ମାର୍ଚ୍ଚ ୧୨ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | March 12, 2021 IST

ମେଷ – ଆଜି ଲାଭଭାବସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ପାରିବାରିକ ସ୍ଥିତି ଠିକ୍‌ ରଖିବ ନାହିଁ । କୌଣସି କଥାକୁ ଠିକ୍‌ ଭାବରେ ନ ବୁଝି ଅଯଥା ବିରକ୍ତି ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୫ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୁଖୀ ହେବେ ।

ବୃଷ – ଦ୍ୱାଦଶାଧିପତି ରାଶିସ୍ଥ ହେତୁ ଆପଣଙ୍କୁ ଆକସ୍ମିକ ଭାବରେ ଯାତ୍ରା କରିବାକୁ ପଡିପାରେ । ପଡୋଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା କରି ସଫଳତା ପାଇପାରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
• ଗୃହିଣୀ- କ୍ଳାନ୍ତି ଅନୁଭବ କରିବେ ।
• ବ୍ୟବସାୟୀ- ଗୃହୋପକରଣ କ୍ରୟ କରିପାରନ୍ତି ।
• କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।
• ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଚାଷୀ- ମୁଣ୍ଡରେ ପଗଡି ବାନ୍ଧନ୍ତୁ ।

ମିଥୁନ – ପାପଗ୍ରହଯୁକ୍ତ ରାଶି ଶାରୀରିକ ଅସୁସ୍ଥତାର କାରଣ ହୋଇପାରେ । ନୂତନ ଯାନବାହନ କ୍ରୟ କରିବା କିମ୍ବା ଗୃହସଜ୍ଜା ପ୍ରତି ଆଗ୍ରହ ବଢିବ । ଶୁଭ ରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୩ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍‌ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।

କର୍କଟ – ବ୍ୟୟାଧିପ ସପ୍ତମସ୍ଥ ଯୋଗୁ ବାଣିଜ୍ୟ, ବ୍ୟବସାୟରେ ଶେୟାର ବଜାରରେ ପୁଞ୍ଜିଲଗାଣ ଶୁଭପ୍ରଦ ହେବ । ବନ୍ଧୁମାନଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ । ଶୁଭ ରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୬ ।
• ଗୃହିଣୀ- ମିତ୍ର ସୁଖ ପାଇବେ ।
• ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ଛାତ୍ରଛାତ୍ରୀ- ମିତ୍ର ସହ କଟୁତା ହୋଇପାରେ ।
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଚାଷୀ- ଉତ୍ତମ ଫଳ ପାଇବେ ।

ସିଂହ – କର୍ମାଧିପ ଭାଗ୍ୟସ୍ଥ ଯୋଗୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ । ପିଲାମାନଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି । ଶୁଭ ରଙ୍ଗ ପିଚ୍‌ । ଶୁଭ ଅଙ୍କ ୭ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୁଖୀ ହେବେ ।

କନ୍ୟା – ଶୁକ୍ରଙ୍କ ଶୁଭ ସଂସ୍ଥାନରୁ ପ୍ରତ୍ୟେକ କ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ । ବିଭିନ୍ନ ସମସ୍ୟା ମଧ୍ୟରେ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
• ଗୃହିଣୀ- ମିତ୍ର ସୁଖ ପାଇବେ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• କର୍ମଜୀବି- ବିଦେଶରେ ଥିଲେ ଅସୁବିଧା ଦେଖା ଦେବ ।
• ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ତୁଳା – ଆଜିର ଫେରନ୍ତା ବାଟରେ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ଉପର ଅଧିକାରୀଙ୍କ ସମ୍ମୁଖରେ ନିଜର ମନର ଭାବକୁ ପ୍ରକାଶ କରିବେ । ଶୁଭ ରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୪ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ଧାର୍ମିକ ହେବେ ।

ବିଛା – ଚନ୍ଦ୍ରଙ୍କ ପ୍ରଭାବରୁ ପାରିବାରିକ କ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ଭାଗ୍ୟଶାଳୀ ହେବେ ।

ଧନୁ – ବନ୍ଧୁମାନଙ୍କ ନିମନ୍ତ୍ରଣ କ୍ରମେ ଆକସ୍ମିକ ଭାବରେ ଆମୋଦ-ପ୍ରମୋଦର ମଉକା ଜୁଟିବ । ମଙ୍ଗଳ ଜନିତ ପାଖ ପଡୋଶୀଙ୍କ ସହ-ଯୋଗରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• ଚାଷୀ- ଉତ୍ତମ ଫଳ ପାଇବେ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ନୂତନ ଜିନିଷ କ୍ରୟ କରିପାରନ୍ତି ।

ମକର – ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କ ଉଦ୍ୟମ ବିଫଳ ହେବ ନାହିଁ । କୌଣସି ମୂଲ୍ୟବାନ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।
• ବ୍ୟବସାୟୀ- ଗୃହୋପକରଣ କ୍ରୟ କରିପାରନ୍ତି ।
• କର୍ମଜୀବି – କାମଟି ହଠାତ୍‌ ହୋଇଯିବ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• ରୋଗୀ- ୟୋଗା କରନ୍ତୁ ।
• ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।

କୁମ୍ଭ – ଚତୁର୍ଥସ୍ଥ ଶୁକ୍ର ଜନିତ ବନ୍ଧୁମାନଙ୍କ ସହାୟତାରେ ବଜେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ରିସ୍କ ପଦକ୍ଷେପ ଗ୍ରହଣ କରିବେ । ଶୁଭ ରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୮ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• ଗୃହିଣୀ- କାର୍ଯ୍ୟରେ ବିଳମ୍ବ ହୋଇପାରେ ।

ମୀନ – ପରିସ୍ଥିତି ବିଡମ୍ବନା କାରଣରୁ ପାରିବାରିକ କ୍ଷେତ୍ରରେ ସବୁ ଜାଣିଶୁଣି ନୀରବତା ଅବଲମ୍ବନ କରିବେ । ବାରମ୍ବାର ଅସଫଳ ହେବା କାରଣରୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ଶୁଭ ରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୫ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• କର୍ମଜୀବି- ନୂଆ ଜବ୍‌ ମିଳିବା କଷ୍ଟ ।
• ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.