Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ଜାନୁଆରୀ ୮ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

8/01/2021 at 7:03 AM

ମେଷ – ଶୁକ୍ରବାର କେନ୍ଦ୍ର ଓ କୋଣ ସ୍ଥାନରେ ଛଅଟି ଗ୍ରହ ଅବସ୍ଥାନ କରିଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ । ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ – ଆଜି ଆପଣ ଘର ସକାଶେ ଜମିଜମା ବିଷୟରେ କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ । ଆନୁଷ୍ଠାନିକ କାମରେ କେତେକ ସମସ୍ୟା ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ସତର୍କତାର ଦିନ ।

କର୍ମଜୀବି- ଅର୍ଥ ହାନୀ ହେବ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ମିଥୁନ – ଆପଣ ଯେଉଁ ନିଷ୍ପତ୍ତି ନେବେ ଶେଷ ସମୟରେ ଓଲଟ ପାଲଟ ହୋଇଯିବ । ପ୍ରତିଶ୍ରୁତି ଦେଇଥିବା ମିତ୍ରମାନେ ମତ ବଦଳାଇ ଅସହଯୋଗ କରିବେ । ମାଲିମୋହଦ୍ଦମାରେ ସ୍ଥିତି ଅନୁକୂଳ ହେବ । ଶୁଭ ରଙ୍ଗ ଗ୍ରୀନ୍। ଶୁଭ ଅଙ୍କ ୧ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ଆର୍ୟୁବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କର୍କଟ – କାମ ହାସଲ ପାଇଁ ଆତ୍ମୀୟମାନେ ସମସ୍ୟା ଆଣିପାରନ୍ତି । ଶାରୀରିକ କ୍ଷେତ୍ରରେ ଅଜୀର୍ଣ୍ଣ, ଉଚ୍ଚ ରକ୍ତଚାପ କିମ୍ବା ଡାଇବେଟିସ୍ ବଢିପାରେ । ମହିଳାମାନେ ଅପ୍ରିୟ ସତ କଥା କହି ବିରୋଧୀ ହୋଇପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ସିଂହ – ଆଜିର କର୍ମକ୍ଷେତ୍ରରେ ବିବାଦୀୟ ଘଟଣା ଟିକିଏ ଜଟିଳ ହେବ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ । ପିଲାମାନଙ୍କ କାର୍ଯ୍ୟକଳାପ ନାପସନ୍ଦ କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ଧାର୍ମିକ ହେବେ ।

କନ୍ୟା – ସମ୍ପର୍କୀୟମାନେ ସମସ୍ୟା ସୃଷ୍ଟି କରିପାରନ୍ତି । ଯାନବାହନରେ ସତର୍କ ନ ରହିଲେ ସମସ୍ୟା ଉପୁଜିପାରେ । ସହକର୍ମୀଙ୍କ ସହ ଭାଙ୍ଗି ପଡିଥିବା ସମ୍ପର୍କ ଯୋଡି ହୋଇଯିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ତୁଳା – କାହାର ମିଠା କଥାରେ ଭାସିଯାଆନ୍ତୁ ନାହିଁ । ଭଲ ସମ୍ପର୍କ  ନ ଥିବା ବନ୍ଧୁଙ୍କ ଦ୍ୱାରା କର୍ମକ୍ଷତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବାକୁ ପଡିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ବିଛା – ପରିସ୍ଥିତି ଆକସ୍ମିକ ଭାବରେ ଭିନ୍ନ ମୋଡ ନେବା କାରଣରୁ ସବୁ ସମସ୍ୟା ସୁଧୁରି ଯିବ । ଗତକାଲି ଠାରୁ ଯେଉଁ କାମ କରିବେ ନିଶ୍ଚିତ କୃତକାର୍ଯ୍ୟ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଆର୍ୟୁବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ପରକୁ ଆପଣାର କରିବେ ।

ଧନୁ – ଆପଣଙ୍କ ଜନହିତକର କାମ ଲୋକପ୍ରିୟତା ବଢାଇବ । କେତେକ ନୂତନ କାମର ପରିକଳ୍ପନା କରିବେ । ଖର୍ଚ୍ଚଭାର ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ଆର୍ୟୁବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମକର – ଯୁକ୍ତିଯୁକ୍ତ କଥା କହି ଅର୍ଥ ଓ ସମ୍ମାନ ଲାଭରେ ସଫଳ ହେବେ । ଅଫିସ୍ ରେ ସହକର୍ମୀଙ୍କ ଦୌରାତ୍ମ୍ୟ ଅସହ୍ୟ ହୋଇପାରେ । ପରିବାରରେ ଛୋଟ କଥାଟିକୁ ବଡ ଆକାରରେ ଚିନ୍ତା କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ସୁଖୀ ହେବେ ।

କୁମ୍ଭ  – ପ୍ରତ୍ୟେକ ଦିଗରୁ ଆଜି ଦିନଟି ଭଲ, କିନ୍ତୁ ଜଗି ରଖି କଥାବାର୍ତ୍ତା କରିବା ଭଲ । ପିଲାଙ୍କର କିଛି ସମସ୍ୟା ମନକୁ ବିଚଳିତ କରିପାରେ । ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ, ଯଦ୍ଵାରା କି ପାରିବାରିକ ଶାନ୍ତି ଓ ସୁସ୍ଥତା ବ୍ୟାହତ ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

ମୀନ – ଶୁକ୍ରବାର କର୍ମକ୍ଷେତ୍ରରେ ଆପଣ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହୋଇପାରନ୍ତି । ଋଣ ପରିଶୋଧ କରିବା ସକାଶେ ଅର୍ଥ ସଂଗ୍ରହର ପ୍ରଚେଷ୍ଟା ଫଳବତୀ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

   Related Posts