Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ଟ୍ରକ୍‌କୁ ଧକ୍କା ଦେଲା ମାଛ ବୋଝେଇ ପିକଅପ୍ ଭ୍ୟାନ, ହେଲପର ମୃତ

8/07/2021 at 12:58 PM

ଜଳେଶ୍ୱର, ୦୮/୦୭:   ବାଲେଶ୍ଵର ଜିଲ୍ଲା ବସ୍ତା ଥାନା ୬୦ନଂ ଜାତୀୟ ରାଜପଥ ବରୁଣଗଡିଆ ନିକଟରେ ମର୍ମନ୍ତୁଦ ସଡକ  ଦୁର୍ଘଟଣା । ଟ୍ରକକୁ ଧକ୍କା ଦେଇ ଜୀବନ ହାରିଲେ ମାଛ ବୋଝେଇ ପିକଅପ ହେଲପର ।  

ସୂଚନା ଅନୁସାରେ ଗୁରୁବାର ସକାଳ ୭ଟା ସମୟରେ ଖୋର୍ଦ୍ଧାରୁ ପଶ୍ଚିମବଙ୍ଗକୁ ମାଛ ନେଇ ଏକ ଟାଟା ଏସି ଗାଡି ଯାଉଥିଲା ।ଟାଟା ଏସି ବରୁଣଗଡିଆ ଛକ ନିକଟରେ ଛିଡ଼ା ହୋଇଥିବା ଏକ ଅଜଣା ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଟାଟା ଏସିର ହେଲପର ପ୍ରାଣ ହରାଇଥିବା ବେଳେ ଟ୍ରକଟି ଫେରାର ହୋଇଯାଇଛି। 

ସ୍ଥାନୀୟ ଲୋକେ ବସ୍ତା ଥାନା, ଅଗ୍ନିଶମ ବିଭାଗ ଓ ରାଜପଥ କତୃପକ୍ଷକୁ ଏନେଇ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କୁ ଉଦ୍ଧାର କରି ବସ୍ତା ହସ୍ପିଟାଲକୁ ପଠାଇ ତଦନ୍ତ ଜାରି ରଖିଛି । ମୃତକ ଜଣକ ଖୋର୍ଦ୍ଧା ଅଞ୍ଚଳ ର ବୋଲି ଅନୁମାନ କରାଯାଉଥିବା ବେଳେ ପରିଚୟ ଜଣାପଡ଼ିନାହିଁ।

   Related Posts