Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ଅପ୍ରେଲ ୧୪ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

14/04/2021 at 6:50 AM

ମେଷ– ନୀଚ ଭାବରେ ଚତୁର୍ଥାଧିପତି ଚନ୍ଦ୍ର ଥିବାରୁ ମାନସିକ ସ୍ଥିତି ଭଲ ରହିବ ନାହିଁ ।ରାହୁ ଯୁକ୍ତ ମଙ୍ଗଳଙ୍କ ଯୋଗୁଁ ସାହସର ସହ ପ୍ରତ୍ୟେକ କାମ ପାଇଁ ଆଗଭର ହେବେ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୩ ।
• ଚାଷୀ-ଚାଷକାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ-ଧାର୍ମିକ ହେବେ ।

ବୃଷ– ଦ୍ୱାଦଶସ୍ଥ ଏକାଧିକ ଗ୍ରହ ଆପଣଙ୍କୁ ଦୂର ଯାତ୍ରାରେ କିମ୍ବା ପରିବାର ସକାଶେ ବିଶେଷ ଖର୍ଚ୍ଚାନ୍ତ କରାଇବ । ମନରେ ନକାରାତ୍ମକ ଭାବନା ରହୁଥିବାରୁ କୌଣସି କାମରେ ମନ ଲାଗିବ ନାହିଁ ।ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୯ ।
• ଗୃହିଣୀ-ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଚୌରଭୟ ଅଛି ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ମହତ ହେବ ।
• ରୋଗୀ-ସତର୍କତାର ଦିନ ।
• ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

ମିଥୁନ – ରାଶି ପାଇଁ ଗ୍ରହ ସ୍ଥିିତି ବିଶେଷ ଅନୁକୂଳ ରହି ନ ଥିବାରୁ ବିଭିନ୍ନ ସମସ୍ୟା ମଧ୍ୟରେ ସମୟ କଟାଇବେ । ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ନ ହୋଇପାରେ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୪ ।
• ଚାଷୀ- ଶ୍ରମସାର୍ଥକ ହେବ ।
• ରୋଗୀ-ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ବ୍ୟବସାୟୀ- ପ୍ରଚୁରଲାଭ ହେବ ।
• ଗୃହିଣୀ- ଭାଗ୍ୟଶାଳୀ ହେବେ ।

କର୍କଟ–ଚନ୍ଦ୍ରଙ୍କ ଦୁର୍ବଳତା ଆପଣଙ୍କ ସ୍ୱାସ୍ଥ୍ୟ ପ୍ରତିକୂଳତା ସୃଷ୍ଟି କରିବ । ଯାତ୍ରାକରିବା, ବ୍ୟବସାୟ, ବିବାଦ ଓ କିଛି ନୂତନ କାମରେ ଚିନ୍ତିତ ରହିବେ । ପରିବାରରେ ପୂର୍ବ ସମସ୍ୟା ସମାଧାନ ହେବାରେ ଜଣେ ନିକଟତମ ବ୍ୟକ୍ତି ସାହାର୍ଯ୍ୟ କରିବେ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
• ଗୃହିଣୀ- ପରକୁ ଆପଣାର କରିବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- କୀର୍ତ୍ତିସ୍ତମ୍ବ ସ୍ଥାପନ କରିବେ ।
• ରୋଗୀ- ଅଳସୁଆ ଲାଗିପାରେ ।
• ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ସିଂହ –ରାଶ୍ୟାଧିପ ଉଚ୍ଚାରୋହୀ ହୋଇ କର୍ମାଧିପତି ସହ ରହିଥିବାରୁ କର୍ମକ୍ଷେତ୍ରରେ ପଛକୁ ହଟିବେ ନାହିଁ । ସାମାଜିକ ସ୍ତରରେ ଅଥବା ସାହିତ୍ୟ, କଳାକ୍ଷେତ୍ରରୁ ପ୍ରଶଂସିତ ହେବେ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୭ ।
• ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ- ଆଜିକିଛି ଦିନ ସତର୍କରୁହନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସଦ୍‌ ବ୍ୟବହାର କରନ୍ତୁ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

କନ୍ୟା–ମିତ୍ରଙ୍କ ସହ ରାଶ୍ୟାଧିପ ରହିଥିବାରୁ କର୍ମକ୍ଷେତ୍ରରେ ଲକ୍ଷ୍ୟ ପୂରଣ ହେବା ସହ-ଯୋଗ, ସୁଖ ସମ୍ମାନ ମିଳିବ । ଆନୁଷ୍ଠାନିକ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୫ ।
• ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ପ୍ରଚୁର ଲାଭହେବ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍‌ ।

ତୁଳା– ଆଜି ଏକତ୍ର ବୁଧ ଓ ବୃହସ୍ପତି ପ୍ରଭବାରୁ ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ । ଅନୁରାଧା ନକ୍ଷତ୍ରର କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ । ଶୁଭରଙ୍ଗ ନାରଙ୍ଗୀ ।ଶୁଭ ଅଙ୍କ ୩ ।
• ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

ବିଛା–ଆଜିର ପଞ୍ଚାନନ ଯୋଗ ପ୍ରଭାବରେ ଯଥା ସମୟରେ ସବୁକିଛି ହାତକୁ ନେଇଥିବା କାମ ସମ୍ପନ୍ନ କରିପାରିବେ । ଆର୍ଥିକ ସ୍ଥିତି ମଜଭୁତ ରହିବ ଓ ନୂଆ ଯୋଜନା ହାତକୁ ନେଇପାରନ୍ତି । ଶୁଭରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।
• ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
• କର୍ମଜୀବି-କାର୍ଯ୍ୟ ତତ୍ପର ରହିବେ ।
• ଛାତ୍ରଛାତ୍ରୀ- ବିଚକ୍ଷଣ ବୁଦ୍ଧି ହେବ ।
• ରୋଗୀ- ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଚାଷୀ- ଉତ୍ତମ ଫଳ ପାଇବେ ।

ଧନୁ – ଅତି ଦରକାରୀ ଜିନିଷଗୁଡିକ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି । ବହୁ ଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାର୍ଯ୍ୟକାରୀ କରିବେ । ନୂତନ ସ୍ଥାନ ପରିଭ୍ରମଣସାଙ୍ଗକୁଭ୍ରମଣସୁଯୋଗଜୁଟିବ ।ଶୁଭରଙ୍ଗ ପିଙ୍କ୍‌ ।ଶୁଭ ଅଙ୍କ ୬ ।
• ଚାଷୀ-ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି-କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ।

ମକର– ନୀଚ ରୋହୀ ଚନ୍ଦ୍ର କାରଣରୁ ଆଜି ପାରିବାରିକ ଦୁଶ୍ଚିନ୍ତା ଜନିତ ରକ୍ତଚାପ ମଧ୍ୟ ବଢିପାରେ ।ଶନି ରାଶିରେ ବ୍ୟୟାଧିପଙ୍କ ସଙ୍ଗରେ ରହିଥିବାରୁ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇବ । ଶୁଭରଙ୍ଗ ଧଳା ।ଶୁଭ ଅଙ୍କ ୩ ।
• ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।
• ବ୍ୟବସାୟୀ-ସଫଳତା ମିଳିବ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- କମନୀୟ ଶରୀର ଯୁକ୍ତ ହେବେ ।
• ରୋଗୀ- ୟୋଗା କରନ୍ତୁ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

କୁମ୍ଭ -ଶୁକ୍ର ଓ ରବିଙ୍କ ପ୍ରଭାବ ଜନିତ ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳିବ । ଉଚ୍ଚସ୍ଥରବିଙ୍କ ପ୍ରଭାବରୁ ନେତୃସ୍ଥାନୀୟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ଉପକୃତ ହେବେ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୯ ।
• ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି-ସହଯୋଗ ମିଳିବ ।
• ବ୍ୟବସାୟୀ- ଧର୍ଯ୍ୟହରା ହୋଇପାରନ୍ତି ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ମୀନ – ଆଜି ଫେରିବା ବେଳକୁ ଘରର ଅଶାନ୍ତ ପରିବେଶ କେତେକାଂଶରେ ଶାନ୍ତ ପଡି ଯାଇଥିବ ।ବାଟରେ ବନ୍ଧୁଙ୍କୁ ଭେଟି ଯୋଜନା ପ୍ରସ୍ତୁତ କରିପାରନ୍ତି । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୪ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଧର୍ଯ୍ୟହରା ହୋଇପାରନ୍ତି ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ଛାତ୍ରଛାତ୍ରୀ- ନୂଆବନ୍ଧୁ ମିଳିବେ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

   Related Posts