Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ଟ୍ରକ ତଳେ ଚାପି ହୋଇ ବାଇକ୍ ଆରୋହୀଙ୍କ ମୃତ୍ୟୁ: ୨ ଗଡ଼ ହୋଇଗଲା ଗୋଡ

30/10/2020 at 12:39 PM

କେନ୍ଦୁଝର୩୦/୧୦: କେନ୍ଦୁଝରର ଲାଇଫ ଲାଇନ୍ କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥ ଏବେ ପାଲଟିଛି ଡେଥ୍ ଜୋନ୍। ୨୦ ନମ୍ବର ଜାତୀୟ ରାଜପଥର ପଳାଶପଙ୍ଗା ଗାଁ ନିକଟରେ ଟ୍ରକ ଧକ୍କାରେ ଜଣେ ମୋଟର ସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଝଡାପଶି ଗ୍ରାମର ହଳଧର ମହାନ୍ତ।

ଆଜି ସକାଳ ପ୍ରାୟ ଆଠଟା ସମୟରେ ହଳଧର କୌଣସି କାମରେ ୨୦ ନମ୍ବର ଜାତୀୟ ରାଜପଥରେ କେନ୍ଦୁଝର ସହର ଆଡକୁ ଆସୁଥିଲେ । ଆଉ ଠିକ ଏହି ସମୟରେ ପକାଶପଙ୍ଗା ଗାଁ ନିକଟରେ ପଛରୁ ଆସୁଥିବା ଏକ ଟ୍ରକ ତାଙ୍କୁ ପଛରୁ ଧକ୍କା ଦେଇଥିଲା । ଫଳରେ ସେ ରାସ୍ତାରେ ପଡିଯାଇଥିଲେ ଓ ଟ୍ରକଟି ତାଙ୍କ ଗୋଡ ଓ ମୋଟର ସାଇକେଲ ଉପରେ ଚଢିଯାଇଥିଲା ।

ଗୋଟିଏ ଗୋଡ ଦୁଇ ଗଡ଼ ହୋଇଯାଇଥିବା ବେଳେ ଅନ୍ୟ ଗୋଡଟି ସଂପୂର୍ଣ୍ଣ ଭାଙ୍ଗି ମାଂସ ବାହାରି ପଡିଥିଲା। ସ୍ଥାନୀୟ ଲୋକେ ହଳଧରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ହେଲେ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଟ୍ରକକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ।

   Related Posts