Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ଟ୍ରାକରୁ ଖସିଲା ମାଲବାହୀ ଟ୍ରେନ୍‌, ବଗି ଉପରେ ଚଢିଗଲା ବଗି ; ୧୨ ଟ୍ରେନ୍‌ ବାତିଲ୍‌

14/09/2021 at 9:01 AM

ଅନୁଗୁଳ ୧୪।୦୯: ଟ୍ରାକରୁ ଖସିଲା ମାଲବାହୀ ଟ୍ରେନ୍‌ । ଅନୁଗୁଳ ଭୋଗବେରିଣୀ ନିକଟରେ ମାଲବାହୀ ଟ୍ରେନ୍‌ ଲାଇନ୍‌ ଚ୍ୟୁତ ହୋଇଛି । ଯାହାଫଳରେ ସେହି ରୁଟ୍‌ ରେ ଟ୍ରେନ୍‌ ଚଳାଚଳା ବାଧାପ୍ରାପ୍ତ ହୋଇଛି । ପ୍ରାୟ ୧୨ଟି ଟ୍ରେନ୍‌ ବାତିଲ କରାଯାଇଥିବାର ସୂଚନା ମିଳିଛି ।

ଖବର ଅନୁଯାୟୀ, ଅନଗୁଳ ଓ ତାଳଚେର ରୋଡ଼ ଷ୍ଟେସନ ମଧ୍ୟରେ ଟ୍ରାକରୁ ଖସିଲା ମାଲବାହୀ ଟ୍ରେନ । ଭୋଗବେରିଣୀ ନିକଟରେ ମାଲବାହୀ ଟ୍ରେନ ଲାଇନ ଚ୍ୟୁତ ହୋଇଛି । ଲଗାଣ ବର୍ଷା ଯୋଗୁ ଟ୍ରେନ୍‌ ଲାଇନଟି ଦବି ଯାଇଥିଲା । ଯାହାଫଳରେ ସେହି ରାସ୍ତା ଦେଇ ଯାଉଥିବା ଗହମ ବୋଝେଇ ଟ୍ରେନଟି ଲାଇନଚ୍ୟୁତ ହୋଇଛି ।

ଟ୍ରେନ୍‌ ଲାଇନଚ୍ୟୁତ ହେବା ଫଳରେ ବଗି ଉପରେ ବଗି ସବୁ ଚଢି ଯାଇଛି । ତେବେ ବର୍ତ୍ତମାନ ସୁଦ୍ଧା କେହି ମୃତାହତ ହୋଇନଥିବା ସୂଚନା ମିଳିଛି । ସେହି ରୁଟ ଦେଇ ଟ୍ରେନ ଚଳାଚକ ବାଧାପ୍ରାପ୍ତ ହୋଇଛି । ତେବେ ଦୁର୍ଘଟଣା ଖବର ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

   Related Posts