ଅପ୍ରେଲ ୦୮ ତାରିଖ, ଗୁରୁବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | April 08, 2021 IST

ମେଷ – ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ କରିବାରେ ସମର୍ଥ ହେବେ । କରଜ କରି ପରିବାରର ଆବଶ୍ୟକତାକୁ ଚଳାଇ ନେଇ ପାରନ୍ତି । ସକାଳୁ ସକାଳୁ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ବିଜୟୀ ହେବେ ।

କର୍ମଜୀବି- ସମ୍ମାନ ପାଇବେ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।

ବୃଷ – ସାମୟିକ ଭାବରେ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବ । କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ବନ୍ଧୁ କଥରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମିଥୁନ – ଧାର କରଜ କରି ପାରିବାରିକ ଆବଶ୍ୟକତା ଚଳାଇ ନେବେ । କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ବନ୍ଧୁମାନଙ୍କର ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ବ୍ୟବସାୟୀ- ଚୋର ଭୟ ଅଛି ।

କର୍ମଜୀବି – କାମଟି ହଠାତ୍ ହୋଇଯିବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

କର୍କଟ – ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ ଠିକ୍ ହୋଇଯିବ । କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ହୋଇପାରନ୍ତି । ନିଜ ପରିସରରେ ବାକ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।

ଚାଷୀ- ଉତ୍ତମ ଫଳ ପାଇବେ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ଭୁଲ୍ ମାର୍ଗ ଅନୁସରଣ କରିପାରନ୍ତି ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଧାର୍ମିକ ହେବେ ।

ସିଂହ – ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି । ଦୀର୍ଘ ଦିନରୁ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ମଧୁରଭାଷୀ ହେବେ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଚାଷୀ- ଶ୍ରମ ସାର୍ଥକ ହେବ ।

କନ୍ୟା – ଆଜି ଦିନଟିରେ ଘର କାମ ସାଙ୍ଗକୁ ଅଫିସ୍ କାମରେ ଜଞ୍ଜାଳ ବଳିଯିବ । ପୁରାତନ ରୋଗର ପୀଡା ଅନୁଭବ ହୋଇପାରେ । ହଠାତ୍ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ ।  ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ତୁଳା – କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଜିଦ୍‌ଖୋର ମନୋଭାବ ତ୍ୟାଗ କଲେ କେତେକାଂଶରେ ଉପକୃତ ହେବେ । ସ୍ଥାନାନ୍ତର ଚିନ୍ତାରେ ମାନସିକ ସ୍ଥିତି ଭଲ ରହି ନ ପାରେ । ଶୁଭ ରଙ୍ଗ ଲାଲ୍। ଶୁଭ ଅଙ୍କ ୭ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବ୍ୟବସାୟୀ- ଗୃହୋପକରଣ କ୍ରୟ କରିପାରନ୍ତି ।

କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।

ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଚାଷୀ- ମୁଣ୍ଡରେ ପଗଡି ବାନ୍ଧନ୍ତୁ ।

ବିଛା – ପ୍ରତିଟି ସମୟରେ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ ହେବ । ଆଲୋଚନା ଦ୍ୱାରା ପାରିବାରିକ ସମସ୍ୟାର ସରଳ ସାମାଧାନ ହୋଇଯିବ । କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ । ଶୁଭ ରଙ୍ଗ ଗ୍ରୀନ୍। ଶୁଭ ଅଙ୍କ ୪ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ଆୟୁର୍ବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ଧନୁ – ଗୁରୁବାର ନୂତନ କର୍ମାରମ୍ଭ ପ୍ରୀତିପଦ ହେବ । ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ । ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।

ଗୃହିଣୀ- ସୁଖୀ ହେବେ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

କର୍ମଜୀବି- ଜଳଯାତ୍ରା ମନା ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ମକର – ନୂତନ କର୍ମାରମ୍ଭ, ଯାନବାହନ, ଲୋକସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ । ହଠାତ୍ କୌଣସି ଖବର ପାଇ ଖୁସି ହେବେ । ରଚନାତ୍ମକ କାର୍ଯ୍ୟ କିମ୍ବା ଅଧ୍ୟୟନରେ ଏକାଗ୍ରତା ଆଣିପାରିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।

ଚାଷୀ- ସାଙ୍ଗରେ ପାଣି ନେଇ ବାହାରନ୍ତୁ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ଧାର୍ମିକ ହେବେ ।

କୁମ୍ଭ  – ଆକସ୍ମିକ ଭାବରେ ନେତୃସ୍ଥାନୀୟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ଉପକୃତ ହେବେ । ସ୍ୱାର୍ଥ ସାଧନ ନେଇ ବନ୍ଧୁ ଅସୁବିଧାରେ ପକାଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଚୌର ଭୟ ଅଛି ।

କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।

ମୀନ – କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍ ହେବ ନାହିଁ । ଖଳ ଲୋକମାନଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।

ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.