Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର ; ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଗଣେଶ ନଗରରେ ପୁଲିସ୍ ର ଚଢାଉ
  • ||
  • ନକଲି ଟମାଟ, ଚିଲି, ସୋୟା ସୋସ୍ ୟୁନିଟ୍ ଉପରେ ଚଢାଉ
  • ||
  • କେତେ ପରିମାଣର ନକଲି ସାମଗ୍ରୀ ଜବତ, ତାହା ତଦନ୍ତ ପରେ ଜଣାପଡିବ ବୋଲି ପୁଲିସର ସୂଚନା
  • ||
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||

ଜାନୁଆରୀ ୧୦ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

10/01/2021 at 7:11 AM

ମେଷ – ଶନି ଓ ଗୁରୁଦୃଷ୍ଟି ତୃତୀୟଭାବ ହେତୁ ଅତି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କ ଠାରୁ ସାହାର୍ଯ୍ୟ ଅଯାଚିତ ଭାବେ ପାଇବେ । ଶୁଭ ରଙ୍ଗଚଫି । ଶୁଭ ଅଙ୍କ ୮ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ବୃଷ – କୌଣସି ଏକ ସାଧାରଣ କଥାକୁ କେନ୍ଦ୍ର କରି ହଠାତ୍ ଆତ୍ମୀୟଙ୍କ ସହ ମତାନ୍ତର ସୃଷ୍ଟି ହୋଇପାରେ । ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବା ସକାଶେ ଜୋରଦାର ଉଦ୍ୟମ କରି ସଫଳ ମଧ୍ୟ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ – ନିକଟତର ବନ୍ଧୁଙ୍କ ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ ଦେଖିପାରନ୍ତି । ପରିବହନ କ୍ଷେତ୍ରରେ ସମସ୍ୟା ସାମଧାନ ସକାଶେ ବହୁତ କଷ୍ଟ ସ୍ୱୀକାର କରିବାକୁ ପଡିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୯ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ସୁଖଭାରା ଦିନଟି ।

କର୍କଟ – କର୍ମକ୍ଷେତ୍ରର ଅସଜଡା ପରିସ୍ଥିତିକୁ ନିୟନ୍ତ୍ରଣାଧୀନ କରିବା ସଙ୍ଗକୁ ସମସ୍ୟା ସୁଧାରିନେବାର ପ୍ରଯତ୍ନ କରିବେ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

ସିଂହ – ଆଜି କୌଣସି ଦୁଃଖଦ ଖବର ମନକୁ ସାମୟିକ ବିଚଳିତ କରିପାରେ । ସଭାସମିତି କିମ୍ବା ବନ୍ଧୁଙ୍କ ସହ ଆଲୋଚନା କ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

କନ୍ୟା – ଆକସ୍ମିକ ଭାବରେ କିଛି ନୂତନ କର୍ମାରମ୍ଭ ସକାଶେ ଅର୍ଥ ଆବଶ୍ୟକ ହୋଇପାରେ । ଆନୁଷ୍ଠାନିକ କାମରେ ଅନ୍ୟମାନଙ୍କ ସହ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- କରତ୍‌କର୍ମା ହେବେ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ- ପରକୁ ଆପଣାର କରିବେ ।

ତୁଳା – ଆଜି ପାରିବାରିକ ଓ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହ ମତଭେଦ ଘଟିବାର ସମ୍ଭାବନା ରହିଛି । ବାଣିଜ୍ୟ ବ୍ୟବସାୟ ପରିବହନରୁ ଲାଭବାନ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ବିଛା – ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ ନ କଲେ ପରେ ଚିନ୍ତା କରିବାକୁ ପଡିବ । ଅନ୍ୟମାନଙ୍କ ସମର୍ଥନ ନ ପାଇ କେତେକ କାମରେ ଦୂରେଇ ରହିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ – ବିଭିନ୍ନ କାମର ଚାପ ହେତୁ କ୍ଳାନ୍ତି ଅନୁଭବ କରିବେ । ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ ନ କଲେ ମନସ୍ତାପ କରିବାକୁ ପଡିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ଜଳଯାତ୍ରା ମନା ।

ବ୍ୟବସାୟୀ- ମଧୁରଭାଷୀ ହେବେ ।

ଗୃହିଣୀ- ଧାର୍ମିକ ହେବେ ।

ମକର – ଅନୁକୂଳ ସମୟ ନ ଥିବାରୁ ଘରେ ଓ ବାହାରେ ଅଶାନ୍ତି ଅନୁଭବ କରିବେ । ଏଣେ ନିଜ ଲୋକ ଉପରେ ଭରସା କରିପାରିବେ ନାହିଁ । ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡିବା ସକାଶେ ବିଭିନ୍ନ ଯୋଜନା କରିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖୀ ହେବେ ।

କୁମ୍ଭ  – କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟା କିମ୍ବା ବିଶୃଙ୍ଖଳାକୁ ନେଇ ମନ ଭାରାକ୍ରାନ୍ତ ରହିପାରେ । ମାନସିକ ଚାପଗ୍ରସ୍ତ ହୋଇ ପାରିବାରିକ ସମସ୍ୟା ପ୍ରତି ବିତସ୍ପୃହ ରହିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ – ପରିବାରରେ ସମସ୍ୟା ସମାଧାନ, ପରିବହନରେ ଅର୍ଥଲାଭ, ନିର୍ମାଣରେ ଅଗ୍ରଗତି ହେତୁ ଖୁସି ଅନୁଭବ କରିବେ । ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହିବା ଭଲ ହେବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ସ୍ୱାଭିମାନୀ ହେବେ ।

   Related Posts