Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଅରିନ୍ଦମ ଦାସଙ୍କୁ ଶ୍ରଦ୍ଧାଞ୍ଜଳି, ଗୁରୁତରଙ୍କ ଆସୁ ଆରୋଗ୍ୟ କାମନା କରି ଭଦ୍ରକ ଜିଲ୍ଲା ସାମ୍ବାଦିକଙ୍କ କ୍ୟାଣ୍ଡେଲ ଶୋଭାଯାତ୍ରା

24/09/2021 at 8:07 PM

ଭଦ୍ରକ ୨୪/୦୯ : କଟକ ମୁଣ୍ଡଳୀ ବ୍ୟାରେଜ୍‌ରେ ହାତୀ ଉଦ୍ଧାର ଖବର ସଂଗ୍ରହ ପାଇଁ ଯାଇଥିବା ବେଳେ ବୋଟ ଓଲଟି ସାମ୍ବାଦିକ ଅରିନ୍ଦମ ଦାସଙ୍କ ମୃତ୍ୟୁରେ ଶୋକା । ଅମର ଆତ୍ମାର ସଦଗତି ସହ ଗୁରୁତର କ୍ୟାମେରା ମ୍ୟାନ୍‌ ଓ ଓଡ୍ରାଫ କର୍ମଚାରୀଙ୍କ ଆଶୁ ଆରୋଗ୍ୟ କାମନା କରି କ୍ୟାଣ୍ଡେଲ ଶୋଭାଯାତ୍ରା କରିଛି ଭଦ୍ରକ ଜିଲ୍ଲା ସାମ୍ବାଦିକ ସଂଘ । ଜିଲ୍ଲାର କାର୍ଯ୍ୟରତ ସାମ୍ବାଦିକ ମାନଙ୍କ ପକ୍ଷରୁ ମହମବତୀ ଶୋଭାଯାତ୍ରା କରାଯାଇଛି । ଏହି ଶୋଭାଯାତ୍ରାରେ ଭଦ୍ରକ ଜିଲ୍ଲାର ବରିଷ୍ଠ ସାମ୍ବାଦିକ ମାନଙ୍କ ସହ ଯୁବ ସାମ୍ବାଦିକ ଯୋଗଦେଇଥିଲେ । ଭଦ୍ରକ ପୁରୁଣା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ କ୍ୟାଣ୍ଡେଲ ଧରି ଶୋଭାଯାତ୍ରରେ ବାହାରି ସହର ପରିକ୍ରମା କରି ଟାଉନହଲ ଛକ ପର୍ଯ୍ୟନ୍ତ ନିରଵ ଶୋଭାଯାତ୍ରାରେ ଆସିଥିଲେ । ପରେ ଅମର ଆତ୍ମାର ସଦଗତି ପାଇଁ ଦୁଇ ମିନିଟ ନିରବ ପ୍ରାର୍ଥନା କରିଥିଲେ । ତେବେ ଗୁରୁତର ହୋଇଥିବା କ୍ୟାମେରା ମ୍ୟାନ୍‌ଙ୍କ ସହ ଗୁରୁତର ଓଡ୍ରାଫ କର୍ମଚାରୀଙ୍କ ଆସୁ ଆରୋଗ୍ୟ କାମନା କରିଛନ୍ତି ।

   Related Posts