ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

Published By : Prameya-News7 Bureau | April 11, 2021 IST

ଭଦ୍ରକ,୧୧/୦୪:  ଭଦ୍ରକ ଜିଲ୍ଲା ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟ୍ରକ । ତେବେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି ।

ସୂଚନାନୁସାରେ, ୧୬ ନମ୍ବର ଜାତୀୟ ରାଜପଥ ଦରଡା ନିକଟରେ ଭଣ୍ଡାରୀପୋଖରୀରୁ ଭଦ୍ରକ ଅଭିମୁଖେ ଆସୁଥିବା ଏକ ବସକୁ ଆନ୍ଧ୍ରପ୍ରଦେଶର ଏକ ଟ୍ରକ ପଛରୁ ଧକ୍କା ଦେଇଥିଲା । ଦୁର୍ଘଟଣାରେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବାଜଣ ପଡିଛି । ତେବେ ବେଳେ ଟ୍ରକଟି ଘଟଣାସ୍ଥଳରୁ ଫେରାର ହୋଇଯାଇଛି ।

ରାଜପଥ ସଂପ୍ରସାରଣ କାର୍ଯ୍ୟ ଚାଲିଥିବାରୁ ଗୋଟିଏ ଲେନରେ ଉଭୟ ପାର୍ଶ୍ଵର ଗାଡି ଚଳାଚଳ କରୁଛି । ଯେଉଁଥି ପାଇଁ ଅନେକ ସମୟରେ ଦୁର୍ଘଟଣା ଘଟୁଥିବା ସୂଚନା ମିଳିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.