୫ ମାସର ଶିଶୁ ଦେହରେ ଥିଲା ହୃଦ୍ ସମସ୍ୟା, ସଫଳ ଅସ୍ତ୍ରୋପଚାର କଲେ ସମ୍‌ ଅଲ୍ଟିମେଟ୍ ବିଶେଷଜ୍ଞ

Published By : Prameya-News7 Bureau | December 07, 2021 IST

ଭୁବନେଶ୍ବର, ୦୭/୧୨: ସମ୍ ଅଲ୍ଟିମେଟ୍ ମେଡିକେୟାରରେ ହୃଦ ସମସ୍ୟାରେ ପୀଡ଼ିତ ଥିବା ୫ ମାସର ଶିଶୁ ପୁତ୍ରର ହୃଦରୋଗ ବିଶେଷଜ୍ଞ ସଫଳ ଅସ୍ତ୍ରୋପଚାର କରିଛନ୍ତି। ପେଡିଆଟିଉ କାର୍ଡିଆକ୍ କ୍ୟାଥେଟର୍ ଇଂଟରଭେନ୍ସନ୍ ଦ୍ବାରା ଶିଶୁଟି ସୁସ୍ଥ ହୋଇପାରିଛି। ନିଃଶ୍ବାସ ନେବାରେ କଷ୍ଟ ଅନୁଭବ କରୁଥିବା ଶିଶୁଟିକୁ ହସ୍ପିଟାଲ୍କୁ ଚିକିତ୍ସା ନିମନ୍ତେ ଆଣିବା ସମୟରେ ତା'ର ପେଟରେ ଡକ୍ଟର ଆର୍ଟରିଓସେସ୍ (ପିଡିଏ) ନାମକ ହୃଦ ସମସ୍ୟା ଥିବା ଜଣାପଡ଼ଥିଲା ।

ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲର ହୃଦରୋଗ ବିଭାଗର ଆସୋସିଏଟ୍ ପ୍ରଫେସର ଡାକ୍ତର ଦିବ୍ୟରଞ୍ଜନ ବହେରା ଶିଶୁଟିର ଚିକିତ୍ସା କରିଥିଲେ। ଡାକ୍ତର ବହେରାଙ୍କ କହିବା ଅନୁଯାୟୀ ପିଡିଏ ହେଉଛି ମହାଧମନୀ ଏବଂ ଫୁସ୍ଫୁସର ଧମନୀକୁ ଯୋଡୁଥିବା ଏକ ଟୁୟବ୍ ଯାହାକି ଶିଶୁର ଶରୀରରେ ମୁଖ୍ୟ ରକ୍ତ ସଂଚାଳନ ବ୍ୟବସ୍ଥା ଅଟେ । ଏହି ସମସ୍ୟା ଯୋଗୁଁ ରକ୍ତ ଅଧିକାଂଶ ସମୟରେ ମହାଧମନୀରୁ ଫୁସ୍ଫୁସ୍‌ର ଧମନୀକୁ ପ୍ରବାହିତ ହୋଇଥାଏ । ଯାହାଦ୍ବାରା ଅଧିକ ରକ୍ତ ଫୁସ୍ଫୁସ୍‌କୁ ଯାଇଥାଏ। ଏହା ଦ୍ବାରା ନିଃଶ୍ବାସ ନେବାରେ କଷ୍ଟ ହୋଇଥାଏ ଏବଂ ଶିଶୁମାନଙ୍କ କ୍ଷେତ୍ରରେ ହୃଦକ୍ରିୟା ବନ୍ଦ ହୋଇଯିବାର ସମ୍ଭାବନା ରହିଥାଏ।

ଠିକ୍ ସମୟରେ ଚିକିତ୍ସା ନ କଲେ ଶ୍ବାସଜନିତ ସମସ୍ୟା ସୃଷ୍ଟି ହୋଇଥାଏ। ଆଗୁଆ ଚିକିତ୍ସା ହିଁ ଏଭଳି ବିପଜ୍ଜନକ ପରିସ୍ଥିତିକୁ ମୁକାବିଲା କରିବାର ଏକମାତ୍ର ଉପାୟ ଏବଂ ପିଡିଏର ଆକାର ଏବଂ ଅନ୍ୟାନ୍ୟ ଦିଗକୁ ଦେଖି ଅପରେସନ୍ କିମ୍ବା କ୍ୟାଥେଟର୍ ଇନ୍ଭେନ୍ସନ କରାଯିବା ନେଇ ନିଷ୍ପତି ନିଆଯାଇଥାଏ ବୋଲି ସେ କହିଛି। ଡାକ୍ତର ବହେରା କହିଛନ୍ତି ଯେ ଶିଶୁଟିର ପିଡିଏ ଡିଭାଇସ୍ କ୍ଲୋଜର୍ ପ୍ରକ୍ରିୟା ତାଙ୍କ ନେତୃତ୍ବରେ କରାଯାଇଥଲା । କାର୍ଡିଆକ୍ ଟିମ୍ ସମେତ କାର୍ଡିଆକ୍ ଆନେସ୍ଥେସିଷ୍ଟ ଡାକ୍ତର ଜେ. ପରିଡା ଏବଂ କନ୍ସଲଟାଣ୍ଟ ନିଓନାଟୋଲୋଜିଷ୍ଟ ଡାକ୍ତର ବିଚିତ୍ରାନନ୍ଦ ରାଉତ ଏଥିରେ ସହଯୋଗ କରିଥିଲେ। ଶିଶୁଟି ଏହି ପ୍ରକ୍ରିୟା ହେବାର ଦୁଇଦିନ ପରେ ଡିଶ୍ଚାର୍ଜ ହୋଇଛି ଏବଂ ସେ ସୁସ୍ଥ ଅଛି ବୋଲି ଡାକ୍ତର ବହେରା କହିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.