ନଭେମ୍ବର ୨୯ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | November 29, 2021 IST

ମେଷ–ଘାତଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡିବ । ଧନବାନ୍‌ ହୋଇପାରନ୍ତି । ଅପାର ଗୁଣର ଅଧିକାରୀ ଏବଂ ନୂଆବନ୍ଧୁଙ୍କ ସହଯୋଗରେ ଉପକୃତ ହେବେ । ଉପାର୍ଜନ ଯଥେଷ୍ଟ ପରିମାଣର ହେବ । ଶୁଭରଙ୍ଗ ୟେଲୋ । ଶୁଭଅଙ୍କ ୫ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।
• ବ୍ୟବସାୟୀ- ଚୌରଭୟ ଅଛି ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ- ବଡଲୋକଙ୍କ କଥା ଶୁଣିବେ ନାହିଁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଚାଷୀ-ଜମିର ଉର୍ବରତା ପାଇଁ ଜୈବିକସାରର ବ୍ୟବହାର କରନ୍ତୁ ।

ବୃଷ– ପର ପାଇଁ ହଇରାଣ ହୋଇପାରନ୍ତି । ବ୍ୟୟବୃଦ୍ଧିର ସୂଚନା ମିଳୁଛି । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଠକାମୀରେ ପଡିପାରନ୍ତି । ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ହେବା ଭଲ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୭ ।
• ଚାଷୀ-ଉତ୍ତମବିହନ, କୃଷିବିଭାଗରୁ ଆଣନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ – ଶୁଭଖବର ପାଇ ଖୁସି ହେବେ । ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ । ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ । ପାରିବାରିକ ଜୀବନ ସୁଖପ୍ରଦ ହେବ । ପ୍ରୀତିଭୋଜନ ମିଳିବ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୨ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
• ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
• କର୍ମଜୀବି-ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ ।
• ଛାତ୍ରଛାତ୍ରୀ- ବିଚକ୍ଷଣ ବୁଦ୍ଧି ହେବ ।
• ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
• ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

କର୍କଟ–କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ରହେବେ । ସୁସମ୍ବାଦ ପାଇ ଉତ୍‌ଫୁଲ୍ଲିତ ହେବେ । କର୍ମକ୍ଷେତ୍ର ଉଜ୍ଜଳମୟ କରିପାରନ୍ତି । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ବିବାଦୀୟ ଘଟଣାରେ ବିଜୟୀ ହେବେ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୪ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।
• ରୋଗୀ-ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ବିଦ୍ୟାରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ-ସୁଖଭାରା ଦିନଟି ।

ସିଂହ –ମିଳିଥିବା ସୁଯୋଗକୁ ହାତଛଡା କରିବେ ନାହିଁ । ପରୋପକାରକୁ ଜୀବନର ବ୍ରତ ଭାବେ ଗ୍ରହଣ କରିପାରନ୍ତି । କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ସଦ୍‌ବ୍ୟବହାର କରିବେ । ପ୍ରତିଯୋଗିତାରେ ବିଜୟୀ ହେବେ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୮ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।
• ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ- ମନରେ ଗର୍ବଭାବ ଆସିବ ।
• ରୋଗୀ-ସତର୍କତାର ଦିନ ।
• ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

କନ୍ୟା– ପରିଶ୍ରମ କଲେ ହିଁ ସଫଳତା ମିଳିବ । କଷ୍ଟସାଧ୍ୟ ଏବଂ ସାମାନ୍ୟ ଅସୁସ୍ଥତା ଦେଖା ଦେଲେବି ଯୁଗ୍ମବ୍ୟବସାୟରେଲାଭଜନକହେବ । ମନ ବିଷାଦଭରା ହୋଇପାରେ । ଅର୍ଥ ଟାଣ-ଟୁଣ ରହିବ । ଶୁଭରଙ୍ଗ କଫି । ଶୁଭ ଅଙ୍କ ୬ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀହେବ ।
• ବ୍ୟବସାୟୀ-ଅର୍ଥ ହାନୀହେବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ତୁଳା–ଶତ୍ରୁ ଯେତେ ବଳବାନ୍‌ ହେଲେ ବି ପରାଜୟ ବରଣ କରିବ ।ବନ୍ଧୁମିଳନର ସମ୍ଭାବନା ଅଛି । ସୁଖକର ଘଟଣାମାନ ଘଟିବ । କର୍ମକ୍ଷେତ୍ରରୁ ସଫଳତା ମିଳିବ । ପତ୍ନୀ ପରାମର୍ଶଦାତା ହେବେ । ଶୁଭରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୧ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ଛାତ୍ରଛାତ୍ରୀ- ବିଚକ୍ଷଣ ବୁଦ୍ଧି ହେବ ।
• ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
• ଚାଷୀ- ଅଧିକା ପାଣିରୁ, ହିନସ୍ତା ହୋଇପାରନ୍ତି ।

ବିଛା– ପ୍ରତିଶୋଧ ପରାୟଣ ହୋଇପାରନ୍ତି । ବଳବାନ୍‌ ଶତ୍ରୁକୁ ଦମନ, ମାନସିକ ଶାନ୍ତି ଫେରି ପାଇବେ । ଶୁଭଖବର ପାଇ ଆନନ୍ଦ ଅନୁଭବ କରିପାରନ୍ତି । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୮ ।
• ଚାଷୀ- ଜମିରୁବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ।

ଧନୁ – ଅଧିକଜ୍ଞାନ ଆହରଣ ପାଇଁ ଅଧ୍ୟୟନରତ ହୋଇପାରନ୍ତି । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ସୁସମ୍ବାଦ ପାଇ ଖୁସି ଓ କର୍ତ୍ତବ୍ୟନିଷ୍ଠ ହେବେ । ବ୍ୟବସାୟ ଲାଭଜନକ ଏବଂ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୨ ।
• ଗୃହିଣୀ- ମିତ୍ରସୁଖ ପାଇବେ ।
• ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
• କର୍ମଜୀବି-ସଫଳତା ହାତଛଡା ହୋଇଯିବ ।
• ଛାତ୍ରଛାତ୍ରୀ- ମନରେ ଗର୍ବଭାବ ଆସିବ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।

ମକର–ଇଚ୍ଛା ବିରୋଧରେ କାର୍ଯ୍ୟ କରିବାକୁ ବାଧ୍ୟ ହେବେ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ପରିଶ୍ରମର ମୂଲ୍ୟ ମିଳିବ । କୃଷି କର୍ମ ଉପରେ ଗୁରୁତ୍ୱ ଦେବେ । ବିବାହ ବିଳମ୍ବିତ ହୋଇପାରେ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୫ ।
• ଗୃହିଣୀ-ଧାର୍ମିକ ହେବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ମହତ ହେବ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।

କୁମ୍ଭ -ପର ପାଇଁ ମାନିହୋଇ ସମ୍ମାନିତ ହୋଇପାରନ୍ତି ।କାର୍ଯ୍ୟରେ ସଫଳତା ଲାଭ କରିବେ । ଆର୍ଥିକକ୍ଷେତ୍ର ସ୍ୱଚ୍ଛଳ ରହିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଦେବ ଦର୍ଶନର ସୁଯୋଗ ଅଛି । ଶୁଭରଙ୍ଗ କଫି । ଶୁଭ ଅଙ୍କ ୯ ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
• ଛାତ୍ରଛାତ୍ରୀ- ଚକ୍ଷୁରେ ପୀଡା ହେବ ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।

ମୀନ – ଅସହାୟତାବୋଧ କରିପାରନ୍ତି । ଧର୍ମ ପ୍ରିୟ ଓ କ୍ରିୟାଶୀଳ ଏବଂ ଶିଳ୍ପ ପାରଦର୍ଶୀ ହେବେ । ପାଣ୍ଡିତ୍ୟର ପରିପ୍ରକାଶ ଘଟାଇପାରନ୍ତି ।ତ୍ୟାଗପୂତ ମନୋବୃତ୍ତି ଗ୍ରହଣ କରିପାରନ୍ତି । ନୀତିନିଷ୍ଠ ହେବ । ଶୁଭରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
• ଗୃହିଣୀ-ଧର୍ମକାର୍ଯ୍ୟରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• କର୍ମଜୀବି-ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ ।
• ଛାତ୍ରଛାତ୍ରୀ- ଅଳସୁଆ ପ୍ରବୃତ୍ତି ହେବେ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.