Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ଢାବାରେ ଟ୍ରକ୍ ରଖି ରାସ୍ତା ପାର୍ ହେଉଥିଲେ ଡ୍ରାଇଭର, ଅଜଣା ଗାଡି ଧକ୍କାରେ ଚାଲିଗଲା ଜୀବନ

3/07/2021 at 11:18 AM

ଦେବଗଡ, ୦୩/୦୭:  ଦେବଗଡ ଜିଲା ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥର ମନ୍ଦାରନାଳୀ ଗ୍ରାମ ନିକଟରେ ସଡକ ଦୁର୍ଘଟଣା । ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

ମୃତକ ଜଣଙ୍କ ହେଲେ ଦେବଗଡ ଥାନା ଅନ୍ତର୍ଗତ ବିନ୍ଦପୁର ଗ୍ରାମରେ ବିଜୟ କୁମାର ନାହାକ । ମୃତ ବିଜୟ ପେଷାରେ ଜଣେ ଟ୍ରକ ଡ୍ରାଇଭର । ସେ ୫୩ ନମ୍ବର ଜାତୀୟ ରାଜପଥର ମନ୍ଦାରନାଳୀ ଗ୍ରାମ ନିକଟସ୍ଥ ଏକ ଢାବାରେ ଗାଡି ରଖି ରାସ୍ତା ପାର ହେଉଥିବା ସମୟରେ କୌଣସି ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା।

ଖବରପାଇ ଦେବଗଡ ଆଦର୍ଶ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବାସହ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ।

   Related Posts