Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ଓଲଟି ପଡିଲା ଟ୍ରାକ୍ଟର, ୧ ଘଣ୍ଟା ଧରି ଚାପିହୋଇ ଚାଲିଗଲା ଚାଳକଙ୍କ ଜୀବନ

27/01/2021 at 5:49 PM

ନିଶ୍ଚିନ୍ତକୋଇଲି ୨୭।୧: ଟ୍ରାକ୍ଟର ଓଲଟି ଡ୍ରାଇଭରଙ୍କ ମୃତ୍ୟୁ । ବିଲରେ ଚାଷ ସାରି ରାସ୍ତା ଉପରକୁ ଉଠୁଥିବା ବେଳେ ଦୁର୍ଘଟଣା ଘଟିଛି । ଟ୍ରାକ୍ଟର ତଳେ ଚାପିହୋଇ ଚାଳକଙ୍କର ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି କଟକ ଜିଲ୍ଲା ମାହାଙ୍ଗା ଥାନା ସିନ୍ଧୁପୁର ଗାଁରେ ।

ସୂଚନାଯୋଗ୍ୟ ଯେ, ଗ୍ରାମ ନିକଟ ଏକ ଚାଷ ଜମିରେ ହଳ କରି ସୁରେନ୍ଦ୍ର ପ୍ରଧାନ ଟ୍ରାକ୍ଟରକୁ ରାସ୍ତା ଉପରକୁ ଉଠାଇଲା ବେଳେ ଭାରସାମ୍ୟ ହରାଇ ଟ୍ରାକ୍ଟରଟି ଓଲଟି ପଡିଥିଲା । ଆଉ ଟ୍ରାକ୍ଟର ତଳେ ଦୀର୍ଘ ୧ ଘଣ୍ଟାରୁ ଅଧିକ ସମୟ ଚାପି ହୋଇ ରହିଯାଇଥିଲେ ଚାଳକ। ଖବର ପାଇ କୁଆଁପାଳ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଟ୍ରାକ୍ଟରକୁ ରଶି ସାହାଯ୍ୟରେ ହଟାଇ ସୁରେନ୍ଦ୍ରଙ୍କୁ ଉଦ୍ଧାର କରି ମାହାଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ । ହେଲେ ସେଠାରେ ସୁରେନ୍ଦ୍ରଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ଖବର ପାଇ ମାହାଙ୍ଗା ପୋଲିସ ମୃତଦେହ ଜବତ କରି ଅଧିକ ତଦନ୍ତ ଚଳାଇଛି।

   Related Posts