Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||
  • ଭୁବନେଶ୍ବର : ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ
  • ||
  • ଅନୁଗୋଳ : ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ପଡିଗଲେ ହାତୀ ହାବୁଡରେ, ଚାଲିଗଲା ଜୀବନ
  • ||
  • ଲମତାପୁଟ : ଗଞ୍ଜେଇ ଚାଲାଣ ରୋକିବାକୁ କୋରାପୁଟ ପୋଲିସର ବଡ ପଦକ୍ଷେପ, ଆରମ୍ଭ ହେଲା ଅପରେସନ୍ ଗ୍ରୀନ୍ କ୍ଲିନ୍
  • ||

ଅପ୍ରେଲ ୧୩ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

13/04/2021 at 6:54 AM

ମେଷ–ଶୁକ୍ରଙ୍କ ପ୍ରଭାବରେ ଅର୍ଥର ଅଭାବ ଥିଲେ କ’ଣ ହେଲା ବନ୍ଧୁଙ୍କ ସଦ୍‌-ଭାବ ସହକର୍ମୀମାନଙ୍କ ସହ-ଯୋଗ ପାଇବେ । ଆଜି ଦିନଟିରେ ମନ ଅନୁଯାୟୀ କାମ ଗୁଡିକ ସମ୍ପନ୍ନ ହେବ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୨ ।
• ଚାଷୀ-ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତରହିବେ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ବୃଷ–ରାଶିରେ ରାହୁଯୁକ୍ତ ମଙ୍ଗଳ ଯୋଗୁ ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ ।କିନ୍ତୁ କର୍ମକ୍ଷେତ୍ରରେ ଟେନସନ୍ ‌କିଛି ମାତ୍ରାରେ ବଢିଯିବ । ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବାସହ ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ । ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୬ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• ରୋଗୀ-ସତର୍କତାର ଦିନ ।
• ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍‌ ।

ମିଥୁନ – ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାର୍ଯ୍ୟ କାମକୁ ଆସିବ । କର୍ମକ୍ଷେତ୍ରରେ ଉପରିସ୍ଥ ସମ୍ମୁଖରେ ନିଜର ମନ କଥା ପ୍ରକାଶ କରିପାରିବେ ନାହିଁ । ମାନସିକ ଅସ୍ଥିରତା ମଧ୍ୟରେ ସମୟ କାଟିବେ ।ଶୁଭରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
• ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

କର୍କଟ– ଅବସ୍ଥାରେ ବିଶେଷ ଉନ୍ନତି ଦେଖା ଦେଲେ ମଧ୍ୟ ପରିସ୍ଥିତି ଶାନ୍ତ ରହିବ । ରାସ୍ତାରେ ଅପରିଚିତ ବ୍ୟକ୍ତି ଜଣକ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ । ମାଲିମୋକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ ।ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୭ ।
• ଗୃହିଣୀ-ସୁଖୀ ହେବେ ।
• ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।
• କର୍ମଜୀବି- ସମ୍ମାନ ପାଇବେ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• ରୋଗୀ-ସତର୍କତାର ଦିନ ।
• ଚାଷୀ-ଉତ୍ତମବିହନ, କୃଷି ବିଭାଗରୁ ଆଣନ୍ତୁ ।

ସିଂହ – ଅଧିକାଂଶ ସମୟ ଗୁରୁଜନଙ୍କ ସ୍ୱାସ୍ଥ୍ୟ ସକାଶେ ଚିନ୍ତିତ ରହିବେ । ବନ୍ଧୁଙ୍କୁ ବହୁତ କଥା କହିବାକୁ ଇଚ୍ଛା ଥିଲେ ମଧ୍ୟ କିଛି କହିପାରିବେ ନାହିଁ । କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ ।ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୫ ।
• ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀହେବ ।
• ବ୍ୟବସାୟୀ-ସଫଳତା ମିଳିବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା– ଆକସ୍ମିକ ଭାବରେ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ ।କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ ହେବ । ନିଜର ଆତ୍ମୀୟମାନେ ହଠାତ୍ ‌ଶତ୍ରୁତା କରିବେ । ଶୁଭରଙ୍ଗ କଫି ।ଶୁଭ ଅଙ୍କ ୩ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ- ପ୍ରଚୁରଲାଭହେବ ।
• କର୍ମଜୀବି- ସ୍ୱକାର୍ଯ୍ୟକରିବେ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• ରୋଗୀ- ରୋଗରୁମୁକ୍ତହୋଇପାରନ୍ତି ।
• ଚାଷୀ- କ୍ଳାନ୍ତି ଅନୁଭବକରିବେ ।

ତୁଳା–ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ବିଳମ୍ବରେ ସଫଳତା ପାଇବେ । ଜଣେ ବନ୍ଧୁଙ୍କଉ ପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ‌ବୁଝିପାରନ୍ତି ।ଶୁଭରଙ୍ଗ ପିଚ୍‌ । ଶୁଭ ଅଙ୍କ ୬ ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ- ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ସଫଳତା ହାତ ଛଡା ହୋଇଯିବ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।

ବିଛା– ପରିସ୍ଥିତିରେ ପଡିଖର୍ଚ୍ଚାନ୍ତ ହେବେଏବଂ ଯାନ୍ତ୍ରିକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳରୁ ଫେରିବାରେ ବିଳମ୍ବ ଘଟିବ ।ସାମାଜିକ ସ୍ତରରେ ଛୋଟ ଘଟଣା ପ୍ରତିଗୁରୁତ୍ୱ ଦିଅନ୍ତୁ ନାହିଁ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୪ ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।
• ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
• କର୍ମଜୀବି-ସହଯୋଗ ମିଳିବ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଚାଷୀ- ଉତ୍ତମ ଫଳ ପାଇବେ ।

ଧନୁ – ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ୱିତ କରିବ । ବନ୍ଧୁ ଗହଣରେ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସିରହିବ । ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି ।ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ସଫଳତା ହାତ ଛଡା ହୋଇଯିବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

ମକର–ଆଜି ଦିନଟିରେ ଯୁକ୍ତିତର୍କ ଠାରୁ ଦୂରେଇ ରହିବା ଭଲ । କଥା କହିବା ସମୟରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ । ଠିକଣା ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପାରନ୍ତି ।ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୪ ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• କର୍ମଜୀବି- ବିଦେଶରେ ଥିଲେ ଅସୁବିଧା ଦେଖା ଦେବ ।
• ଛାତ୍ରଛାତ୍ରୀ- ବଡଲୋକଙ୍କ କଥା ଶୁଣିବେ ନାହିଁ ।
• ରୋଗୀ- ଅଳସୁଆ ଲାଗିପାରେ ।
• ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

କୁମ୍ଭ -ଦୀର୍ଘ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ୱିତ କରିବ । ଶୁଭରଙ୍ଗ ଧଳା ।ଶୁଭ ଅଙ୍କ ୮ ।
• ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ସଫଳତା ହାତ ଛଡା ହୋଇଯିବ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

ମୀନ – ନକାରାତ୍ମକ ଚିନ୍ତାଧାରା ମନକୁ ବେଶି ବିବ୍ରତ କରିପାରିବ ନାହିଁ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମକ୍ଟମକ୍ଟବ କିମ୍ବା ରାଜନୀତି, ସଂଗଠନ, ସଭା ସମିତିରେ ଆଶାଜନକ ଫଳ ପାଇବେ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ- ମନରେ ଗର୍ବଭାବ ଆସିବ ।
• ରୋଗୀ- ବ୍ୟାୟାମ୍ ‌କରିବା ଉଚିତ୍‌ ।
• ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

   Related Posts