ଜାନୁଆରୀ ୪ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | January 04, 2021 IST

ମେଷ – ଅଶ୍ୱିନୀ ନକ୍ଷତ୍ର ଗତକାଲି ଯେଉଁଥି ପାଇଁ ଚିନ୍ତା କରୁଥିଲେ ଆଜି ତାହା ବିଳମ୍ବରେ ମିଳିବ । କର୍ମକ୍ଷେତ୍ରରେ ଯ୍ଣେଚ୍ଛ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ବୃଷ – ସ୍ୱାସ୍ଥ୍ୟ ପୂର୍ବ ଭଳି ରହିଲେ ମଧ୍ୟ ସାମୟିକ ଦୁର୍ବଳତା କାର୍ଯ୍ୟ କ୍ଷେତ୍ରକୁ ମନ୍ଥର କରିପାରେ । ଆପଣଙ୍କ କାର୍ଯ୍ୟାବଳୀର ଭୂୟସୀ ପ୍ରଶଂସା କରି ପଦସ୍ଥ ବ୍ୟକ୍ତିବିଶେଷ ଖୁସି ହୋଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ବିଦେଶୀ ଜିନିଷରେ କ୍ଷତି ହେବ ।
ଗୃହିଣୀ- ଧାର୍ମିକ ହେବେ ।

ମିଥୁନ – କର୍ମକ୍ଷେତ୍ରରେ କାର୍ଯ୍ୟଚାପ ଯୋଗୁ ଘରକଥା ବୁଝିବାକୁ ସମୟ ପାଇବେ ନାହିଁ । ବନ୍ଧୁବର୍ଗଙ୍କ ଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

କର୍କଟ – ଆଜି ସକାଳୁ ଅଫିସ୍ରୁ ହଠାତ୍ କୌଣସି ଖବର ଫାଇ ଖୁସି ହେବେ । ପ୍ରତିଶ୍ରୁତଦେଇ ଶେଷ ସମୟରେ ବନ୍ଧୁଟି ଅବିଶ୍ୱାସୀ କାମ କରିପାରନ୍ତି । ମିଥ୍ୟା ଅଭିଯୋଗକୁ ବୁଝି ନ ପାରି ନିଜ ଲୋକମାନଙ୍କ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ପରକୁ ଆପଣାର କରିବେ ।

ସିଂହ – ବନ୍ଧୁମାନଙ୍କ ସାହାର୍ଯ୍ୟ ଓ ସହ-ଯୋଗରୁ ଅଭିଳଷିତ ଫଳ ପାଇ ଖୁସି ହେବେ । ଅପରାହ୍ନରେ ଗୃହସୀମାକୁ କେନ୍ଦ୍ରକରି ବିବାଦ ବୃଦ୍ଧି ପାଇପାରେ । ପ୍ରଶାସନିକ ସ୍ତରରେ ସମସ୍ୟାର ଆଶୁ ସମାଧାନ ହୋଇଯିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କନ୍ୟା – ଚତୁଃପାଶ୍ୱର୍ରେ ଘଟି ଯାଉଥିବା ଛୋଟ ଛୋଟ ଘଟଣାଗୁଡିକ ଯୋଗୁ ଅଶାନ୍ତ ଅନୁଭବ କରିବେ । ପରିବାରର ବରାଦ ଅନୁଯାୟୀ ଗୃହୋପକରଣ କ୍ରୟ କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ତୁଳା – ପରିବାରର ଆବଶ୍ୟକତା ଉପଲବ୍ଧି କରି ଏକାଧିକ କାମ ହାତକୁ ନେଇ ବ୍ୟଥିତ ହୋଇପାରନ୍ତି । ସ୍ୱାତୀ ନକ୍ଷତ୍ର ବନ୍ଧୁମାନଙ୍କ ସହ ଆଜିର ସକାଳୁଆ ଯାତ୍ରାରେ ସଫଳତା ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବିଛା – କାମ ହାସଲ କରିବା ସକାଶେ କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେଇପାରନ୍ତି । ଅନ୍ୟାୟ ବିରୋଧରେ ସ୍ୱର ଉଠାଇବେ ସତ, କିନ୍ତୁ ସହ-ଯୋଗ ପାଇବେ ନାହିଁ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।

ଧନୁ – ଆଜିର କର୍ମକ୍ଷେତ୍ରରେ ସାମାନ୍ୟ ଭୁଲରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ମକର – ପରିବାରର ଖର୍ଚ୍ଚ ପରିମାନ ବୃଦ୍ଧି ଯୋଗୁଁ ମନରେ ସରସତା ରହି ନପାରେ । କର୍ମକ୍ଷେତ୍ରରେ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ । ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ହେବାର ଆଶା କରାଯାଇପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ – ବନ୍ଧୁମାନଙ୍କ ସହ ଆଲୋଚନା ଅନୁଯାୟୀ ଆଜିର କାମଗୁଡିକ ଠିକ୍ ଠାକ୍ ହୋଇଯିବ । କୌଣସି ସମସ୍ୟାର ଆଶଙ୍କା କରି ଆସୁବିଧା ନ ଥିଲେ ମଧ୍ୟ ମନ ଅସ୍ଥିର ରହିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ମୀନ – ଯେ କୌଣସି କାମରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ । ରେବତୀ ନକ୍ଷତ୍ରର ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁଁ ଉଦାସ ରହିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.