Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ମେ’ ୧୨ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

12/05/2021 at 6:55 AM

ମେଷ – ଆଜି ଚନ୍ଦ୍ର ଓ ମଙ୍ଗଳଙ୍କ ଷଡାଷ୍ଟକ ସ୍ଥିତି କାରଣରୁ ମନ ଅନୁଯାୟୀ କାମ କରିପାରିବେ ନାହିଁ । ପ୍ରତେୁ୍ୟଷ ଯାତ୍ରାରେ ଟେନ୍ସନ ଉପୁଜିଲେ ମଧ୍ୟ ମନୋବଳ ହେତୁ କର୍ମକ୍ଷେତ୍ରରେ ସମ୍ମାନିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
• କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ସୁଖୀ ହେବେ ।

ବୃଷ – ଦକ୍ଷତା ହେତୁ ପୁରୁଣା ସମ୍ପର୍କ, ଜମିଜମା, ଗାଡି ମୋଟରରୁ ଭଲ ଲାଭବାନ୍‌ ହୋଇପାରନ୍ତି । ନିର୍ମାଣାଧୀନ କାର୍ଯ୍ୟ ଶେଷ ହେବା ପୂର୍ବରୁ କଳହର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ପିଚ୍‌ । ଶୁଭ ଅଙ୍କ ୬ ।
• ଚାଷୀ- କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ସତର୍କତାର ଦିନ
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମିଥୁନ – ବୃହସ୍ପତି ଭାଗ୍ୟସ୍ଥ ହେତୁ ପରିସ୍ଥିତିକୁ ଲକ୍ଷ୍ୟ କରି ନୂତନ କର୍ମ ସଂସ୍ଥାନ ପାଇଁ ମନ ବଳିବ । ବ୍ୟବସାୟୀମାନେ ବ୍ୟବସାୟରେ କିଛି ନୂତନ ପଦକ୍ଷେପ ନେବା ସକାଶେ ଚିନ୍ତା କରିବେ । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୩ ।
• ଚାଷୀ- ଉତ୍ତମ ଫଳ ପାଇବେ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- ପ୍ରମୋସନ୍‌ ମିଳିବ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• ଗୃହିଣୀ- ମିତ୍ର ସୁଖ ପାଇବେ ।

କର୍କଟ – ଆଜି ବନ୍ଧୁଙ୍କ ନିମନ୍ତ୍ରଣ ରକ୍ଷାକରି ଦୂରଯାତ୍ରାରେ ବନ୍ଧୁମିଳନର ସୁଯୋଗ ଲାଭ କରିବେ । ଦୀର୍ଘଦିନର ଆଶା ଫଳବତୀ ହେବାର ସମ୍ଭାବନା ରହିଛି । ଶୁଭ ରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୬ ।
• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।

ସିଂହ – ବୁଧ ଓ ଶୁକ୍ର ଷଷ୍ଠଭାବସ୍ଥ ଯୋଗୁ ବନ୍ଧୁ ଗହଣରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ପାରିବାରିକ କ୍ଷେତ୍ରରେ ଅର୍ଥ ସଂକଟ ଲାଗି ରହିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।

କନ୍ୟା – ଶନି ସହ ବୁଧଙ୍କ ସମ୍ବନ୍ଧରୁ ଆଜି ଲାଗି ରହିଥିବା ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ । ସାମ୍ବାଦିକତା କ୍ଷେତ୍ରରେ ଗୌରବାର୍ଜନ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• ଗୃହିଣୀ- ଭାଗ୍ୟଶାଳୀ ହେବେ ।

ତୁଳା – ବୃହସ୍ପତି ଓ ଶୁକ୍ରଙ୍କ ପ୍ରଭାବରେ କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଚଳଚ୍ଚିତ୍ର ଓ ସଙ୍ଗୀତ କ୍ଷେତ୍ରରୁ ସୁନାମ ଅର୍ଜନ କରିବେ । ଶୁଭ ରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୫ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।

ବିଛା – ଆଜି କର୍ମକ୍ଷେତ୍ରରେ ଏକ ପ୍ରକାର ସମସୟା ସମାଧାନ ହେତୁ ଆଶ୍ୱସ୍ତି ଅନୁଭବ କରିବେ । ଦ୍ୱିତୀୟଭାବରେ ମାଙ୍ଗଳିକ କାର୍ଯ୍ୟ ସକାଶେ ଆତ୍ମୀୟଙ୍କ ସହ ଆଲୋଚନା କରିବେ । ଶୁଭ ଅଙ୍କ ୟେଲୋ । ଶୁଭ ଅଙ୍କ ୧ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ଧାର୍ମିକ ହେବେ ।

ଧନୁ – ମାନସିକ ଅବସାଦ ବୃଦ୍ଧି ପାଇବା ଯୋଗୁ କୌନସି କାମ ଉତ୍ସାହପ୍ରଦ ହେବ ନାହିଁ । ସ୍ୱାସ୍ଥ୍ୟ ସମସ୍ୟା ମାନସିକ ଅସୁସ୍ଥତାର କାରଣ ହୋଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ମକର – ଶ୍ରବଣା ନକ୍ଷତ୍ରର ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ । ପରିବାରରେ ବୁଝାମଣାରୁ ଅଶାନ୍ତିର ପରିବେଶ ସୃଷ୍ଟି ହେବାର ଆଶଙ୍କା ରହିଛି । ଶୁଭ ରଙ୍ଗ ପିଚ୍‌ । ଶୁଭ ଅଙ୍କ ୯ ।
• ଚାଷୀ- କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• କର୍ମଜୀବି- ପ୍ରମୋସନ୍‌ ମିଳିବ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କୁମ୍ଭ – ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ବ୍ୟୟଭାବସ୍ଥ ଏକାଧିକ ଗ୍ରହଜନିତ ଆବଶ୍ୟକତା ପୂରଣ କରିବା ସକାଶେ ଧାର ଉଧାର କରିବାକୁ ପଡିପାରେ । ଶୁଭ ରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୪ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• ଗୃହିଣୀ- ସ୍ୱାଭିମାନୀ ହେବେ ।

ମୀନ- ଯେକୌଣସି କାର୍ଯ୍ୟରେ ହେଉନା କାହିଁକି ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ମନୋରଞ୍ଜନରୁ ଖୁସି ରହିବେ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୭ ।
• ଚାଷୀ- କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।

   Related Posts