Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟିକା ବଣ୍ଟନ ପାଇଁ ୨୧ ଜଣିଆ ପରିଚାଳନା କମିଟି ଗଠନ, ସ୍ଵାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ହେଲେ ଅଧ୍ୟକ୍ଷ
  • ||
  • ୯୦ ପ୍ରତିଶତ ନଷ୍ଟ ହୋଇ ସାରିଥିଲା କରୋନା ସଂକ୍ରମିତ ବ୍ୟକ୍ତିଙ୍କ ଫୁସ୍‌ଫୁସ୍, ଇକମୋ ପଦ୍ଧତିରେ ସୁସ୍ଥ କଲେ ସମ୍ ଡାକ୍ତର
  • ||
  • ଦ୍ଵିତୀୟ ଲହର ସଂକ୍ରମଣର ଆଶଙ୍କା ନାହିଁ, ସୁସ୍ଥ ହୋଇ ଘରକୁ ଫେରିଲେ ୬୦୫ ଆକ୍ରାନ୍ତ
  • ||
  • ଡିସେମ୍ବର ୮ରେ କୃଷକଙ୍କ ଭାରତ ବନ୍ଦ ଡାକରା, ରାଜ୍ୟ କଂଗ୍ରେସର ସମର୍ଥନ ଘୋଷଣା
  • ||
  • ପଞ୍ଚମ ପର୍ଯ୍ୟାୟ କୃଷକ-ସରକାରଙ୍କ ଆଲୋଚନା ବିଫଳ, ଡିସେମ୍ବର ୯’ରେ ପୁଣି ବୈଠକ
  • ||
  • ସାଲେପୁର : ଷଣ୍ଢକୁ ଧକ୍କା ଦେବା ପରେ ହୁତୁ ହୁତୁ ହୋଇ ଜଳିଲା କାର୍, ଅଳ୍ପକେ ବର୍ତ୍ତିଲେ ୪ ଜଣ
  • ||
  • ଭୁବନେଶ୍ବର : ‘ପରୀ’ ହତ୍ୟାକାରୀକୁ ଧରାଇଦେଲେ ମିଳିବ ଲକ୍ଷେ ଟଙ୍କା
  • ||
  • ନୟାଗଡ : ଘର ବାଡିପଟୁ ମିଳିଲା ବୃଦ୍ଧଙ୍କ ମୃତଦେହ, ମୁଣ୍ଡ ଏବଂ ମୁହଁରେ ରହିଛି କ୍ଷତଚିହ୍ନ, ହତ୍ୟା ସନ୍ଦେହ
  • ||
  • ଯାଜପୁର : ଭୟାବହ ଅଗ୍ନିକାଣ୍ଡ, ୧୨ ବଖରା ଘର ସହ ଜଳିଗଲା ଲକ୍ଷାଧିକ ଟଙ୍କାର ସୁନା ଗହଣା
  • ||
  • ଢେଙ୍କାନାଳ : ବାଇକ୍‌କୁ ଧକ୍କା ଦେଲା କାର୍, ଆରୋହୀ ପିଟିହେଲେ ଟ୍ରକ୍‌ରେ, ଚାଲିଗଲା ଜୀବନ
  • ||

ରାସ୍ତା ଉପରେ ଜଳିଗଲା ଆଇରନ ବୋଝେଇ ଟ୍ରକ୍, ସର୍ଟ ସର୍କିଟ୍‌ରୁ ନିଆଁ ଲାଗିଥିବା ସନ୍ଦେହ

5/02/2020 at 10:12 AM

ବଡବିଲ ୦୫।୦୨: ରାସ୍ତା ଉପରେ ହୁତୁ ହୁତୁ ହୋଇ ଜଳିଗଲା ଆଇରନ୍ ବୋଝେଇ ଟ୍ରକ୍ ।  କେନ୍ଦୁଝର ଜିଲ୍ଲା ଯୋଡ଼।ରେ ଅଞ୍ଚଳରେ ଦେଖିବାକୁ ମିଳିଛି ଏପରି ଘଟଣା । ଅଗ୍ନିକାଣ୍ଡ ଖବର ପାଇଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଛି ।

ସୂଚନାଯୋଗ୍ୟ ଯେ, ମଙ୍ଗଳବାର ବିଳମ୍ବିତ ରାତିରେ ଜଜାଙ୍ଗ ସ୍ଥିତ ରୁଙ୍ଗଟା ଖଣିରୁ ଆଇରନ ବୋଝେଇ କରି ଟ୍ରକ୍‌ଟି ଝାଡଖଣ୍ଡ ଅଭିମୁଖେ ଯାଉଥିଲା । ତେବେ ଯୋଡା ଡିଏଭି ସ୍କୁଲ ନିକଟରେ ଗାଡିରେ ହଠାତ୍‌ ନିଆଁ ଲାଗିଯାଇଥିଲା । ଦେଖୁ ଦେଖୁ ନିଆଁଟି ସମ୍ପୂର୍ଣ୍ଣ ଟ୍ରକକୁ ବ୍ୟାପିଯାଇଥିଲା । ଅଗ୍ନିକାଣ୍ଡର ଖବର ପାଇଁ ଡ୍ରାଇଭର ଟ୍ରକରୁ ଓହ୍ଲାଇପଡିଥିଲା । ନିଆଁଟି ସମ୍ପୂର୍ଣ୍ଣ ଗାଡିଟିକୁ ବ୍ୟାପିଯାଇଥିଲା ଓ ଟ୍ରକଟି ପୋଡିଯାଇଥିଲା । ଖବର ପାଇଁ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲା । କିନ୍ତୁ ଦମକଳ ବାହିନୀ ପହଞ୍ଚିବା ପୂର୍ବରୁ ଟ୍ରକଟି ପୁରା ଜଳି ପୋଡି ପାଉଁଶ ହୋଇଯାଇଥିଲା । ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

   Related Posts