Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଶ୍ଚିମବଙ୍ଗ ନିର୍ବାଚନରେ କରୋନା ନିୟମର ଖୁଲମ୍‌ଖୁଲା ଉଲଙ୍ଘନ, ଏପ୍ରିଲ୍‌ ୧୬ରେ ସର୍ବଦଳୀୟ ବୈଠକ ଡକାଇଲେ ନିର୍ବାଚନ ଆୟୋଗ
  • ||
  • ଭୁବନେଶ୍ବର : ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ପରଲୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ପରୀକ୍ଷା ହେବ କି ନାହିଁ ସେନେଇ ଚିନ୍ତା କରିବୁ – ଗଣଶିକ୍ଷା ମନ୍ତ୍ରୀ
  • ||
  • ଯାଜପୁର : ଏକ ତରଫା ପ୍ରେମରୁ ଯୁବକଙ୍କ ଉନ୍ମତକାଣ୍ଡ, ବାହା ହେବାକୁ ରାଜି ନହେବାରୁ ସମ୍ପର୍କୀୟ ଭଉଣୀଙ୍କୁ ଚେଙ୍କ ଦେଲା ଭାଇ
  • ||
  • ବାଲେଶ୍ବର : ସମୁଦ୍ରରେ ମାଛ ଧରା ବନ୍ଦ, ଆଜିଠୁ ଜୁନ୍ ୧୫ ଯାଏଁ ବଳବତ୍ତର ରହିବ କଟକଣା
  • ||
  • ଭୁବନେଶ୍ବର : କୋଭିଡ୍ ନିୟମ ଉଲଂଘନକାରୀଙ୍କଠୁ ୨ କୋଟି ୧୭ ଲକ୍ଷ ଟଙ୍କା ଫାଇନ୍ ଆଦାୟ
  • ||
  • ଭୁବନେଶ୍ବର : ୟେଲୋ ଜୋନ୍‌କୁ ଗଲା ୫ ଜିଲ୍ଲା, ପୂର୍ବରୁ ୨ ଜିଲ୍ଲା ରହିଛି ରେଡ୍ ଜୋନ୍‌ରେ
  • ||
  • ଝାରସୁଗୁଡା : କୋଇଲା ଖଣି ମ୍ୟାନେଜର ଅଫିସରୁ ମହିଳା କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ମାଲକାନଗିରି : ମାଲକାନଗିରିରୁ ଛତିଶଗଡକୁ ସଂଯୋଗ ସମସ୍ତ ରାସ୍ତା ସିଲ୍, ଅପ୍ରେଲ ୩୦ଯାଏଁ ବସ୍ ଚଳାଚଳ ଠପ୍
  • ||
  • CBSE ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ, ଛାତ୍ରଛାତ୍ରୀଙ୍କ ମାର୍କ ସ୍ଥିର କରିବ ବୋର୍ଡ
  • ||

ମୋହନା ଜିରାଙ୍ଗ ନିକଟରେ ଓଲଟିଲା ଟ୍ରାକ୍ଟର, ୩୦ ଆହତ, ୯ ଗୁରୁତର,୭ଙ୍କୁ ପଠାଗଲା ବ୍ରହ୍ମପୁର

2/11/2019 at 8:46 PM

ମୋହନା ୨।୧୧: ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ଜିରାଙ୍ଗ ପଞ୍ଚାୟତ ଡ଼ରାବ ଗାଁ ନିକଟସ୍ତ ଶଗଡି ଘାଟିରେ ଟ୍ରାକ୍ଟର ଓଲଟି ୩୦ ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ୯ ଜଣଙ୍କ ଅବସ୍ଥା ଗୁରୁତରଥିବା ବେଳେ ସମସ୍ତଙ୍କୁ ଚନ୍ଦ୍ରଗିରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସମସ୍ତ ଆହତ ଡରାବ ଗାଁର ବୋଲି ଜଣାପଡିଛି।

ମିଳିଥିବା ସୂଚନା ଅନୁସାରେ ଡରାବ ଗାଁର ୩୦ ଜଣ ମହିଳା ଓ ପୁରୁଷ ତୀବତୀୟଙ୍କ କ୍ୟାମ୍ପ ନମ୍ବର ୪ ମକା କିଆରିରେ କାମ କରିବାକୁ ଆସିଥିଲେ। କାମ ସାରି ସନ୍ଧ୍ୟାରେ ଏକ ଟ୍ରାକ୍ଟର ଯୋଗେ ନିଜ ଗାଁ ଡରାବକୁ ଫେରୁଥିଲେ। ସନ୍ଧ୍ୟା ପ୍ରାୟ ୭ଟା ବେଳେ ଗାଁଠାରୁ ମାତ୍ର କିଛି ଦୂରରେ ଥିବା ଶଗଡି ଘାଟିରେ ସେମାନଙ୍କ ଟ୍ରାକ୍ଟର ଭାରାସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ ଟ୍ରାକ୍ଟରରେ ଯାତ୍ରା କରୁଥିବା ସମସ୍ତେ ଆହତ ହୋଇଛନ୍ତି।

ତେବେ ଆହତଙ୍କ ମଧ୍ୟରେ ସନ୍ୟାସୀ ରଇତ, କୈଳାସ ରଇତ,ଚିନ୍ମଇ ପାଇକ, ଗୁଡି ପାଇକ, ରମ୍ଭା ପାଇକ  ଓ ପଦ୍ମା ପାଇକଙ୍କ ସମେତ ୯ ଜଣଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ରହିଛି। ସେମାନଙ୍କ ମଧ୍ୟରୁ ଅଧକ ଗୁରୁତର ଥିବା ୭ ଜଣଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ମୋହନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାର ତଦନ୍ତ କରୁଛି।  

   Related Posts