Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରତିରକ୍ଷା ରପ୍ତାନୀ କ୍ଷେତ୍ରରେ ମାଇଲ ଖୁଣ୍ଟ : ଫିଲିପାଇନ୍ସକୁ ଧୃବ ହେଲିକପ୍ଟର ବିକ୍ରି କରିବ ଭାରତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୧୫୯ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୮କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୫ କରୋନା ସଂକ୍ରମିତ, ୧୦୫୦୯୫୫ରେ ପହଞ୍ଚିଲା ସଂଖ୍ୟା
  • ||
  • ବାୟୁସେନା ହେଲିକପ୍ଟର କ୍ରାସ୍‌ରେ ଓଡିଆ ଯବାନ ମୃତ, ତାଳଚେରରେ ରାଣା ପ୍ରତାପ ଦାସଙ୍କ ଘର
  • ||
  • ମାତିଲେ ମାଓବାଦୀ : ଜାଳିଲେ ଗାଡ଼ି, ସୁପରଭାଇଜରଙ୍କୁ କଲେ ଅପହରଣ
  • ||
  • ମୁହାଁମୁହିଁ ହେବେ ଶାସକ-ବିରୋଧି : ମମିତା ମେହେର ପ୍ରସଙ୍ଗରେ ବିଧାନସଭା ଘେରିବ ବିଜେପି
  • ||

ଜୁନ୍‌ ୧୫ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

15/06/2021 at 6:52 AM

ମେଷ – ଆଜି ପ୍ରତ୍ୟେକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ । ବନ୍ଧୁଙ୍କ ଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ଯେକୌଣସି ପରିସ୍ଥିତିରେ ମଧ୍ୟ ମନବଳ ଖୁବ୍ ଟାଣ ରହିବ ଏବଂ କାର୍ଯ୍ୟ ହାସଲରେ ସମର୍ଥ ହେବେ । ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଧାର୍ମିକ ହେବେ ।

ମିଥୁନ – ବନ୍ଧୁଙ୍କ ସମ୍ମୁଖରେ ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିପାରନ୍ତି । ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଏବଂ ଆନୁଷ୍ଠାନିକ ସାହାର୍ଯ୍ୟ ମଧ୍ୟ ପାଇବେ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତ ହୋଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

କର୍କଟ – ବନ୍ଧୁଙ୍କ ସାହାର୍ଯ୍ୟ ଓ ସହ-ଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବେ । କର୍ମକ୍ଷେତ୍ରରେ ପରିଶ୍ରମ ଅଧିକ ହେଲେ ମଧ୍ୟ ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିବାରେ ସମର୍ଥ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ – ସ୍ତ୍ରୀଙ୍କ ସାହାର୍ଯ୍ୟରୁ ମନୋବଳ ବୃଦ୍ଧି ପାଇବ ଏବଂ ସାମାଜିକ ସ୍ତରରେ ମଧ୍ୟ ସମ୍ମାନ ଲାଭ କରିପାରନ୍ତି । ପରିସ୍ଥିତିରେ ପଡି ଅପ୍ରିୟ ଓଚ୍ଛଳଥା କହି ବିରୋଧୀ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

କନ୍ୟା – ଅତି ନିକଟତର ବନ୍ଧୁଙ୍କ ସହ ଆପଣଙ୍କର ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ ଦେଖିପାରନ୍ତି । ନିଜ ନିଜର ସୁବିଧାକୁ ଆଖି ଆଗରେ ରଖି ମିତ୍ରମାନେ ଶତ୍ରୁତା ଆଚରଣ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ଭାଗ୍ୟଶାଳୀ ହେବେ ।

ତୁଳା – ଆଜି ପରିସ୍ଥିତିରେ ପଡି ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡିପାରେ । ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୁଲ ମାର୍ଗର ଅନୁସରଣ କରି ପସ୍ତେଇବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ବିଛା – ଭୁଲ୍ ବୁଝାମଣାରୁ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁଁ ମନ ଉଦାସ ରହିବ । ଆଗାମୀ ସମୟରେ ହେବାକୁ ଥିବା ମାଙ୍ଗଳିକ କାର୍ଯ୍ୟ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ – ପାରିବାରିକ ସମସ୍ୟାର ଆପୋଷ ଆଲୋଚନା ଦ୍ୱାରା ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ମାନସିକ ଚାପଜନିତ ଅବସାଦ ଯୋଗୁଁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ମକର – ପ୍ରତ୍ୟେକ କ୍ଷେତ୍ରରେ ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ପାରିବାରିକ କ୍ଷେତ୍ରରେ ଭୁଲ୍ ବୁଝାମଣାରୁ ଅଶାନ୍ତିର ପରିବେଶ ସୃଷ୍ଟି ହେବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୪ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

କୁମ୍ଭ – ଦୀର୍ଘ ଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ । ସାମାଜିକ ସ୍ତରରେ ନୀଚ ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି । ପରିବହନରେ ଶିଥିଳତା କାରଣରୁ ମନ ଭଲ ରହି ନ ପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମୀନ – କର୍ମକ୍ଷେତ୍ରରେ ବନ୍ଧୁଙ୍କ ସାହାର୍ଯ୍ୟ ନେଇ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । କେତେକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ମନ ଅସ୍ଥିର ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

   Related Posts