ଅକ୍ଟୋବର ୩ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | October 03, 2021 IST

ମେଷ – କର୍ମକ୍ଷେତ୍ରରେ ଅପ୍ରିୟ ସତୟ କଥା ସହକର୍ମୀ କିମ୍ବା ସମ୍ପର୍କୀୟଙ୍କ ମନରେ ଦୁଃଖ ଦେଇପାରେ । ଦୂରଦର୍ଶିତାବିହୀନ କାର୍ଯ୍ୟ କରିବା ଓ ପୁରାତନ ରୋଗପୀଡା ଯୋଗୁ ମାନସିକ ସୁସ୍ଥତା ହରଇପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବୃଷ – ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ମିଥୁନ – ଆଜି ଯେତେ ଚେଷ୍ଟା କଲେ ମଧ୍ୟ ସମସ୍ୟା ସୁଧୁରିବା କଷ୍ଟକର ହେବ । ହାତକୁ ନେଇଥିବା କାମଟିରେ ପ୍ରତିବନ୍ଧକ ଯୋଗୁ ଅଗ୍ରଗତି ହୋଇପାରିବ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
କର୍କଟ – କେତେକ କାମ ଅଟକି ରହିଥିବା କାରଣରୁ ଆତ୍ମୀୟମାନେ ଶତ୍ରୁତା କରିବେ । ଉପରିସ୍ଥ ଙ୍କ ଆଦେଶାନୁସାରେଅଫିସରେ ନୂତନ ଦାୟିତ୍ୱ ହାତକୁ ନେବାକୁ ପଡିପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ସିଂହ – ପରିବାରରେ ଭୁଲ୍ ବୁଝାମଣା ହେତୁ ସମ୍ପର୍କୀୟମାନେ ପାଖ ମାଡିବେ ନାହିଁ । ବନ୍ଧୁ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
କନ୍ୟା – ପ୍ରତ୍ୟେକ ପରିସ୍ଥିତିରେ ଜଗି ରଖି ନ ଚଳିଲେ ନିଜ ଲୋକ ହଇରାଣ କରିପାରନ୍ତି । ପରିବାରର ବିଭିନ୍ନ ସମସ୍ୟା ଯୋଗୁ ମାନସିକ ସ୍ୱାସ୍ଥ୍ୟ ବ୍ୟାହତ ହୋଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଗୃହିଣୀ- ଧାର୍ମିକ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ତୁଳା – ଚେଷ୍ଟା କରୁଥିବା କାମଗୁଡିକ ସୁବିଧାରେ ନ ହେବା କାରଣରୁ ମନ ଭଲ ରହିବ ନାହିଁ । ସାମାଜିକ କ୍ଷେତ୍ରରେ ଭଲ କହିଲେ ମଧ୍ୟ ସମାଲୋଚନାର ପାତ୍ର ହେବାକୁ ପଡିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବିଛା – ଆକସ୍ମିକ କେତେକ ସମସ୍ୟା ଉପସ୍ଥିତ ହେବାରୁ ପାଇବାକୁ ଥିବା ଆଶା ପୁଣି ମଉଳି ଯିବ । କର୍ମକ୍ଷେତ୍ରରେ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଗୃହିଣୀ- ଧାର୍ମିକ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ଧନୁ – ଅସୁସ୍ଥତାଜନିତ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ । କର୍ମକ୍ଷେତ୍ରରେ ମଧ୍ୟ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମକର – ବନ୍ଧୁଙ୍କ କଥାରେ ପଡି କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ । ଖଳଲୋକମାନେ ଅପପ୍ରଚାର କରିବା ଫଳରେ ଆପଣ ନିଜଲୋକଙ୍କ ଠାରୁ ଆସ୍ଥା ହରାଇବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
କୁମ୍ଭ- ପ୍ରତ୍ୟେକ କ୍ଷେତ୍ରରେ ଅଧୈର୍ଯ୍ୟ ନ ହୋଇ କାମ କରି ଚାଳିଲେ ସବୁ ଠିକ୍ ହୋଇଯିବ । ଆଲୋଚନା କାଳରେ ଅପ୍ରିୟ ସତ୍ୟ କଥା ବନ୍ଧୁଙ୍କ ମନରେ ଦୁଃଖ ଦେଇପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ମୀନ – ପାରିବାରିକ ଅଶାନ୍ତି କାରଣରୁ ମନରେ ଦୁର୍ଭାବନା ବଢିଚାଲିବ ଫଳରେ ଶାନ୍ତିରେ ରହିପାରିବେ ନାହିଁ । ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ଞ୍ଜ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.