ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ତେଲ ଟ୍ୟାଙ୍କର : ଚାପି ହୋଇଗଲେ ଟ୍ରକ୍ ଡ୍ରାଇଭର, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

Published By : Prameya-News7 Bureau | October 23, 2020 IST

ଖଲ୍ଲିକୋଟ ୨୩।୧୦: ଗଞ୍ଜାମ ଛତ୍ରପୁର ଗ୍ରୀଡ୍ ଛକ ନିକଟରେ ଶୁକ୍ରବାର ଭୋର ସମୟରେ ଟ୍ରକ୍ ପଛରେ ଏକ ତେଲ ଟ୍ୟାଙ୍କର ଧକ୍କା ଦେଇଥିଲା । ଦୁର୍ଘଟଣାରେ ଟ୍ରକ୍ ଚାଳକ ରାଜେଶ ଯାଦବ ଗୁରୁତର ଆହତ ହୋଇ ଗାଡି ଭିତରେ ଚାପି ହୋଇ ରହିଯାଇଥିଲେ । ଖବର ପାଇଁ ଛତ୍ରପୁର ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଟ୍ରକ୍ ଚାଳକକୁ ଉଦ୍ଧାର କରିଥିଲେ । ତାଙ୍କୁ ଛତ୍ରପୁର ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.