Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ମେ’ ୩୦ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

30/05/2021 at 6:54 AM

ମେଷ – ଅଧିକାଂଶ ସମୟ ମନ ଅସ୍ଥିର ରହିଲେ ମଧ୍ୟ ସମସ୍ୟା ସମାଧାନ ହୋଇଯିବ । ସଭାସମିତି, ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।

 ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

 ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

 ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

 କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।

 ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

 ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ – ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ବନ୍ଧୁ ଗହଣରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ରହନ୍ତୁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

 ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

 ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।

 ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।

 କର୍ମଜୀବି- ଅର୍ଥ ହାନୀ ହେବ ।

 ବ୍ୟବସାୟୀ- ସଫଳତା ମିଳିବ ।

 ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ – ଆଜି କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରି କୃତକାର୍ଯ୍ୟ ହେବେ । ସ୍ୱାର୍ଥସାଧନ ମାନସରେ ମିତ୍ରମାନେ ପ୍ରଶଂସା ଗାଇ ବୁଲିଲେ, ଏଣୁ ଏଥିପ୍ରତି ସତର୍କ ରହିବା ଭଲ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

 ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

 ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

 ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

 କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

 ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

 ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କର୍କଟ – ଅତୀତ ଘଟଣାର ସମୀକ୍ଷା କରି ମନ ବିଷାଦଗ୍ରସ୍ତ ହୋଇପାରନ୍ତି । କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।

 ଚାଷୀ- ଜଳ ସଞ୍ଚୟ କରନ୍ତୁ ।

 ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

 ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

 କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

 ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

 ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ – ଆଜିର କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲ୍ ରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ । କରଜଦାତାଙ୍କ ଚାପ ବୃଦ୍ଧୀ ପାଇବାରୁ ମାନସିକ ଭାରସାମ୍ୟ ହରାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

 ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

 ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

 ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

 କର୍ମଜୀବି- ସମ୍ମାନିତ ହେବେ ।

 ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

 ଗୃହିଣୀ- ସୁଖ ଅନୁଭବ କରିବେ ।

କନ୍ୟା – ବାରମ୍ବାର ଚେଷ୍ଟା କଲେ ମଧ୍ୟ କର୍ମକ୍ଷେତ୍ରରେ ପରିସ୍ଥିତି ଗମ୍ବୀର ରହିବ । ପାରିବାରିକ ସଦ୍ଭାବ ଅକ୍ଷୁଣ୍ଣ ରହିବା ହେତୁ ସାମାନ୍ୟ ମାନସିକ ଶାନ୍ତି ଲାଭ କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।

 ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

 ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

 ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

 କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।

 ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।

 ଗୃହିଣୀ- ମିତ୍ର ସୁଖ ପାଇବେ ।

ତୁଳା – ନିଜର ଅବହେଳା ଜନିତ ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ । ମାତ୍ର ଗୃହ ସମସ୍ୟା ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

 ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

 ରୋଗୀ- ୟୋଗା କରନ୍ତୁ ।

 ଛାତ୍ରଛାତ୍ରୀ- ପାଠପଢା ବିଦେଶ ଯିବା ସମସ୍ୟା ରହିବ ।

 କର୍ମଜୀବି- କରତ୍‌କର୍ମା ହେବେ ।

 ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।

 ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବିଛା – ବନ୍ଧୁମାନଙ୍କ ଦ୍ୱାରା ପ୍ରତାରିତ ହୋଇ ମାନସିକ ସ୍ତରରେ କଷ୍ଟ ଅନୁଭବ କରିପାରନ୍ତି । କୌଣସି ଆନୁଷ୍ଠାନିକ ଅଥବା ସାମାଜିକ କାର୍ଯ୍ୟରେ ଯୋଗ ଦେବାର ସୂଚନା ରହିଛି ।

ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

 ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

 ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।

 ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।

 କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

 ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

 ଗୃହିଣୀ- ପରକୁ ଆପଣାର କରିବେ ।

ଧନୁ – ପ୍ରତ୍ୟେକ ପରିସ୍ଥିତିରେ ଜିଦ୍‌ରେ ଅଟଳ ରହିଲେ ସମସ୍ୟାକୁ ନିମନ୍ତ୍ରଣ କରିବା ପରି ହେବ । ମନ ଭିତରେ ଉଙ୍କି ମାରୁଥିବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାର୍ଯ୍ୟ

କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

 ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

 ରୋଗୀ- ଚକ୍ଷୁ ପୀଡା ହେବ ।

 ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

 କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।

 ବ୍ୟବସାୟୀ- ମଧୁରଭାଷୀ ହେବେ ।

 ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମକର – ପରିବାରର ସହମତିରେ ନୂତନ ଯୋଜନା ସକାଶେ ମନ ବଳାଇ କାର୍ଯ୍ୟାରମ୍ଭ କରିପାରନ୍ତି । କ୍ରୟ ବିକ୍ରୟ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡିବାର ଆଶଙ୍କା ରହିଛି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
 ଚାଷୀ- ଜଳ ସଞ୍ଚୟ କରନ୍ତୁ ।
 ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
 ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
 କର୍ମଜୀବି- ସହଯୋଗ ମିଳିବ ।
 ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।
 ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
କୁମ୍ଭ – ଆଲୋଚନା ସମୟରେ ବିରକ୍ତିକର କଥା କିମ୍ବା ବିବାଦୀୟ ମନ୍ତବ୍ୟ ଦେଇ ଶତ୍ରୁତା ଅର୍ଜନ କରିପାରନ୍ତି । ପାରିବାରିକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁଁ ମନୋବଳ କ୍ରମଶଃ ହ୍ରାସ ପାଇବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
 ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
 ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
 ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
 କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
 ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
 ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ମୀନ – ଆଜି ଆପଣ ନିଜ କାମ ପଛକୁ ପକାଇ ଅନ୍ୟମାନଙ୍କ ନିର୍ଦ୍ଦେଶରେ କାମ କରିପାରନ୍ତି । ପରିବାର ସକାଶେ ଗୁରୁତ୍ୱପୂର୍ଣ୍ଣ କାମଟି ହାସଲ କରିବା କଷ୍ଟକର ହୋଇପଡିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
 ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
 ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
 ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
 କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
 ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
 ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

   Related Posts