Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୭ କୋଭିଡ୍ ପଜିଟିଭ୍, ୩୩୭୧୯୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଓଡିଶା ହାତରୁ ଖସୁଛି ବନ୍ଧୁଗାଁ ବ୍ଲକ, ଲୋଭ ଦେଖାଇ ଗାଁ ଲୋକଙ୍କୁ ନିଜ ଆଡକୁ ଟାଣୁଛି ଆନ୍ଧ୍ର
  • ||
  • ଅଟୋକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ : ଜଣେ ମୃତ, ୩ ଗୁରୁତର
  • ||
  • ବାଇକକୁ ଧକ୍କା ଦେଲା ହାଇଓ୍ୱା, ଆରୋହୀ ମୃତ
  • ||
  • ଯୁବତୀଙ୍କୁ ଘରୁ ଉଠାଇ ନେଇ ୧୫ ଦିନ ଧରି ଦୁଷ୍କର୍ମ ! ଅଭିଯୁକ୍ତ ଦେଉଥିଲା ହତ୍ୟା ଧମକ, ଫଟୋ ଭାଇରାଲ ନେଇ କରୁଥିଲା ବ୍ଲାକମେଲିଂ…
  • ||
  • ତାତିରୁ ଏବେ ନିସ୍ତାର ନାହିଁ, ଆହୁରି ଛଟପଟ କରିବ ଖରା
  • ||
  • ବାରିପଦା : କୋଭିଡ ନିୟମକୁ ବେଖାତିର, ୫ଟି ଦୋକାନ ସିଲ୍‌
  • ||

ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ : ଦୁର୍ଘଟଣା ପରେ ଜଳିଗଲା ଗୋଟେ, ଡ୍ରାଇଭର ମୃତ

5/09/2020 at 8:48 AM

ଟାଙ୍ଗୀ ୦୫।୦୯ : ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ୧୬ନଂ ଜାତୀୟ ରାଜପଥ ହରିକୁଣ୍ଡ ବରଡ଼ି ଛକ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଜଳିଗଲା ଟ୍ରକ, ଡ୍ରାଇଭର ମୃତ ସହ ହେଲ୍‌ପର୍‌ ଗୁରୁତର ଥିବା ଜଣାପଡିଛି । ହେଲ୍‌ପର୍‌କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି ।  

ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ୧୬ନଂ ଜାତୀୟ ରାଜପଥ ହରିକୁଣ୍ଡ ବରଡ଼ି ଛକ ନିକଟରେ ଏକ ଟ୍ରକକୁ ପଛରୁ ପିଟିଛି ଆଉ ଏକ ଟ୍ରକ । ଯାହାଫଳରେ କି ଟ୍ରକରେ ନିଆଁ ଲାଗିଯାଇଥିଲା । ଟ୍ରକରେ ଥିବା ଡ୍ରାଇଭର ନିଆଁରେ ପୋଡି ଯାଇ ମୃତ୍ୟୁ ବରଣ କରିଛନ୍ତି ।

ସେହିପରି ଟ୍ରକରେ ଥିବା ହେଲ୍‌ପର ମଧ୍ୟ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତ ହେଲ୍‌ପର୍‌ଙ୍କୁ ବାଲୁଗାଁ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଦୁର୍ଘଟଣାଗ୍ରସ୍ତ ଟ୍ରକଟି ଭୁବନେଶ୍ୱର ଅଭିମୁଖେ ଆସୁଥିବାର ସୂଚନା ରହିଛି।

   Related Posts