Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଜୁଲାଇ ୧୧ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

11/07/2021 at 7:04 AM

ମେଷ – ନୂତନ କାର୍ଯ୍ୟାରମ୍ଭ କରିବେ । ଆମୋଦ-ପ୍ରମୋଦରେ ସମୟ ଅତିବାହିତ କରିପାରନ୍ତି । ସୁଖକର ଘଟଣାମାନ ଘଟିବ । କାର୍ଯ୍ୟରେ ସଫଳତା ମିଳିବ । ଶୁଭକାର୍ଯ୍ୟ କରଣୀୟ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ମିଳୁଥିବା ସୁଯୋଗର ଉପଯୋଗ କରି ସୁଖ-ସମ୍ମାନ ଲାଭ କରିପାରନ୍ତି । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ମିଥୁନ – ମିତ୍ର ଲାଭ ହେବ । ପଢା-ପଢିରେ ମନୋନିବେଶ କରିପାରନ୍ତି । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ନୃତ୍ୟ ସଙ୍ଗୀତ ପ୍ରିୟ ଓ କର୍ମାନୁରକ୍ତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କର୍କଟ – ନିଜକୁ କଳହମୁକ୍ତ ରଖିବାକୁ ଚେଷ୍ଟା କରିବେ । କେତେକ କ୍ଷେତ୍ରରେ ଭୁଲବୁଝାମଣା ଘଟିପାରେ । ପରିଶ୍ରମ ଅତ୍ୟଧିକ ହେଲେ ବି, ତା’ର ମୂଲ୍ୟ ମିଳିବ । ସରକାରୀ ମାନ୍ୟତା ପ୍ରାପ୍ତ ହୋଇପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ସିଂହ – ସୁଖୀ ହେବେ । ସମ୍ମାନିତ ହୋଇପାରନ୍ତି । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଉପଯୁକ୍ତ ରହିଛି । ଦେବଦର୍ଶନରେ ଅଶାନ୍ତିର ମାତ୍ରା କମିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

କନ୍ୟା – ଆଳସ୍ୟ ଅନୁଭବ କରିପାରନ୍ତି । ସାମୟିକ ବିଶ୍ରାମ ପରେ ଚଳ-ଚଞ୍ଚଳ ରହିବେ । ଶତ୍ରୁଭାବ ବୃଦ୍ଧି ହେଲେ ବି ଅନିଷ୍ଠ ଘଟିବାର ପ୍ରଶ୍ନ ଉଠୁ ନାହିଁ । ତ୍ୟାଗୀ ଓ ନୀତିଜ୍ଞ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ତୁଳା – ଆଶାବାଦୀ ହୋଇପାରନ୍ତି । ଆୟ ବୃଦ୍ଧିର ସୂଚନା ମିଳୁଛି । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ । ପ୍ରୀତି ଭୋଜନ ମିଳିପାରେ । ଚିନ୍ତାଧାରା ଉନ୍ନତ ମାନର ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ବିଛା – ଖର୍ଚ୍ଚ ପରିମାଣ ବୃଦ୍ଧି ପାଇପାରେ । ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ଏବଂ ଶତ୍ରୁ ଦମନ କରି ଆଶ୍ୱସ୍ତ ହୋଇପାରନ୍ତି । ଉତ୍ତମ କନ୍ୟା ଲାଭ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ବ୍ୟବସାୟୀ- ଗୃହୋପକରଣ କ୍ରୟ କରିପାରନ୍ତି ।
କର୍ମଜୀବି- ତାପ ଯୋଗୁ କାର୍ଯ୍ୟରେ ବ୍ୟାଘାତ ଦେଖା ଦେଇପାରେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ଧନୁ – କାର୍ଯ୍ୟ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ସୁସମ୍ବାଦ ପାଇ ଖୁସି ହେବେ । ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି । ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ମକର – କର୍ମଚଞ୍ଚଳ ରହିବେ । ସୁସମ୍ବାଦ ପାଇ ଖୁସି ହେବେ । କର୍ମକ୍ଷେତ୍ରରୁ ସଫଳତା ମିିଳିବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ଭୁଲ୍ ମାର୍ଗ ଅନୁସରଣ କରିପାରନ୍ତି ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

କୁମ୍ଭ – କାର୍ଯ୍ୟରେ ଅଗ୍ରଗତି ଘଟିବ ଓ ସଫଳତା ଲାଭ କରିବେ । ଅଧିକ କ୍ଷମତା ପ୍ରାପ୍ତ ହୋଇ ତା’ର ସଦ୍‌-ବ୍ୟବହାର କରି ପାରନ୍ତି । ବିବାଦୀୟ ଘଟଣାରେ ଆପଣଙ୍କ ଦୃଢମତ ବଳବତ୍ତର ରହିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖଭାରା ଦିନଟି ।

ମୀନ – ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ବନ୍ଧୁ ଓ ସହଯୋଗୀମାନେ କରଛଡା ଦେଇପାରନ୍ତି । ସ୍ୱାଭିମାନୀ ହେବେ । ଭାଗୁଆଳି ବ୍ୟବସାୟରୁ କିଛି ଲାଭ ମିଳିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

   Related Posts