ଅପ୍ରେଲ ୦୫ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | April 05, 2021 IST

ମେଷ – ଆଜି ଆପଣଙ୍କ ପ୍ରତ୍ୟେକ କାମରେ କିଛିଟା ଦ୍ୱନ୍ଦ୍ୱ ଓ ଆଶଙ୍କା ମଧ୍ୟରେ ମନ ହଲଚଲ ହୋଇପାରେ । ସେହି କାମଟି ବାଧ୍ୟ ହୋଇ କରିବେ, କିନ୍ତୁ ବହୁତ ବିଳମ୍ବ ଓ ସମସ୍ୟା ମଧ୍ୟରେ ହିଁ ସମ୍ପନ୍ନ ହେବ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୨ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
• କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ସୁଖୀ ହେବେ ।

ବୃଷ – କର୍ମକ୍ଷେତ୍ରରେ ପ୍ରଥମରୁ ସବୁ ଠିକ୍‌ ଠାକ୍‌ ଥିଲେ ହେଁ ଶେଷ ସମୟରେ ବିଗିଡି ଯିବାର ସମ୍ଭାବନା ରହିଛି । ସାମାଜିକ ସ୍ତରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ, ପ୍ରଶାସନ, ଆଇନ, କଳା ସାହିତ୍ୟ କ୍ଷେତ୍ର ମନ୍ଦ ହେବନି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।
• ଚାଷୀ- କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ସତର୍କତାର ଦିନ
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମିଥୁନ – ଆଜି କର୍ମକ୍ଷେତ୍ରରେ ଅଧୈର୍ଯ୍ୟ ନ ହୋଇ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି । ପାରିବାରିକ ସ୍ତରରେ ସନ୍ତାନ ହେତୁକ ମାନସିକ ଆଘାତ ପାଇ ପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।
• ଚାଷୀ- ଉତ୍ତମ ଫଳ ପାଇବେ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- ପ୍ରମୋସନ୍‌ ମିଳିବ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• ଗୃହିଣୀ- ମିତ୍ର ସୁଖ ପାଇବେ ।

କର୍କଟ – ମାନସିକ ଦ୍ୱନ୍ଦ୍ୱ କାରଣରୁ ଯେକୌଣସି କ୍ଷେତ୍ରରେ ଠିକ୍‌ ନିଷ୍ପତ୍ତି ନେଇପାରିବେ ନାହିଁ । ଇଚ୍ଛା ନ ଥିଲେ ମଧ୍ୟ ପରିବାର ଲୋକଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୧ ।
• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।

ସିଂହ – ଆପଣ ନିଜ ଲୋକଙ୍କୁ ଯେତିକି ଖୁସିରେ ରଖିବାକୁ ଚାହିଁଲେ ମଧ୍ୟ ଆଜିର ପରିସ୍ଥିତି ତାହା ସହଜରେ କରାଇ ଦେବ ନାହିଁ । କର୍ମ କ୍ଷେତ୍ରରେ ବାଧା ଉପୁଜିବ ତଥାପି ବ୍ୟସ୍ତ ହୁଅନ୍ତୁ ନାହିଁ । ଶୁଭ ରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୫ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।

କନ୍ୟା – କୌଣସି ପରିସ୍ଥିତିରେ ମଧ୍ୟ ଯାହା କହିବେ କିମ୍ବା କରିବେ ସବୁ ଭାବିଚିନ୍ତି କରିବା ଭଲ ହେବ । ଅଭାବ ପୂରଣ ସକାଶେ ବହୁ ଚେଷ୍ଟା ପରେ ଋଣ ସୂତ୍ରରେ ଅର୍ଥ ଲାଭ କରିବେ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୯ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• ଗୃହିଣୀ- ଭାଗ୍ୟଶାଳୀ ହେବେ ।

ତୁଳା – ବିଭିନ୍ନ ବିଷୟରେ ତର୍କ ଓ ବିବାଦ ପାରିବାରିକ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି କରିବ । ପ୍ରତ୍ୟେକ କ୍ଷେତ୍ରରେ ଆଳସ୍ୟ ଓ ଅବହେଳା ସାଙ୍ଗକୁ କାଳକ୍ଷେପଣ ନୀତି ହେତୁ, ମନରେ ସରସତା ରହିବ ନାହିଁ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।

ବିଛା – ଆଜି ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରି ଆପଣ ବିଜୟୀ ହେବେ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ଧାର୍ମିକ ହେବେ ।

ଧନୁ – ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିଲେ ମଧ୍ୟ ମାନସିକ ସୁସ୍ଥତା ରହି ନ ପାରେ । ଅଫିସ ଭିତରେ କିଛି ବିଚାର ନ କରି ଅନ୍ୟକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଜଣେ ବନ୍ଧୁ ସାହାର୍ଯ୍ୟର ପ୍ରତିଶ୍ରୁତି ଦେବେ । ଶୁଭ ରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୩ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ମକର – ପରିବାରରେ ଭୁଲ୍‌ ବୁଝାମଣା ନେଇ ବନ୍ଧୁ କିମ୍ବା ସହକର୍ମୀଙ୍କ ସହ ତିକ୍ତତା ଦେଖା ଦେଇପାରେ । ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
• ଚାଷୀ- କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• କର୍ମଜୀବି- ପ୍ରମୋସନ୍‌ ମିଳିବ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କୁମ୍ଭ – କାର୍ଯ୍ୟବ୍ୟସ୍ତତା ଜନିତ ମାନସିକ ଚାପ ବୃଦ୍ଧି ହେତୁ ସ୍ୱାସ୍ଥ୍ୟହାନି କାମକୁ ପ୍ରତିରୋଧ କରିବ । ନିଜର ଲୋକଙ୍କ କାର୍ଯ୍ୟ କଳାପ ନେଇ ବ୍ୟସ୍ତ ବିବ୍ରତ ହୋଇ ପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୮ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• ଗୃହିଣୀ- ସ୍ୱାଭିମାନୀ ହେବେ ।

ମୀନ – ବ୍ୟସ୍ତ ନ ହୋଇ ସମୟକୁ ଅପେକ୍ଷା କରନ୍ତୁ, ଚେଷ୍ଟା କରୁଥିବା କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ହେବ । ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ର କରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହେବ । ଶୁଭ ରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୧ ।
• ଚାଷୀ- କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.