Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ନଭେମ୍ବର ୧୦ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

10/11/2021 at 7:06 AM

ମେଷ–ଶ୍ରୀଚନ୍ଦ୍ର ପ୍ରଭାବରେ ଅର୍ଥଲାଭ, ବ୍ୟବସାୟିକ ଉତ୍କର୍ଷତା, ବନ୍ଧୁସମ୍ପର୍କରେ ଉନ୍ନତି ହେବ କିନ୍ତୁ ଜନ୍ମଚନ୍ଦ୍ର ହେତୁ ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିପାରେ । ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ ।ଶୁଭରଙ୍ଗ ଆକାଶୀ ବାଦାମୀ ।ଶୁଭ ଅଙ୍କ ୬ ।
• ଚାଷୀ-କୌଣସି ସମସ୍ୟା ଥିଲେ, କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ସୁସ୍ଥ ଅନୁଭବକରିବେ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ମିତ୍ରସୁଖ ପାଇବେ ।

ବୃଷ–କର୍ମାଧିପତି ଶୁଭ ଦୃଷ୍ଟି କାର୍ଯ୍ୟ ସାଦନ ପାଇଁ ଅନୁକୂଳ ରହିବ । କିନ୍ତୁ ନିଜ ଲୋକମାନଙ୍କ ଠାରୁ ସାହାର୍ଯ୍ୟ ଆଶାମଉଳି ଯିବ । କୌଣସି ସାମାଜିକ କିମ୍ବା ଆନୁଷ୍ଠାନିକ କାମରେ ଯୋଗ ଦେବେ । ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ଶୁଭରଙ୍ଗ ଫିକା ଲାଲ । ଶୁଭ ଅଙ୍କ ୪ ।
• ଗୃହିଣୀ- ସଦିଚ୍ଛାଭାବ ରହିବ ।
• ବ୍ୟବସାୟୀ- ବିଜୟୀ ହେବେ ।
• କର୍ମଜୀବି-କାର୍ଯ୍ୟରେ ଅବହେଳା କରିବେ ନାହିଁ ।
• ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ମିଥୁନ – ଧନାଧିପ ଏକାଦଶସ୍ଥ ଯୋଗୁ ଯାହା ଆଶା କରୁଛନ୍ତି ତାହା ପାଇବାରେ କୌଣସି ଅସୁବିଧା ରହିବ ନାହିଁ । ପାରିବାରିକ ସମସ୍ୟା ଥିଲେ ମଧ୍ୟ କାମଗୁଡିକୁ ସଫଳତାର ସହ ସମ୍ପନ୍ନ କରିବେ । ବ୍ୟବସାୟରେ କ୍ରମଶଃ ସମସ୍ୟା ବଢିବଢି ଯିବ । ଶୁଭରଙ୍ଗ କଫି । ଶୁଭ ଅଙ୍କ ୭ ।
• ଚାଷୀ-ଉତ୍ତମବିହନ, କୃଷିବିଭାଗରୁ ଆଣନ୍ତୁ ।
• ରୋଗୀ-ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ନୂଆ ବସ୍ତ୍ରଲାଭ ହେବ ।

କର୍କଟ–ଚନ୍ଦ୍ରଙ୍କ ସୁପ୍ରଭାବରେ ସମସ୍ୟାଗୁଡିକର ସରଳ ସମାଧାନ କରିବାରେ ସଫଳ ହେବେ । ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ । ଶୁଭରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• ରୋଗୀ-ବ୍ୟାୟାମ୍‌ କରିବା ଉଚିତ୍‌ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।

ସିଂହ –ରାଶିରେ ମଙ୍ଗଳ ସାମାନ୍ୟତଃ କାମରେ ଅଗ୍ରଗତିସାଙ୍ଗକୁ ପାରିବାରିକ ଦିଗକୁ ନିୟନ୍ତ୍ରଣ ମଧ୍ୟରେ ରଖିବ । ପରିସ୍ଥିତିବଶତଃ ଆବଶ୍ୟକତା ଠାରୁ ଅଧିକଖର୍ଚ୍ଚ କରିବାକୁ ବାଧ୍ୟ ହେବେ । ପ୍ରତ୍ୟେକ କ୍ଷେତ୍ରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ । ଶୁଭରଙ୍ଗ ଆକାଶୀ । ଶୁଭ ଅଙ୍କ ୮ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକସାରର ବ୍ୟବହାର କରନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ସୁଖଭାରା ଦିନଟି ।

କନ୍ୟା –ଚନ୍ଦ୍ର ଓ ବୃହସ୍ପତିଙ୍କ ପାରସ୍ପରିକ ଦୃଷ୍ଟି ପାରିବାରିକ ସ୍ଥିତି ସାଙ୍ଗକୁ ବ୍ୟବସାୟିକ ସଫଳତା ପ୍ରଦାନ କରିବ । ବନ୍ଧୁ କଥାରେ ପ୍ରଭାବିତ ହୋଇ ଭୁଲ କାମ କରିପାରନ୍ତି । ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୭ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।

ତୁଳା–ଶନିଙ୍କ ପ୍ରଭାବରେ ପରିବାରରେ ସୁଖଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କଲେ ମଧ୍ୟ ପୂର୍ଣ୍ଣମାତ୍ରାରେ ସଫଳତା ପାଇବେନାହିଁ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟମିଳିବ । ଶୁଭରଙ୍ଗ ହଳଦୀଆ । ଶୁଭ ଅଙ୍କ ୧ ।
• ଚାଷୀ-ଜଳବାୟୁ ବିଭାଗସହ ଯୋଗାଯୋଗ ରଖନ୍ତୁ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• କର୍ମଜୀବି-କର୍ମକ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ-ବନ୍ଧୁଙ୍କସହାୟତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବିଛା–ଗତକାଲିଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ କିଛିଟା ପରିବର୍ତ୍ତନର ଆଶାକରା ଯାଇପାରେ । ଏକାଦଶରେ ଅନ୍ୟ ଦୁଇଟି ଗ୍ରହ ସହ ରବି ଯୋଗୁ କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୫ ।
• ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ- ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)

ଧନୁ –ଚନ୍ଦ୍ରଙ୍କ ଦ୍ୱାରା ସୃଷ୍ଟି ବିପରୀତ ରାଜଯୋଗ ପ୍ରଭାବରୁ ସମସ୍ୟା ଆସିଲେ ମଧ୍ୟ ତାହାର ସରଳ ସମାଧାନ କରିବାରେ ସମର୍ଥ ହେବେ । ରତ୍ପାନି ବାଣିଜ୍ୟ କ୍ଷେତ୍ରରେ, ଆଲୋଚନା ପରିସରରେ, ସଭାସମିତିରେ, ତର୍କ ଓ ବିବାଦରେ, ଆଇନ ଅଦାଲତରେ ସ୍ଥଗିତ କାମକୁ ପୂରା କରିବେ । ଶୁଭରଙ୍ଗ ବାଦାମୀ । ଶୁଭ ଅଙ୍କ ୧ ।
• ଚାଷୀ- ଶ୍ରମସାର୍ଥକ ହେବ ।
• ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟତତ୍ପର ରହିବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

ମକର–କର୍ମସ୍ଥାନରେଏକାଧିକ ଗ୍ରହଶନିଙ୍କ ପ୍ରତ୍ୟକ୍ଷ ଦୃଷ୍ଟିରେ ରହିଥିବାରୁ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ ସବୁ କାମଗୁଡିକ ବିଳମ୍ବିତ ସମୟରେ ହିଁ ସମ୍ପନ୍ନ ହେବ । ତଥାପି ଶ୍ରବଣା ନକ୍ଷତ୍ର କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରି କେତେକାଂଶରେସଫଳତା ପାଇପାରିବେ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୪ ।
• ଗୃହିଣୀ-ଧାର୍ମିକ ହେବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌କୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• ରୋଗୀ-ସାମାନ୍ୟସୁସ୍ଥ ଅନୁଭବ କରିବେ ।
• ଚାଷୀ-ଉତ୍ତମବିହନ, କୃଷିବିଭାଗରୁ ଆଣନ୍ତୁ ।

କୁମ୍ଭ -ବୃହସ୍ପତିଙ୍କ ସୁପ୍ରଭାବରୁ କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମକରିବେ ଓ ସଫଳତା ମଧ୍ୟ ପାଇବେ । ନିଜ ନିଜର କିଛି ସ୍ୱାର୍ଥ ହାସଲ ପରିପ୍ରେକ୍ଷୀରେ ପାଖ ପଡୋଶୀ ସହାନୁଭୂତି ପ୍ରଦର୍ଶନ କରିପାରନ୍ତି । ଜମିଜମା ବିବାଦରେ ଉପକୃତ ହେବେ । ଶୁଭରଙ୍ଗ ଗୋଲାପି । ଶୁଭ ଅଙ୍କ ୩ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ରୋଗରୁମୁକ୍ତହୋଇପାରନ୍ତି ।
• ଛାତ୍ରଛାତ୍ରୀ-ବିଜ୍ଞହେବେ ।
• କର୍ମଜୀବି-ପ୍ରଶଂସିତହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ – ଆଜିର ଅନୁକୂଳ ଗ୍ରହ ସ୍ଥିତି ପ୍ରଭାବରେ ସମସ୍ୟାଗୁଡିକୁ ସାମନା କରି କାର୍ଯ୍ୟ ସିଦ୍ଧି ଘଟାଇବେ । ବିବ୍ରତ ବୋଧ କରିପାରନ୍ତି । ଆରୋଗ୍ୟ ଲାଭ ସାଙ୍ଗକୁ ନୂତନ କର୍ମାରମ୍ଭ ସକାଶେ ଯୋଜନା ତିଆରି କରିପାରନ୍ତି । କାମଗୁଡିକ ସଂପନ୍ନ କରିବାରେ ଅସୁବିଧା ହେବ ନାହିଁ । ଶୁଭରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
• ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି-କାର୍ଯ୍ୟରେ ଅବହେଳା କରିବେ ନାହିଁ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• ରୋଗୀ-ବ୍ୟାୟାମ୍‌କରିବା ଉଚିତ୍‌ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।

   Related Posts