ଜୁଲାଇ ୨୪ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | July 24, 2021 IST

ମେଷ – ଆଜି ରାହୁଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ବିଭିନ୍ନ ସମସ୍ୟା ନେଇ ମାନସିକ ସ୍ଥିତି ଭଲ ରହିବ । ଛୋଟ କଥାକୁ କେନ୍ଦ୍ର କରି ପରିବାରରେ ମତାନ୍ତର ସୃଷ୍ଟି ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ବୃଷ – ସମ୍ପର୍କିୟମାନେ ଦୂରେଇ ଯାଉଥିବାରୁ ପରକୁ ଆପଣାର କରିବାକୁ ବାଧ୍ୟ ହେବେ । କାମର ଚାପ ବୃଦ୍ଧି ଯୋଗୁ ଆଜି ଅଫିସ୍ କାର୍ଯ୍ୟରେ ବେଶି ବ୍ୟସ୍ତ ରହିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ମିଥୁନ – ପରଲୋକଙ୍କ ଠାରୁ ସାହନୁଭୂତି ନ ପାଇଲେ ମଧ୍ୟ ବାହାରେ ଅନ୍ୟମାନେ ସହ-ଯୋଗ କରିବେ । ଦ୍ରବ୍ୟ କିମ୍ବା ବିରୁଦ୍ଦିଷ୍ଟ ବ୍ୟକ୍ତିଙ୍କ ଖବର ପାଇବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କର୍କଟ – ପରିସ୍ଥିତି ସହ ଟକ୍କର ଦେଇ ଚେଷ୍ଟା ଅବ୍ୟାହତ ରଖିଲେ ସଫଳତା ପାଇବେ । ଯେମିତି ଚିନ୍ତା କରୁଛନ୍ତି,ସେହି ପରି କଲେ ସବୁ ଠିକ୍ ହୋଇଯିବ । ଆଲୋଚନା ମଝିରେ ଜଣେ ବନ୍ଧୁଙ୍କ ଉପସ୍ଥିିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ । ଶୁଭ ରଙ୍ଗ ବ୍ରଉନ୍ । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

ସିଂହ – ଚେଷ୍ଟା କରୁଥିବା କାମରେ ସଫଳତା ମିଳିପାରେ । ପାରିବାରିକ ଜୀବନରେ ବୁଝାମଣା ନେଇ ଅଶାନ୍ତିକର ପରିସ୍ଥିତି ଦେଖା ଦେବ । ପଡୋଶୀଙ୍କ ମିଥ୍ୟା ପ୍ରତିଶ୍ରୁତି ଉପରେ ଭରସା କଲେ ଅସୁବିଧାରେ ପଡିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି-ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ ।
ଗୃହିଣୀ- ପରକୁ ଆପଣାର କରିବେ ।
ବ୍ୟବସାୟୀ- ବିଦେଶୀ ଜିନିଷରେ କ୍ଷତି ହେବ ।

କନ୍ୟା – କର୍ମଭାବରୁ ତିନୋଟିଗ୍ରହ ଅଷ୍ଟମସ୍ଥ ଯୋଗୁଁ କର୍ମକ୍ଷେତ୍ରରେ ଆଶାନୁରୁପ ଫଳ ପାଇବେ ନାହିଁ । ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

ତୁଳା – ସମସ୍ୟା ଲାଗିରହିଥିଲେ ମଧ୍ୟ ଆପଣଙ୍କର କୌଣସି କାମ ଅଟକି ନାହିଁ । ଆର୍ଥିକ ସ୍ଥିତି ମଜଭୁତ୍ ରହିବ ଏବଂ କୌଣସି ବ୍ୟକ୍ତି ଠାରୁ ଘଥେହ୍‌ଟ ସହାୟତା ପାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବିଛା – ରାଶିରେ କେତୁ ରହିଥିବାରୁ ଠିକ୍ ନିଷ୍ପତ୍ତି ନେଇପାରିବେ ନାହିଁ । ସାଧାରଣ କଥାକୁ କେନ୍ଦ୍ର କରି ସମ୍ପର୍କୀୟ ମୁହଁ ଫେରାଇ ନେବ । କାର୍ଯ୍ୟ ଦକ୍ଷତା କାରଣରୁ କର୍ମକ୍ଷେତ୍ରରେ ସମ୍ମାନ ଲାଭ ହେବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ଧନୁ – ପତୋକ୍ଷଶତ୍ରୁତା କାରଣରୁ ଭଲ କାମ କରି ମଧ୍ୟ ପ୍ରଶଂସା ପାଇପାରିବେ ନାହିଁ । ରବି ଓ ଶୁକ୍ର ଯୋଗରୁ ନୂତନ ଯୋଜନା , ଅବହେଳିତ କାମ, ବାକି ରହିଥିବା ଟଙ୍କା ପଇସା, ଆନୁଷ୍ଠାନିକ କାମ ପ୍ରଭୃତିରେ ସଫଳତା ମିଳିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଚାଷୀ- ଅଧିକା ପାଣି ଜମିରେ ରହିଲେ, ଫସଲ ନଷ୍ଟ କରିପାରେ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମକର – ଦ୍ୱାଦଶସ୍ଥ ଶୁକ୍ର ଓ ରବିଙ୍କ ଦୁର୍ବଳତା କାରଣରୁ କର୍ମକ୍ଷେତ୍ରରେ କେତେକ ବ୍ୟତିକ୍ରମ ଲାଗି ରହିବ । କିନ୍ତୁ ସାମାଜିକ ସ୍ତରରେ ପ୍ରଶଂସା ଓ ପ୍ରୋତ୍ସାହନ ଲାଭ କରିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୪ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

କୁମ୍ଭ – ଆର୍ଥିକ ଦୁରବସ୍ଥା ଦୂରେଇ ନେବାରେ ବନ୍ଧୁଙ୍କ ସାହାର୍ଯ୍ୟ ଅବିସ୍ମରଣୀୟ ରହିବ । ନୂଆ ଯୋଜନା ଉପରେ ଗୁରୁତ୍ୱ ଦେବେ । ନିର୍ମାଣ କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଧାର୍ମିକ ହେବେ ।

ମୀନ – ସକାଳୁ ସକାଳୁ ନିକଟରୁ ଶୁଭ ଖବର ପାଇ ଖୁସି ହୋଇଯିବେ । ନିକଟ ସମ୍ପର୍କୀୟମାନେ କୌଣସି ଆଲୋଚନା ସକାଶେ ଡାକି ପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.