Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • SCBରୁ ଗ୍ୟାଙ୍ଗଷ୍ଟାର ହାଇଦର୍‌ ଫେରାର ଘଟଣା, ୬ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||
  • ମାନିଲେଣି କଟକଣା : ଭୁବନେଶ୍ୱର ୪ ନମ୍ୱର ମାର୍କେଟରେ ପୋଲିସର ଚଢାଉ, ଫାଇନ ଦେଲେ ଦୋକାନୀ
  • ||
  • ବଡ଼ବିଲ : ଅଗ୍ନିକାଣ୍ଡରେ ଜଳିଗଲା ୪ଟି ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ଓଡିଶାରେ ସାଙ୍ଘାତିକ ସ୍ଥିତିରେ କରୋନା, ୨୪ ଘଣ୍ଟାରେ ୧୩୭୯ ପଜିଟିଭ୍ ଚିହ୍ନଟ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ବଢିଲା ସଂକ୍ରମଣ, ୭ ଦିନ ପାଇଁ ଏହି ଅଞ୍ଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା
  • ||
  • ଆଜିଠୁ ଟିକା ଉତ୍ସବ, ୧୪ ଯାଏ କରୋନା ମହାମାରୀ ମୁକାବିଲା ଲାଗି ଚାଲିବ ଦେଶବ୍ୟାପୀ
  • ||

ଅପ୍ରେଲ ୦୬ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

6/04/2021 at 6:53 AM

ମେଷ – ଆଜି ଆପଣଙ୍କ କଳାନୁରାଗୀ, ସଙ୍ଗୀତପ୍ରିୟ ସାହିତ୍ୟରସିକ ଓ ଚଳଚ୍ଚିତ୍ରପ୍ରେମୀ ଭାବରେ ସମୟ ଅତିବାହିତ କରିବାର ସୁଯେ୍ଧଜ୍ଞ ପାଇବେ । ଆଜି ଟାଉଟରି କରୁଥିବା ଲୋକଟି ପ୍ରତି ସତର୍କ ରୁହନ୍ତୁ । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୭ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ – ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ମନୋରଞ୍ଜନ କାର୍ଯ୍ୟରେ ଖର୍ଚ୍ଚ କରି ଅନୁତାପ କରିବେ । କେତେକ ସମୟରେ ପାଖରେ କାମ କରୁଥିବା ଲୋକଟି ଉପରେ ନିର୍ଭରଶୀଳ ହେବାକୁ ବାଧ୍ୟ ହୋଇପାରନ୍ତି । ଶୁଭ ରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୨ ।
• ଗୃହିଣୀ- ସୁଖ ଅନୁଭବ କରିବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।
• ଛାତ୍ରଛାତ୍ରୀ- ମିତ୍ର ସହ କଟୁତା ହୋଇପାରେ ।
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।

ମିଥୁନ – ଭୁଲ୍‌ ବୁଝାମଣାର ବଶବର୍ତ୍ତୀ ହୋଇ ବନ୍ଧୁଙ୍କ ସହ ବିନା କାରଣରେ କଳହ ଲାଗିପାରେ । କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଲକ୍ଷ୍ୟ ହାସଲରେ ପ୍ରତିବନ୍ଧକ ସୃଷ୍ଟି କରିବ । ଶୁଭ ରଙ୍ଗ ପିଚ୍‌ । ଶୁଭ ଅଙ୍କ ୮ ।
• ଚାଷୀ- ମୁଣ୍ଡରେ ପଗଡି ବାନ୍ଧନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସୁଖୀ ହେବେ ।

କର୍କଟ – କେତେକ କ୍ଷେତ୍ରରେ ଯିଏ ଯାହା କରିଲେ ମଧ୍ୟ ତାହାକୁ ଭିନ୍ନ ଅର୍ଥ ଗ୍ରହଣ କରିବେ । ଖଳଲୋକମାନେ ଅପ୍ରଚାର କରିପାରନ୍ତି, ତେଣେ ନିଜ ଲୋକଙ୍କ ଠାରୁ ମଧ୍ୟ ଆସ୍ଥା ହରାଇ ବସିବେ । ଶୁଭ ରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୨ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• କର୍ମଜୀବି- ବିଦେଶରେ ଥିଲେ ଅସୁବିଧା ଦେଖା ଦେବ ।
• ଛାତ୍ରଛାତ୍ରୀ- ମିତ୍ର ସହ କଟୁତା ହୋଇପାରେ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଚାଷୀ- ମୁଣ୍ଡରେ ପଗଡି ବାନ୍ଧନ୍ତୁ ।

ସିଂହ – ଆନୁଷ୍ଠାନିକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ । ବ୍ୟବସାୟ ଓ ରପ୍ତାନି ବାଣିଜ୍ୟରେ ଆଶାନୁରୂପ ଉନ୍ନତି ଘଟିବ । ପରିସ୍ଥିତିରେ ପଡି ବହୁତ ଖର୍ଚ୍ଚ କରି ପରେ ମନସ୍ତାପ କରିବେ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୭ ।
• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ସୁଖଭାରା ଦିନଟି ।

କନ୍ୟା – ଆଜି ପ୍ରତିଦ୍ୱନ୍ଦ୍ୱିତା କଲେ ବିଜୟର ଆଶା ନିରର୍ଥକ ହୋଇପାରେ । ବିବାଦରେ ମନସ୍ତାପ କରିବା ବ୍ୟତୀତ ଲାଭ କିଛି ହେବନି । ଆୟ ଅପେକ୍ଷା ବ୍ୟୟ ଅଧିକ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୫ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ- ଗୃହୋପକରଣ କ୍ରୟ କରିପାରନ୍ତି ।
• କର୍ମଜୀବି – କାମଟି ହଠାତ୍‌ ହୋଇଯିବ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)

ତୁଳା – ଦିନଟି ସାମଗ୍ରିକ ଦୃଷ୍ଟି କୋଣରୁ ଖୁସିରେ ଅତିବାହିତ ହେବ । କୌଣସି ମନଭୁଲାଣିଆ କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରିବେ । ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।
• ଚାଷୀ- ଉତ୍ତମ ଫଳ ପାଇବେ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ସୁଖୀ ହେବେ ।

ବିଛା – ପାରିବାରିକ ତିକ୍ତତାର ସମାପ୍ତି ଘଟାଇବା ସକାଶେ ଚେଷ୍ଟା କରିବେ । କର୍ମକ୍ଷେତ୍ରରେ ସହକର୍ମୀମାନେ ସହ-ଯୋଗ କରିବାର ପ୍ରତିଶ୍ରୁତି ଦେଇପାରନ୍ତି । ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ । ଶୁଭ ରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୩ ।
• ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ଛାତ୍ରଛାତ୍ରୀ- ମିତ୍ର ସହ କଟୁତା ହୋଇପାରେ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ଧନୁ – ବନ୍ଧୁମାନଙ୍କୁ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ । ଯେକୌଣସି କ୍ଷେତ୍ର ହେଉ ଆପଣ କିଛି କରନ୍ତୁ, ଚୁପଚାପ ହୋଇ ବସିରହିଲେ ବହୁ କ୍ଷତି ସହିବାକୁ ପଡିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

ମକର – କିଛି ନ ବୁଝି କୌଣସି ସନ୍ତବ୍ୟ ଦେବା ଠିକ୍‌ ହେବ ନାହିଁ । ଯଦି କହିବେ ତେବେ ଅଶାନ୍ତିକୁ ଆପଣେଇ ନେବା ଭଳି ହିଁ ପରିଣାମ ହୋଇପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ଛାତ୍ରଛାତ୍ରୀ- ମିତ୍ର ସହ କଟୁତା ହୋଇପାରେ ।
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

କୁମ୍ଭ – ଆଜିର କର୍ମକ୍ଷେତ୍ରରେ ମଉଜିଆ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଅଧ୍ୟୟନ ଓ ଆଧ୍ୟାତ୍ମିକତାରେ ଏକାଗ୍ରତା ଆଣିପାରିବେ । ଫେରିବା ବାଟରେ ଅପରିଚିତ ବ୍ୟକ୍ତି ଜଣକସକାଶେ ବ୍ୟସ୍ତତା ବୃଦ୍ଧି ପାଇବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମୀନ – ଆଜି ଆପଣ ହସିକି କଥା କହିବେ ଓ ବିଭିନ୍ନ କାମ ହାତକୁ ନେଇ କଳ୍ପନା ରାଇଜରେ ଘୂରି ବୁଲିବେ । କର୍ମକ୍ଷେତ୍ରରେ ଆପୋସ ଆଲୋଚନା ଓ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ । ଶୁଭ ରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୯ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
• ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ମିତ୍ର ସହ କଟୁତା ହୋଇପାରେ ।
• ରୋଗୀ- ୟୋଗା କରନ୍ତୁ ।
• ଚାଷୀ- ଶ୍ରମ ସାର୍ଥକ ହେବ ।

   Related Posts