Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ମେ’ ୧୯ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

19/05/2021 at 6:49 AM

ମେଷ – ମଙ୍ଗଳଙ୍କ ପ୍ରଭାବରୁ ଆରୋଗ୍ୟ ଲାଭ ହେତୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ, କିନ୍ତୁ ଆତ୍ମୀୟସ୍ୱଜନଙ୍କ ପାଇଁ ଚିନ୍ତା ବଢିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।

ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ, ଅବଶ୍ୟ ଉପକୃତ ହେବେ । ପରିବାର ମଧ୍ୟରେ ସମସ୍ୟାର ଗୁରୁତ୍ୱ ଉପଲବ୍ଧି କରି ବିହିତ ପଦକ୍ଷେପ ନେବା ଭଲ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ – ପରିବାରରେ ସମସ୍ୟା ଲାଗି ରହିବା କରନରୁ ବ୍ୟବସାୟକୁ ସଙ୍କୁଚିତ କରି ନେଇପାରନ୍ତି । ସମ୍ପର୍କୀୟ ଜଣେ ବନ୍ଧୁ ସାହାର୍ଯ୍ୟର ପ୍ରତିଶ୍ରୁତି ଦେଇ ପରିସ୍ଥିତିକୁ ଲାଘବ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ – ଦୀର୍ଘଦିନ ପରିଶ୍ରମର ସାର୍ଥକତା ସ୍ୱରୂପ ସଫଳତାରେ ଆନନ୍ଦ ଅନୁଭବ କରିବେ । ଆଜିର ଅଡରାହ୍ନରେ ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ – ନିଜ ପରିସରରେ ରହୁଥିବା ବ୍ୟକ୍ତିମାନଙ୍କ ପରାମର୍ଶ ଓ ସହଯୋଗରୁ ସମସ୍ୟା ସମାଧାନ ହୋଇଯିବ । ବହୁତ ଦିନରୁ ଆଶା କରିଥିବା କୌଣସି ଖବର ପାଇ ଖୁସି ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କନ୍ୟା – ଆପଣଙ୍କ ସରଳତାର ସୁଯୋଗ ନେଇ କୋଣସି ବ୍ୟକ୍ତି କ୍ଷତି ସାଧନ କରିପାରେ । ଅନ୍ୟକୁ ଦେଇ ଥିବା ଟଙ୍କା ଫେରିପାଇବା ପାଇଁ ବିବାଦ ଭିତରକୁ ଟାଣି ହେବାକୁ ପଡିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ତୁଳା – ଆସନ୍ତାକାଲିର ଯାତ୍ରାରେ ଅଭିଳଷିତ ଫଳ ପାଇ ଖୁସି ହେବେ । ଘରେ ବନ୍ଧୁମିଳନ ସହିତ ଖୁସିର ଆସର ଜମିପାରେ । ସ୍ୱାସ୍ଥ୍ୟ ସମସ୍ୟା ଗୁରୁତର ନ ହେଲେ ମଧ୍ୟ ବିଶେଷ ଭଲ ରହି ନ ପାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

କର୍ମଜୀବି- କର୍ମ କ୍ଷେତ୍ରରେ  ଉନ୍ନତି ମିଳିବ ।

ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବିଛା – ଅତୀତ ଦିନର କେତେକ କଥା ମନକୁ ବାରମ୍ବାର ଆଲୋଡିତ କରିପାରେ । ଅତି ନିଜର ବୋଲି ଭାବୁଥିବା ବନ୍ଧୁଟି ହିଁ ସ୍ୱାର୍ଥବାଦୀ ହୋଇ ପଡିବା କାରଣକୁ ନେଇ ବ୍ୟସ୍ତତା ବୃଦ୍ଧି ପାଇବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ଆୟୁର୍ବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ଧନୁ – ନୂତନଭାବେ ଆରମ୍ଭ କରିôତବା କାମରେ ପ୍ରତିବନ୍ଧକ ଯୋଗୁ ବ୍ୟସ୍ତତା ବୃଦ୍ଧି ପାଇବ । ସ୍ୱାର୍ଥସାଧନାରେ ନିରାଶ ହୋଇ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।

ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ବ୍ୟବସାୟୀ- ମଧୁରଭାଷୀ ହେବେ ।

ଗୃହିଣୀ- ପରକୁ ଆପଣାର କରିବେ ।

ମକର – ପାରିବାରିକ କ୍ଷେତ୍ରରେ ସନ୍ଦେହ ଓ ଭୁଲ୍ ବୁଝାମନା ହେତୁ ସମସ୍ୟା ବଢିପାରେ । ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ଓ ବିଶୃଙ୍ଖଳିତ ସ୍ୱଭାବ ଯୋଗୁ ବିଚଳିତ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।

ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ  – ବନ୍ଧୂବାନ୍ଧବଙ୍କ ସମ୍ପର୍କରେ ଅହେତୁକ ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ଅଫିସରେ ଆଲୋଚନା କାଳରେ ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍ ବୁଝିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।

ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।

ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।

ଛାତ୍ରଛାତ୍ରୀ- ପାଠପଢା ବିଦେଶ ଯିବା ସମସ୍ୟା ରହିବ ।

କର୍ମଜୀବି- ସମ୍ମାନ ପାଇବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ପରକୁ ଆପଣାର କରିବେ ।

ମୀନ – ପାଖ ପଡୋଶୀଙ୍କ ସହ ସମ୍ପର୍କକୁ କେନ୍ଦ୍ରକରି ପାରିବାରିକ କ୍ଷେତ୍ରରେ ଅଶାନ୍ତି ସୃଷ୍ଟି ହେବାର ସୂଚନା ରହିଛି । ପରିବହନରେ ଝଗଡାର ସମ୍ଭାବନା ଦେଖା ଦେଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

   Related Posts