Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||
  • ବ୍ରିସବେନ୍ ଟେଷ୍ଟ୍ : ପ୍ରଥମ ଦିନରେ ଲାବୁସେନଙ୍କ ଶତକ, କଙ୍ଗାରୁ ଟିମ୍ ୨୭୪/୫
  • ||
  • ଭୁବନେଶ୍ବର: ଗୁରୁତର-ଗର୍ଭବତୀ-ହସ୍ପିଟାଲରେ ଆଡମିଟ୍‌ ବ୍ୟକ୍ତିଙ୍କୁ ଦିଆଯିବ ନାହିଁ ଟିକା, ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ
  • ||
  • ଶ୍ରମିକମାନଙ୍କ ସହ ମିଶି ମାଟି ଖୋଳିଲେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଦୁଇ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୮ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଚିଲିକାରେ ଆରମ୍ଭ ହୋଇଛି ଫ୍ଲୋରା ଫୋନା ସର୍ଭେ
  • ||
  • ଯାଜପୁର ଶିଶୁ ନିଖୋଜ ଘଟଣା: ନିଖୋଜ ପିହୁ ପରିବାରକୁ ଭେଟିଲେ ଏସ୍‌ପି ରାହୁଲ ପି.ଆର
  • ||
  • ନକଲି ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ, ପୁଣି ଅପମିଶ୍ରିତ ଗୁଣ୍ଡି ଜବତ
  • ||
  • ଗଞ୍ଜାମ: ଅଜଣା ଜନ୍ତୁ ଆତଙ୍କ, ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ
  • ||

ଟ୍ରକ୍‌ରେ ଲାଗିଗଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍

8/12/2020 at 11:43 AM

ସୁବର୍ଣ୍ଣପୁର ୮।୧୨: ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସିଂଘିଯୁବା ଛକ ନିକଟରେ ସିମେଣ୍ଟ ବୋଝେଇ ଟ୍ରକରେ ଲାଗିଗଲା ନିଆଁ । ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର ଓ ହେଲପର ।

ସୂଚନାଯୋଗ୍ୟ ଯେ, ସୋମବାର ବିଳମ୍ବିତ ରାତିରେ ରାଜଗାଙ୍ଗପୁରରୁ ବଲାଙ୍ଗିର ଯାଉଥିବା ଓଡି୧୬ବି୨୪୨୫ ନମ୍ବର ବିଶିଷ୍ଟ ଏକ ସିମେଣ୍ଟ ବୋଝେଇ ଟ୍ରକରେ ସିଂଘିଯୁବା ଛକ ନିକଟରେ ହଠାତ୍ ନିଆଁ ଲାଗିଯାଇଥିଲା । ଅଗ୍ନିକାଣ୍ଡ ଫଳରେ ଟ୍ରକଟି ସମ୍ପୂର୍ଣ୍ଣ ପୋଡି ନଷ୍ଟ ହୋଇଯାଇଛି  । ନିଆଁ ଲାଗିଯିବା ଦେଖି ଡ୍ରାଇଭର ଓ ହେଲପର ଗାଡିରୁ ଡେଇଁ ପଡିବା ଫଳରେ ଅଳ୍ପକେ ବର୍ତ୍ତି ଯାଇଛନ୍ତି  । ନିଆଁ ସର୍ଟ ସର୍କିଟ ଯୋଗୁଁ ଲାଗିଥାଇପାରେ ବୋଲି ସନ୍ଦେହ କରାଯାଉଛି  । ଘଟଣାସ୍ଥଳରେ ବିନିକା ଦମକଳ ବାହିନୀ ପହହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ମଧ୍ୟ ଟ୍ରକଟି ସମ୍ପୂର୍ଣ୍ଣ ପୋଡି ଯାଇଛି  । ପରେ ବିନିକା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି  ।

   Related Posts