ସ୍କୁଟି ଓ ଟ୍ରକ ମୁହାଁ ମୁହିଁ ଧକ୍କା, ୨ ଗୁରୁତର

Published By : Prameya-News7 Bureau | November 11, 2020 IST

ଭଦ୍ରକ୧୧/୧୧: ସ୍କୁଟି ଓ ଟ୍ରକ ମୁହାଁ ମୁହିଁ ଧକ୍କା। ଏହି ଦୁର୍ଘଟଣାରେ ୨ ଜଣ ଗୁରୁତର। ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥ ରାହାଞ୍ଜ ନିକଟରେ ଏହି ଦୁର୍ଘଟଣା ଘଟିଛି। ଗୁରୁତରଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି। ଦୁର୍ଘଟଣାରେ ଗୁରୁତରଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳି ପାରି ନାହିଁ। ଘଟଣାସ୍ଥଳରେ ପୋଲିସ୍ ପହଞ୍ଚି ଲୋକମାନଙ୍କୁ ବୁଝାସୁଝା କରୁଥିବା ସୂଚନା ମିଳିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.