହାତମୁଠାରେ ସୁଯୋଗ ଖସିଯିବ । ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକର ସାମ୍ନା କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି- ଜଳଯାତ୍ରା ମନା ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ଧନୁ – ଅନୁକୂଳ ବାତାବରଣ ମଧ୍ୟରେ ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ୱିତ କରିପାରିବେ । ଅର୍ଥ ସଂଗ୍ରହରେ ତତ୍ପରତା ପ୍ରକାଶ କରି ସଫଳ ହେବେ । ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇବ ଏବଂ ସାମୟିକ ମାନସିକ ଅସ୍ଥିରତା ସୃହ୍‌ଟି ହେବାର ଆଶଙ୍କା ରହିଛି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମକର – ପଡୋଶୀଙ୍କ ମୁହଁରୁ କୌଣସି ଭୁଲ୍ ଖବରକୁ ସତ୍ୟ ମନେ କରି ଉତ୍‌କ୍ଷିପ୍ତ ହୋଇପାରନ୍ତି । ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୨ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ  – ଆଜି ଯେଉଁ କାମରେ ହାତ ଦେବେ ସେଥିରେ ସଫଳତା ଅବଶ୍ୟମ୍ଭାବୀ । ସାହିତ୍ୟ,କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ପାଇବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ – ଆଜିର କର୍ମକ୍ଷେତ୍ରରେ ଦୃଢ ପଦକ୍ଷେପ ନେଇ ପ୍ରଶଂସିତ ହେବେ । ଅଫିସ୍ କାମରେ ଅନୁପସ୍ଥିତି କିମ୍ବା ବିଳମ୍ବ ପାଇଁ କୈଫିୟତ୍ ଦେବାକୁ ପଡିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.