ଜୁଲାଇ ୧୨ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | July 12, 2021 IST

ମେଷ – ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ସମସ୍ୟା ଉପୁଜି ପାରେ । ଦ୍ୱିତୀୟ ଭାବରେ ବୁଧ ଓ ଶୁଭ ଅବସ୍ଥାନ କରୁ ଥିବାରୁ ଧନଯୁକ୍ତ ,ଧର୍ମଯୁକ୍ତ ଓ ସତ୍ୟାଶ୍ରୟୀ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ବୃଷ – କେତେକ କ୍ଷେତ୍ରରେ ନିରବ ଦ୍ରଷ୍ଟା ହେବେ । ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ସହ ଭାବନା ପବିତ୍ର ହେବ । ପତ୍ନୀଙ୍କ ସହାୟତା ମିଳିବ । ଲଗ୍ନରେ ବୁଧ ଅବସ୍ଥାନ କରୁଥିବାରୁ ରାଜପୂଜା ମିଳିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ-ସତର୍କତାର ଦିନ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ମିଥୁନ – ସମ୍ମାନିତ ହେବେ । ପ୍ରିୟ ଲୋକଙ୍କ ସାନ୍ନିଧ୍ୟ ମିଳିବ । ସଦ୍‌-ଗୁଣର ବିକାଶ ଘଟିବ । ଉନ୍ନତିମୂଳକ କାର୍ଯ୍ୟରେ ନିଜର ଦକ୍ଷତା ପ୍ରତିପାଦନ କରିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କର୍କଟ – ଶୁଭାଶୁଭ ମିଶ୍ରିତ ଫଳ ମିଳିପାରେ । ଚଞ୍ଚଳମନା କନ୍ୟା ଦ୍ୱାରା ଉପକୃତ ହେବେ । ସପ୍ତମ ଭାବରେ ସ୍ୱଗୃହୀ ଶୁକ୍ର ଓ ବୁଧ ଏକତ୍ର ଅବସ୍ଥାନ କରୁଥିବାରୁ ଜନସାଧାରଣଙ୍କ ଶ୍ରଦ୍ଧା ଭାଜନ ହୋଇପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

ସିଂହ – ବ୍ୟବସାୟ ଲାଭଜନକ ହେବ । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି । ପାରିବାରିକ ସୁଖ ଏବଂ କୃଷିରୁ ଲାଭ ମିଳିବ । ଯାନବାହନ ସୁଖ ଭୋଗ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା – ସମ୍ମାନିତ ହେବେ । ବନ୍ଧୁ ଦର୍ଶନ ମିଳିବ । ମନ ଫୁର୍ତ୍ତି ରହିବ । ପାରିବାରିକ ସୁଖ ମିଳିବ । ଗୃହରେ ଶାନ୍ତିର ବାତାବରଣ ପ୍ରବାହିତ ହେବ । ନବମ ଭାବେ ବୁଧ ଓ ଶୁକ୍ର ଅବସ୍ଥାନ କରୁଥିବାରୁ ପୁଣ୍ୟବାନ୍ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଗୃହିଣୀ- ସୁଖୀ ହେବେ ।
ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ସତର୍କତାର ଦିନ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ତୁଳା – ପରିଶ୍ରମ ଅଧିକ ହେଲେ ବି ତା’ର ମୂଲ୍ୟ ମିଳିବ । ବାଧା-ବିଘ୍ନର ସମ୍ମୁଖୀନ ହୋଇପାରନ୍ତି । କାର୍ଯ୍ୟ ଦକ୍ଷତା ବୃଦ୍ଧି ପାଇବ । ଧନାଗମର ସୂଚନା ମିଳୁଛି । କୀର୍ତ୍ତିମାନ୍ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ବିଛା – ପଞ୍ଚ ପରମେଶ୍ୱରଙ୍କ କଲ୍ୟାଣ ଭାଜନ ହେବେ । ସାଧନାରେ ସିଦ୍ଧିଲାଭ କରିପାରନ୍ତି । ବହୁ ଶୁଭଫଳର ଅଧିକାରୀ ହେବେ । ପ୍ରୀତି ଭୋଜନରେ ଆପ୍ୟାୟିତ ହେବେ । ଷଷ୍ଠ ଭାବରେ ରବି ଅବସ୍ଥାନ କରୁଥିବାରୁ ଶତ୍ରୁନାଶ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି- ସହଯୋଗ ମିଳିବ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଉତ୍ତମ ଫଳ ପାଇବେ ।

ଧନୁ – ମନରେ ପ୍ରସନ୍ନ ଭାବ ଉଦ୍ରେକ ହୋଇପାରେ । କର୍ମକ୍ଷେତ୍ରରେ ଢେର ଉନ୍ନତି ଘଟିବ । ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ । ଷଷ୍ଠ ଭାବରେ ବୁଧ ଓ ସ୍ୱଗୃହୀ ଶୁକ୍ର ଅବସ୍ଥାନ କରୁଥିବାରୁ ଯାନବାହନ ସୁଖ ମିଳିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମକର – ନିଜ ଇଚ୍ଛା ଓ ବୁଦ୍ଧି ବଳରେ ଯାହା କରିବେ, ସବୁଥିରେ ସଫଳତା ପାଇବେ । ସୁଖ-ସମ୍ମାନ ଲାଭ କରିପାରନ୍ତି । ଆର୍ଥିକ ଅଭିବୃଦ୍ଧିର ସୂଚନା ମିଳୁଛି । ଚନ୍ଦ୍ର ଏକାଦଶ ଭାବରେ ଅବସ୍ଥାନ କରୁଥିବାରୁ ଅର୍ଥ ସହିତ ସରକାରଙ୍କ କୃପାର ପାତ୍ର ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

କୁମ୍ଭ – ସମୟ ସହିତ ତାଳ ଦେଇ ଗତି ପଥକୁ ସ୍ଥିର କରିପାରନ୍ତି । ଜନ ସଂପର୍କ ବୃଦ୍ଧି ପାଇବ । ବନ୍ଧୁ ପ୍ରାପ୍ତିର ସୂଚନା ମିଳୁଛି । ଯାନବାହନ ସୁଖ ମିଳିବ । ଦଶମ ଭାବରେ ଚନ୍ଦ୍ର ଅବସ୍ଥାନ ଯୋଗୁଁ ବିଭାଗୀୟ ଅର୍ଥ ମିଳିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମୀନ – ଶତ୍ରୁମାନଙ୍କୁ ପରାଜିତ କରିବାରେ ସକ୍ଷମ ହେବେ । ସେବା-ପୂଜାରେ ନିଜକୁ ନିୟୋଜିତ କରିବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଭାଗ୍ୟର ପରିବର୍ତ୍ତନ ଘଟିବ । ଏକାଦଶ ଭାବରେ ସ୍ୱଗୃହୀ ଶନି ଓ ବୃହସ୍ପତି ଅବସ୍ଥାନ କରୁଥିବାରୁ ପ୍ରାଧାନ୍ୟ ବୃଦ୍ଧି ହେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ବିଦେଶରେ ଥିଲେ ଅସୁବିଧା ଦେଖା ଦେବ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
ରୋଗୀ- ଅଳସୁଆ ଲାଗିପାରେ ।
ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.