ଜାନୁଆରୀ ୨୪ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | January 24, 2021 IST

ମେଷ – ଆଜି ଘରର କଥା ହେଉ କିମ୍ବା ଅଫିସିଆଲି କାମରେ, ଅଟକି ରହିଥିବା କାମ ସମ୍ପନ୍ନ କରିବେ । ପଡୋଶୀ,ସହକର୍ମୀ, ଭାଇଭଉଣୀ ସହ ଯୁକ୍ତିତର୍କ ଲାଗିପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବୃଷ – ସକାଳୁ କିଛି ଅର୍ଥ କିମ୍ବା ଖୁସି ଖବର ପାଇବେ । ଆପଣ ଅନାବଶ୍ୟକ ଭାବରେ କାହାକୁ କିଛି ଉପଦେଶ ଦେଲେ ସେହି ବ୍ୟକ୍ତି ତାହାକୁ ଭୁଲ୍ ବୁଝିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ – ଆଜି ଦିନଟିରେ ଯାହା କରିବା ପାଇଁ ମନଓୀ କରିଛନ୍ତି, ତାହା ସକାଳୁ ଆରମ୍ଭ କରିଦେବା ଭଲ । ବନ୍ଧୁଙ୍କ ଫେରିବା ବାଟକୁ ଚାହିଁ ଧୈର୍ଯ୍ୟହରା ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କର୍କଟ – ପ୍ରତ୍ୟେକ କ୍ଷେତ୍ରରେ ଅବହେଳା ଓ ନିଜର କାଳକ୍ଷେପଣ ନୀତି କିମ୍ବା ଅଳସୁଆମି ହେତୁ କାମ ଗୁଡିକ ଧିମେଇ ଯିବ । ବନ୍ଧୁ ବାନ୍ଧବ ସୁବିଧାବାଦୀ ଗୁଣରେ ଶୋଷଣ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ଧାର୍ମିକ ହେବେ ।

ସିଂହ – କୌଣସି ନୂଆ କାମ ହାତକୁ ନେବେ । ନିରପେକ୍ଷତା ଅବଲମ୍ବନ ନ କଲେ ଘରେ ହେଉ କିମ୍ବା କର୍ମକ୍ଷେତ୍ରରେ ସମାଲୋଚିତ ହେବାକୁ ପଡିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

କନ୍ୟା – ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ମୁକାବିଲା ସହ ପରିସ୍ଥିତିକୁ ସାମନା କରିବାକୁ ପଡିବ । ଜେତେକ କାମ ଅଟକି ରହିଥିବା କାରଣରୁ ଟେନସନ୍ କିଛି ମାତ୍ରାରେ ଲାଗିରହିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।   

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ସୁଖୀ ହେବେ ।

ତୁଳା – ନିକଟ ସମ୍ପର୍କୀୟ ଆଗରେ ନ ହେଲେ ମଧ୍ୟ ପଛରେ ବିଭିନ୍ନ କଥା କହିବେ । ଯେତେ ତୁନିତାନି କରି ରହିଲେ ମଧ୍ୟ ପରିବାର ଭିତରେ ପ୍ରଶଂସା ସୂଚକ ପଦୁଟିଏ କଥା ଶୁଣିବାକୁ ମିଳିବ ନାହିଁ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।      

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବିଛା – ଦିନଟିରେ ଅଧିକାଂଶ ସମୟ ବନ୍ଧୁଙ୍କ ସହ ବିଭିନ୍ନ ଆଲୋଚନାରେ କଟିବ । ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ଅପମାନଜନକ ସ୍ଥିତିରୁ ଖସି ଯାଇପାରନ୍ତି ।  ଶୁଭ ଅଙ୍କ ପିଚ୍ । ଶୁଭ ଅଙ୍କ ୨ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

ଧନୁ – ନୂତନ ଯୋଜନା ଆରମ୍ଭ କରି ଖୁସି ରହିବେ ଏବଂ ସମ୍ପର୍କୀୟଙ୍କ ସାହାର୍ଯ୍ୟ ଅବଶ୍ୟ ମିଳିବ । ମଙ୍ଗଳୋତ୍ସବ କାର୍ଯ୍ୟ ସମ୍ପନ୍ନ ପାଇଁ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଧାର୍ମିକ ହେବେ ।

ମକର – ଆଶା ଓ ବିଶ୍ୱାସ ରଖି ମାଡିଚାଲିଲେ ଅବଶ୍ୟ ଆଶା ପୂରଣ ହୋଇଯିବ । କର୍ମକ୍ଷେତ୍ରରେ ଆଶାନୁରୂପକ ସଫଳତା ହାସଲ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

କୁମ୍ଭ  –  ସାଧାରଣ କଥାକୁ ବଡ ଆକାରରେ ଚିନ୍ତା କରି ବେଶି ବ୍ୟସ୍ତ ହୋଇପାରନ୍ତି । ଫେରିବା ରାସ୍ତାରେ ଜଣେ ଅପରିଚିତଙ୍କ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମୀନ – ଯେତେ ଚେଷ୍ଟା କଲେ ମଧ୍ୟ ଅନ୍ୟମାନଙ୍କୁ ସହଜରେ ସନ୍ତୁଷ୍ଟ କରିପାରିବେ ନାହିଁ । କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।

ଚାଷୀ- ଉତ୍ତମ ଫଳ ପାଇବେ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

କର୍ମଜୀବି- ଜଳଯାତ୍ରା ମନା ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.