ଗୁରୁବାର ବ୍ରହ୍ମଗିରି ଯିବେ ମୁଖ୍ୟମନ୍ତ୍ରୀ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ବାଣ୍ଟିବେ ହେଲଥ କାର୍ଡ

Published By : Prameya-News7 Bureau | October 06, 2021 IST

ପୁରୀ ୦୬/୧୦: ଆସନ୍ତା କାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଜିଲ୍ଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀକୁ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ସେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି । ଜିଲ୍ଲାପାଳ ସମର୍ଥ ବର୍ମା ଆଜି ବ୍ରହ୍ମଗିରି ଯାଇ ନିଜେ ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ କରିବେ । ମୁଖ୍ୟମନ୍ତ୍ରୀ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ ସହ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିପାରନ୍ତି ବୋଲି ସୂଚନା ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.