Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ଜାତୀୟ ରାଜପଥ ପାର୍ଶ୍ୱକୁ ଓଲଟି ପଡ଼ିଲା ଟ୍ରକ, ଚାପି ହୋଇଗଲେ ଡ୍ରାଇଭର ଓ ହେଲପର୍‌

29/05/2021 at 4:52 PM

ଭଦ୍ରକ, ୨୯/୦୫: ଭଦ୍ରକ ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟଛି । ରାସ୍ତା ପାର୍ଶ୍ୱକୁ ଏକ ଟ୍ରକ ଓଲଟି ପଡ଼ିଥିବା ଜଣାପଡ଼ିଥିବା ବେଳେ ଟ୍ରକ ତଳେ ଚାପି ହୋଇ ୨ ଜଣଙ୍କର ମୃତ୍ୟୁ ହୋଇଛି । ୧୬ ନଂ ଜାତୀୟ ରାଜପଥ ଭଣ୍ଡାରିପୋଖରୀ ପାଳଦା ବାଙ୍କ ନିକଟରେ ଏଭଳି ଦୂର୍ଘଟଣା ଘଟିଛି ।

ସୂଚନା ଅନୁଯାୟୀ, ବାଲେଶ୍ୱର ପଟୁ ଭୁବନେଶ୍ୱର ଆଡେ ଯାଉଥିଵା ଟ୍ରକଟି ଭଣ୍ଡାରିପୋଖରୀ ପାଳଦା ବାଙ୍କ ନିକଟରେ ଭାରସ୍ୟାମ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା । ସଙ୍ଗେ ସଙ୍ଗେ ଭଣ୍ଡାରିପୋଖରୀ ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ଏହି ଉଦ୍ଧାର କାର୍ଯ୍ୟରେ ୪ଟି ଜେସିବିକୁ ମଧ୍ୟ ଲଗାଯାଇଥିଲା ।

ଘଟଣା ସ୍ଥଳରେ ଜଣଙ୍କୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଥିବା ବେଳେ, ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ମେଡିକାଲରେ ଅନ୍ୟଜଣଙ୍କର ମଧ୍ୟ ମୃତ୍ୟୁ ହୋଇଥିଲା । ମୃତ ବ୍ୟକ୍ତି ମାନେ ଟ୍ରକର ଡ୍ରାଇଭର ଓ ହେଲପର ହୋଇଥିବା ଜଣାପଡ଼ିଛି । ଦୁର୍ଘଟଣାଗସ୍ତ ଗାଡିକୁ ବାହାର କରିବା ପାଇଁ ପୋଲିସ ଉଦ୍ୟମ ଚଳାଇଛି ।

   Related Posts