Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ଟ୍ରକ୍-ବସ୍ ମୁହାଁମୁହିଁ ଧକ୍କା : ଟ୍ରକ୍ ହେଲପର ମୃତ, ଡ୍ରାଇଭର ଗୁରୁତର

15/04/2021 at 10:39 AM

ଟାଙ୍ଗୀ ୧୫।୪: ଖୋର୍ଦ୍ଧା ଜିଲ୍ଲା ୧୬ନଂ ଜାତୀୟ ରାଜପଥ ଟାଙ୍ଗୀ ଥାନା ନୂଆଗାଁ ଛକ ନିକଟରେ ଦୁର୍ଘଟଣା । ଏକ ମାଲବାହୀ ଟ୍ରକ୍ ସହ ଯାତ୍ରୀବାହୀ ବସ୍ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଟ୍ରକ୍ ହେଲପରଙ୍କ ମୃତ୍ୟୁ ହୋଇଛି । ଡ୍ରାଇଭର ଜଣଙ୍କ ଗୁରୁତର ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ଭୁବନେଶ୍ବରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ ଟ୍ରକ୍ କୁ ଧକ୍କା ଦେଇଥିଲା ବ୍ରହ୍ମପୁରରୁ ଭୁବନେଶ୍ବର ଅଭିମୁଖେ ଆସୁଥିବା ‘ମିରାକିଲ୍ ହଲିଡେ’ ନାମକ ଯାତ୍ରୀବାହୀ ବସ୍ । ଫଳରେ ଘଟଣାସ୍ଥଳରେ ଟ୍ରକ୍ ହେଲପରଙ୍କ ମୃତ୍ୟୁ ହୋଇଛି । ଟ୍ରକ୍ ଚାଳକ ଟାଙ୍ଗୀ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ମୃତକ ଜଣଙ୍କ ଝାରଖଣ୍ଡ  ଅଞ୍ଚଳର ଅମିତ କୁମାର ଏବଂ ଆହତ ଟ୍ରକ୍  ଚାଳକ ହେଉଛନ୍ତି ତାରକେଶ୍ବର ଶର୍ମା ବୋଲି ଜଣାପଡିଛି । ବସ୍ ରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ପୋଲିସ କହିଛନ୍ତି ।

ଜାତୀୟ ରାଜପଥରେ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଥିବା ଯୋଗୁଁ  ଗୋଟିଏ ରାସ୍ତାରେ ଗାଡ଼ି ଚଳାଚଳ କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ଟାଙ୍ଗୀ ଅଗ୍ନିଶମ ବାହିନୀ ପହଞ୍ଚି ଟ୍ରକ୍ ମଧ୍ୟରୁ ହେଲପରଙ୍କ ମୃତଦେହକୁ  ଉଦ୍ଧାର କରିଛି । ଟାଙ୍ଗୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟି ଜବତ କରି ତଦନ୍ତ ଆରମ୍ଭ କରିଛି ।

   Related Posts