Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୬୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୦୯ କରୋନା ସଂକ୍ରମିତ, ୩୨୦୮୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଯାଜପୁର : ରାସ୍ତା ନିର୍ମାଣକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୭ ଆହତ
  • ||
  • ବୁର୍ଲା ଭୀମସାରରେ ଅଘଟଣ, ବିଦ୍ୟୁତ ତାର ଛିଣ୍ଡି ପୋଡିଗଲା ରକ୍ତ ଭଣ୍ଡାର ଓ ପ୍ଲାଜମା ବ୍ୟାଙ୍କର ୫ଟି ଫ୍ରିଜର
  • ||
  • ଯୁକ୍ତ ୨ କଲେଜ୍ ଖୋଲିବାକୁ ପ୍ରସ୍ତୁତି ! ବିଶୋଧନ ଓ ସଫା କରି କ୍ଲାସ୍ ରୁମ୍ ପ୍ରସ୍ତୁତ କରିବାକୁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ
  • ||
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||

ଭାରସାମ୍ୟ ହରାଇ ଓଲଟିଲା ୨ଟି ମାଲବାହୀ ଟ୍ରକ

19/11/2020 at 7:49 AM

ସାନଖେମୁଣ୍ଡି ୧୯।୧୧: ରାସ୍ତାରେ ଓଲଟିଲା ୨ଟି ମାଲବାହୀ ଟ୍ରକ । ଗଞ୍ଜାମ ଜିଲ୍ଲା ତପ୍ତପାଣି ଘାଟି ଜକରମରପଲ୍ଲୀ ଠାରେ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ ବର୍ତ୍ତମାନ ସୁଦ୍ଧା କେତେ ଜଣ ମୃତାହତ ହୋଇଛନ୍ତି, ତାହା ସ୍ପଷ୍ଟ ହୋଇନାହିଁ ।

ଖବର ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ତପ୍ତପାଣି ଘାଟି ଜକମରପଲ୍ଲୀଠାରେ ଟ୍ରକ ଭାରାସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି । ଟ୍ରକଟି ମୋହନାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା । ଟ୍ରକର ନମ୍ବର OR19C 7735 ରହିଛି । ଘଟଣାସ୍ଥଳରୁ ଟ୍ରକ ଡ୍ରାଇଭର ଓ ହେଲପର ଫେରାର ହୋଇଯାଇଛନ୍ତି । ସେହିଭଳି ଟ୍ରକର ବ୍ରେକ ଫେଲ୍‌ ହେବାରୁ ରାସ୍ତା କଡ଼ ଡିଭାଇଡ଼ରରେ ପିଟି ହୋଇଛି ଆଉ ଏକ ମାଲବାହୀ ଟ୍ରକ । ତପ୍ତପାଣି ଗୋବିନ୍ଦପୁର ଠାରୁ ଦିଗପହଣ୍ଡି ଅଭିମୁଖେ ଯାଉଥିଲା AP 07 TC 1717 ନମ୍ବର ବିଶିଷ୍ଟ ଏହି ଟ୍ରକ । ଦୁର୍ଘଟଣାରେ ଟ୍ରକ ଡ୍ରାଇଭର ଆହତ ହୋଇଛି । ଆହତ ଡ୍ରାଇଭରଙ୍କୁ ଉଦ୍ଧାର କରି ଦିଗପହଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଛି ।  

   Related Posts