Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ଟ୍ରେନ୍ ଲାଇନ୍‌ରୁ ମିଳିଲା ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ, ଆତ୍ମହତ୍ୟା ନା ଆଉ କିଛି ?

10/06/2021 at 2:35 PM

ଚଣ୍ଡିଖୋଲ ୧୦।୦୬:ଯାଜପୁର ଜିଲ୍ଲା ଧାମମଣ୍ଡଳ ରେଳ ଷ୍ଟେସନ୍‌ ନିକଟରେ ଅଘଟଣ । ଟ୍ରେନ୍‌ରେ କଟି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ପରିଚୟ ମିଳିପାରିନାହିଁ । ଘଟଣାସ୍ଥଳରେ ଜିଆରପି ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

ଖବର ଅନୁଯାୟୀ, ଧାନମଣ୍ଡଳ ରେଳ ଷ୍ଟେସନ ନିକଟରେ ଜଣେ ଯୁବକଙ୍କ ମୃତଦେହ ଠାବ ହୋଇଛି । ଟ୍ରେନ୍‌ ଲାଇନ୍‌ରେ କଟି ଯୁବକଙ୍କ ଶରୀର ୨ ଖଣ୍ଡ ହୋଇଯାଇଛି । ଟ୍ରେନ୍‌ ଆଗକୁ ଡେଇଁ ଯୁବକ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତଦେହ ନିକଟରୁ ଏକ ଆଧାର କାର୍ଡ ମିଳିଛି । ଯେଉଁଥିରେ ଯୁବକ ଜଣଙ୍କ ବଡ଼ଚଣା ବ୍ଲକ କୁନ୍ଦଳ ଅଞ୍ଚଳର ବୋଲି ସନ୍ଦେହ କରାଯାଉଛି । ତେବେ ଏହା ଆତ୍ମହତ୍ୟା ନା କିଛି । ତାହା ତଦନ୍ତ ପରେ ହିଁ ସ୍ପଷ୍ଟ ହେବ । ଜିଆରପି ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

   Related Posts